ବ୍ରାଉନସୁଗାର ର଼୍ୟାକେଟ୍‌ରେ ଏମ୍‌ବିଏ ଛାତ୍ର

ଭୁବନେଶ୍ୱର, (ବ୍ୟୁରୋ)/ ବାଲେଶ୍ୱର ଅଫିସ, ୧୯।୮:  ବ୍ରାଉନସୁଗାର କାରବାର କରୁଥିବା ଜଣେ ଏମ୍‌ବିଏ ଛାତ୍ରଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଟିମ୍‌ ସୋମବାର ରାତିରେ ବାଲେଶ୍ୱର ବସ୍‌ଷ୍ଟାଣ୍ଡରୁ ଗିରଫ କରିଛି। ତାଙ୍କ ନିକଟରୁ ୧ କେଜି ୩୨୦ ଗ୍ରାମର ବ୍ରାଉନସୁଗାର ସମେତ ୧୪ ହଜାର ଟଙ୍କା, ମୋବାଇଲ ଫୋନ୍‌, ଏଟିଏମ୍‌ ଏବଂ ଡେବିଟ୍‌ କାର୍ଡ ଜବତ କରିଛି। ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଏସ୍‌ଟିଏଫ୍‌ କହିଛି। ଗିରଫ ଛାତ୍ର ହେଲେ ବାଲେଶ୍ୱର ଜିଲା ଟାଉନ ଥାନା ଅନ୍ତର୍ଗତ ସୁନହଟ ବଙ୍କାଖଜୁରି ଅଞ୍ଚଳର ସେକ୍‌ ରିୟାଜୁଦ୍ଦିନ। ସେ ଭୁବନେଶ୍ୱରସ୍ଥ ଏକ ଘରୋଇ କଲେଜର ଶେଷ ବର୍ଷ ଏମ୍‌ବିଏ ଛାତ୍ର। ବହି ଭିତରେ ବ୍ରାଉନସୁଗାର ରଖି ପୋଲିସକୁ ଚକ୍‌ମା ଦେଇ ସେ ଧଳା ଜହର କାରବାର ଚଳାଇଥିଲେ। ରିୟାଜୁଦ୍ଦିନ ବାଲେଶ୍ୱରରୁ ବସ୍‌ ଯୋଗେ ଭୁବନେଶ୍ୱର ଆସିବାକୁ ଅପେକ୍ଷାରତ ଥିବାବେଳେ ଏସ୍‌ଟିଏଫ୍‌ ଟିମ୍‌ କୌଣସି ସୂତ୍ରରୁ ସୂଚନା ପାଇ ତାଙ୍କୁ ଗିରଫ କରିଥିଲା। ଏ ନେଇ ଏସ୍‌ଟିଏଫ୍‌ ପକ୍ଷରୁ ୨୧(ସି) ଏନ୍‌ଡିପିଏସ୍‌ ଆକ୍ଟ ୧୯୮୫ ଅନୁଯାୟୀ କେସ୍‌ ନଂ. ୨୨/୨୦ ରୁଜୁ ହୋଇଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱର କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟକୁ ଅଣାଯାଇ ପଚରାଉଚରା କରାଯିବା ପରେ ମଙ୍ଗଳବାର ବାଲେଶ୍ୱର କୋର୍ଟ ଚାଲାଣ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ଥିବା ଅନ୍ୟମାନଙ୍କୁ ଧରିବା ପାଇଁ ତଦନ୍ତ ଜାରି ରହିଛି ବୋଲି ଏସଟିଏଫ୍‌ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଚଳିତବର୍ଷ ଏପର୍ଯ୍ୟନ୍ତ ଏସ୍‌ଟିଏଫ୍‌ ରାଜ୍ୟର ବିଭିନ୍ନ ଜିଲାରେ ଚଢାଉ କରି ମୋଟ ୧୬ କେଜି ୭୧୧ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏ ନେଇ ୨୧ଟି ମାମଲା ରୁଜୁ ହୋଇଥିବାବେଳେ ୪୧ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri