ଖାଶୋଗୀ ହତ୍ୟାରେ ଏମ୍‌ବିଏସ୍‌ଙ୍କ ବିମାନ

ଓ୍ବାଶିଂଟନ, ୨୭।୨: ଓ୍ବାଶିଂଟନ ପୋଷ୍ଟର ସ୍ତମ୍ଭକାର ଜମାଲ ଖାଶୋଗୀ ହତ୍ୟାକାଣ୍ଡ ସହ ସାଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ୍‌ (ଏମ୍‌ବିଏସ୍‌) ସମ୍ପୃକ୍ତ ଥିବା ନେଇ ନୂଆ ରିପୋର୍ଟ ପ୍ରକାଶ ପାଇବା ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ସାଉଦି ରାଜା ସଲମାନଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ୨୦୧୮ ଅକ୍ଟୋବରରେ ଇସ୍ତାନବୁଲସ୍ଥିତ ସାଉଦି ବାଣିଜି୍ୟକ ଦୂତାବାସରେ ଖାଶୋଗୀଙ୍କୁ ହତ୍ୟା କରାଯାଇଥିଲା। ନିକଟରେ କୋର୍ଟରେ ଦାଖଲ ହୋଇଥିବା ଦସ୍ତାବିଜ୍‌ ଅନୁଯାୟୀ ସାଉଦି ଆରବର ହତ୍ୟାକାରୀ ସ୍କ୍ବାଡ୍‌ ବ୍ୟବହାର କରିଥିବା ଦୁଇଟି ଘରୋଇ ବିମାନ କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ୍‌ଙ୍କ ଅଧୀନରେ ଥିଲା। ଏକ ଘରୋଇ କମ୍ପାନୀର ଉକ୍ତ ବିମାନକୁ କ୍ରାଉନ୍‌ ପ୍ରିନ୍ସ ଜବତ କରିଥିଲେ ବୋଲି ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି। ‘ଅତ୍ୟନ୍ତ ଗୋପନୀୟ’ ଲେଖାଥିବା ଉକ୍ତ ଦସ୍ତାବିଜ୍‌ରେ ସାଉଦିର ଜଣେ ମନ୍ତ୍ରୀ ସ୍ବାକ୍ଷର କରିଛନ୍ତି। ଏହି ମନ୍ତ୍ରୀ କ୍ରାଉନ୍‌ ପ୍ରିନ୍ସଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କରିଥାନ୍ତି। କୋର୍ଟରେ ଦାଖଲ ଦସ୍ତାବିଜ୍‌ ଅନୁଯାୟୀ ୨୦୧୭ ଶେଷ ଭାଗରେ ସ୍କାଏ ପ୍ରାଇମ୍‌ ଆଭିଏଶନର ମାଲିକାନା ସାଉଦି ସରକାରଙ୍କ ୪୦୦ ବିଲିୟନ ଡଲାର ନିବେଶ ପାଣ୍ଠିକୁ ସ୍ଥାନାନ୍ତର କରାଯାଇଥିଲା। ଉକ୍ତ କମ୍ପାନୀର ବିମାନକୁ ଖାଶୋଗୀଙ୍କ ହତ୍ୟାରେ ବ୍ୟବହାର କରାଯାଇଥିଲା ବୋଲି ରିପୋର୍ଟ ପ୍ରକାଶ ପାଇଛି। ଉକ୍ତ ସରକାରୀ ନିବେଶ ପାଣ୍ଠିର ଅଧ୍ୟକ୍ଷ ହେଉଛନ୍ତି କ୍ରାଉନ୍‌ ପ୍ରିନ୍ସ। ବିମାନ ସହ କ୍ରାଉନ୍‌ ପ୍ରିନ୍ସଙ୍କ ସମ୍ପର୍କ ଥିବା ସାଉଦି ରାଷ୍ଟ୍ରାୟତ୍ତ କମ୍ପାନୀଗୁଡ଼ିକ ପକ୍ଷରୁ କାନାଡାରେ ସାଉଦି ଆରବର ପୂର୍ବତନ ମୁଖ୍ୟ ଗୋଇନ୍ଦା ଅଧିକାରୀ ସାଦ୍‌ ଅଲଜାବ୍ରିଙ୍କ ବିରୋଧରେ ଦାଏର ହୋଇଥିବା ଏମ୍ବେଜେଲ୍‌ମେଣ୍ଟ ସୁଟ୍‌ରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri