ବ୍ରାଉନସୁଗାର ର଼୍ୟାକେଟ୍‌ରେ ଏମ୍‌ବିଏ ଛାତ୍ର

ଭୁବନେଶ୍ୱର, (ବ୍ୟୁରୋ)/ ବାଲେଶ୍ୱର ଅଫିସ, ୧୯।୮:  ବ୍ରାଉନସୁଗାର କାରବାର କରୁଥିବା ଜଣେ ଏମ୍‌ବିଏ ଛାତ୍ରଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଟିମ୍‌ ସୋମବାର ରାତିରେ ବାଲେଶ୍ୱର ବସ୍‌ଷ୍ଟାଣ୍ଡରୁ ଗିରଫ କରିଛି। ତାଙ୍କ ନିକଟରୁ ୧ କେଜି ୩୨୦ ଗ୍ରାମର ବ୍ରାଉନସୁଗାର ସମେତ ୧୪ ହଜାର ଟଙ୍କା, ମୋବାଇଲ ଫୋନ୍‌, ଏଟିଏମ୍‌ ଏବଂ ଡେବିଟ୍‌ କାର୍ଡ ଜବତ କରିଛି। ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଏସ୍‌ଟିଏଫ୍‌ କହିଛି। ଗିରଫ ଛାତ୍ର ହେଲେ ବାଲେଶ୍ୱର ଜିଲା ଟାଉନ ଥାନା ଅନ୍ତର୍ଗତ ସୁନହଟ ବଙ୍କାଖଜୁରି ଅଞ୍ଚଳର ସେକ୍‌ ରିୟାଜୁଦ୍ଦିନ। ସେ ଭୁବନେଶ୍ୱରସ୍ଥ ଏକ ଘରୋଇ କଲେଜର ଶେଷ ବର୍ଷ ଏମ୍‌ବିଏ ଛାତ୍ର। ବହି ଭିତରେ ବ୍ରାଉନସୁଗାର ରଖି ପୋଲିସକୁ ଚକ୍‌ମା ଦେଇ ସେ ଧଳା ଜହର କାରବାର ଚଳାଇଥିଲେ। ରିୟାଜୁଦ୍ଦିନ ବାଲେଶ୍ୱରରୁ ବସ୍‌ ଯୋଗେ ଭୁବନେଶ୍ୱର ଆସିବାକୁ ଅପେକ୍ଷାରତ ଥିବାବେଳେ ଏସ୍‌ଟିଏଫ୍‌ ଟିମ୍‌ କୌଣସି ସୂତ୍ରରୁ ସୂଚନା ପାଇ ତାଙ୍କୁ ଗିରଫ କରିଥିଲା। ଏ ନେଇ ଏସ୍‌ଟିଏଫ୍‌ ପକ୍ଷରୁ ୨୧(ସି) ଏନ୍‌ଡିପିଏସ୍‌ ଆକ୍ଟ ୧୯୮୫ ଅନୁଯାୟୀ କେସ୍‌ ନଂ. ୨୨/୨୦ ରୁଜୁ ହୋଇଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱର କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟକୁ ଅଣାଯାଇ ପଚରାଉଚରା କରାଯିବା ପରେ ମଙ୍ଗଳବାର ବାଲେଶ୍ୱର କୋର୍ଟ ଚାଲାଣ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ଥିବା ଅନ୍ୟମାନଙ୍କୁ ଧରିବା ପାଇଁ ତଦନ୍ତ ଜାରି ରହିଛି ବୋଲି ଏସଟିଏଫ୍‌ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଚଳିତବର୍ଷ ଏପର୍ଯ୍ୟନ୍ତ ଏସ୍‌ଟିଏଫ୍‌ ରାଜ୍ୟର ବିଭିନ୍ନ ଜିଲାରେ ଚଢାଉ କରି ମୋଟ ୧୬ କେଜି ୭୧୧ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏ ନେଇ ୨୧ଟି ମାମଲା ରୁଜୁ ହୋଇଥିବାବେଳେ ୪୧ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri