ପିକ୍‌ଅପ୍‌ ପଛରୁ ପିଟିଲା ଆମ୍ବୁଲାନ୍ସ: ୩ ଗୁରୁତର

ରୂପସା ,୨।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପସା ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ମିରିଗିମୁଣ୍ତି ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସର ଫାର୍ମାସିଷ୍ଟଙ୍କ ସମେତ ୩ ଜଣ ଗୁରୁତର  ହୋଇଛନ୍ତି।
ସୂଚନା ଅନୁସାରେ, ଭୋର ସମୟରେ ଏକ ପିକ୍‌ଅପ୍‌ ଯାହାକି ଜଳେଶ୍ୱରରୁ  ବାଲେଶ୍ୱର ଅଭିମୁଖେ ଯାଉଥିଲା । ଅନ୍ୟପକ୍ଷେ ଭୋଗରାଇ ବ୍ଲକ ଜଳେଶ୍ୱରପୁରରୁ ରୋଗୀ ନେଇ ବାଲେଶ୍ବର ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ପିକ୍‌ଅପର ପଛପଟୁ ଆସୁଥିଲା। ଉକ୍ତ ପିକ୍‌ଅପଟି ମିରିଗିମୁଣ୍ଡି ଛକ ନିକଟରେ ହଠାତ ବ୍ରେକ୍‌ ମାରିବା ଯୋଗୁ ଆମ୍ବୁଲାନ୍ସଟି ପିକଅପ୍‌ର ପଛପଟୁ ଧକ୍କା ଦେଇଥିଲା। ଫଳରେ ଆମ୍ବୁଲାନ୍ସର ସାମ୍ନାରେ ବସିଥିବା ହେଲ୍‌ପର ଓ ଫାର୍ମାସିଷ୍ଟ ଗୁରୁତର ହୋଇଥିଲା ବେଳେ ଚାଳକ ଜଣକ ମଧ୍ୟ ଆହତ ହୋଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ୨ ଗୁରୁତରଙ୍କୁ ଅନ୍ୟ ଏକ ଆମ୍ବୁଲାନ୍ସରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା ବେଳେ ଚାଳକଙ୍କୁ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ଦୁର୍ଘଟଣାରେ ଆମ୍ବୁଲାନ୍ସରେ ଥିବା ରୋଗୀ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ସେମାନଙ୍କୁ ମଧ୍ୟ ଅନ୍ୟ ଏକ ଆମ୍ବୁଲାନ୍ସରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବରପାଇ ରୂପସା ପୋଲିସ ପହଞ୍ଚି ୨ଟି ଗାଡିକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି।

Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri