Posted inଖେଳ

ମୁମ୍ବାଇ ବୋଲରଙ୍କୁ କ୍ଷମାଦେଲେ ନାହିଁ

ନୂଆଦିଲ୍ଲୀ,୧।୫ : ଟ୍ରେଣ୍ଟ ବୋଲ୍ଟ ଓ ଯଶପ୍ରୀତ ବୁମରାଙ୍କ ଭଳି ଘାତକ ବୋଲରଙ୍କୁ ମଧ୍ୟ କ୍ଷମାଦେଲେ ନାହିଁ। ମୁମ୍ବାଇ ଇଣ୍ଡିଆନ୍ସ ସବୁ ବୋଲରଙ୍କୁ ମନ ଦେଇ ଧୋଇଲେ ସିଏସ୍‌କେ ବ୍ୟାଟ୍ସମ୍ୟାନମାନେ। ଆରମ୍ଭରୁ ଫାଫ ଡୁ’ ପ୍ଲେସି ଓ ମୋଇନ ଅଲି। ଶେଷ ଆଡ଼କୁ ଅମ୍ବାତି ରାୟୁଡୁ। ଛକା ଓ ଚୌକା ବର୍ଷା ଯୋଗୁ ମୁମ୍ବାଇ ଆଗରେ ୨୧୯ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ ଛିଡ଼ା କରିଛି ଚେନ୍ନାଇ ସୁପର କିଙ୍ଗ୍ସ।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ସିଏସ୍‌କେ ପ୍ରଥମ ଓଭରରେ ହରାଇଥିଲା ଇନ ଫର୍ମ ଓପନର ରୁତୁରାଜ ଗାଏକ୍ୱାଡ (୪)ଙ୍କୁ। ତା’ ପରେ ଛକାର ବର୍ଷା ଆରମ୍ଭ କରିଥିଲେ ଡୁ’ ପ୍ଲେସି ଓ ମୋଇନଙ୍କ ଯୋଡ଼ି। ଦୁହେଁ ୬୦ ବଲରେ ଯୋଡ଼ିଥିଲେ ୧୦୮ ରନ୍‌। ଫାଫ୍‌ ୨୮ ବଲରେ ୫୦ (୨ ଚୌକା ଓ ୪ ଛକା) ଓ ମୋଇନ ଅଲି ୩୬ ବଲରେ ୫୮ (୫ ଲେଖାଏ ଚୌକା ଓ ଛକା)। ଦୁଇ ଓଭର ଭିତରେ ସିଏସ୍‌କେ ହରାଇଥିଲା ୩ ଉଇକେଟ। ମୁମ୍ବାଇ ହାତରେ ଥିଲା ମ୍ୟାଚ୍‌କୁ ଫେରିବାର ସୁଯୋଗ। କିନ୍ତୁ ମୁମ୍ବାଇର କୌଣସି ବୋଲରଙ୍କୁ କ୍ଷମାଦେଇ ନ ଥିଲେ ରାୟୁଡୁ। ୨୭ ବଲରେ ୪ ଚୌକା ଓ ୭ ଛକା ସହାୟତାରେ ଖେଳିଥିଲେ ବିସ୍ଫୋରକ ୭୨* ରନ୍‌ର ପାଳି। ରବୀନ୍ଦ୍ର ଜାଡେଜା ୨୨ ରନ୍‌ କରିଥିଲେ। ଫଳରେ ସିଏସ୍‌କେ ୪ ଉଇକେଟ ହରାଇ ୨୧୮ ରନ୍‌ କରିଥିଲା। ଚେନ୍ନାଇ ଇନିଂସରେ ସାମିଲ ଥିଲା ୧୬ଟି ଛକା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri