ଛାତ ଉପରେ ଖତ ଖାଉଛି ଟିଏମ୍‌ସି ସାମଗ୍ରୀ

ପଟ୍ଟାମୁଣ୍ଡାଇ,୧୭।୭ (କଳ୍ପତରୁ ନାୟକ): ୨୦୨୦ରେ ଆସିଥିବା ମହାମାରୀ କରୋନାର ମୁକାବିଲା ଲାଗି ରାଜ୍ୟ ସରକାର ପ୍ରତି ପଞ୍ଚାୟତ ଓ ପୌରାଞ୍ଚଳରେ ଡେଡିକେଟେଡ୍‌ କୋଭିଡ୍‌ ହସ୍ପିଟାଲ, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର(ଟିଏମ୍‌ସି) ଖୋଲିଥିଲେ। ଏଥିନେଇ ଖଟିଆ, ଗଦି, ବେଡଶିଟ୍‌, ତକିଆ, ଫ୍ୟାନ୍‌, ଆକ୍ୱାଗାର୍ଡ, ବାଲ୍‌ଟି, ଏସି ଇତ୍ୟାଦି କୋଟିକୋଟି ଟଙ୍କା ବ୍ୟୟରେ କିଣା ଯାଇଥିଲା। ହେଲେ କୋଭିଡ୍‌ ପ୍ରକୋପ କମିବା ପରେ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ଯେଉଁସବୁ ଭିତ୍ତିଭୂମି ସୃଷ୍ଟି କରାଯାଇଥିଲା। ତାହା ଅନ୍ୟତ୍ର ବ୍ୟବହାର କରା ନ ଯାଇ ପଞ୍ଚାୟତ ଗୋଦାମ ଆଉ ସରକାରୀ କାର୍ଯ୍ୟାଳୟ ଛାତ ଉପରେ ଖତ ଖାଉଥିବା ଦେଖିବାକୁ ମିଳିଛି। ପ୍ରଶାସନ ଏ ଦିଗରେ କୌଣସି ପଦକ୍ଷେପ ନେଉ ନ ଥିବାରୁ ଏହା ନଷ୍ଟ ହେଉଛି, ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ଆଇନଜୀବୀ ଆଲୋକ ନାୟକ କହିଛନ୍ତି, ମହାମାରୀ କରୋନାର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ୨୦୨୦ ମାର୍ଚ୍ଚ ୨୨ରେ ଜନତା କର୍ଫ୍ୟୁ ଘୋଷଣା କଲେ। ୨୦୨୦ ମାର୍ଚ୍ଚ ୨୫ରୁ କେନ୍ଦ୍ର ସରକାର ସମଗ୍ର ଦେଶରେ ଲକ୍‌ଡାଉନ ଘୋଷଣା କଲେ। ସମଗ୍ର ବିଶ୍ୱର ବିଭିନ୍ନ ଦେଶରେ କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଲୋକମାନଙ୍କ ଉପସ୍ଥିତି ଥିବାରୁ କରୋନା ସଂକ୍ରମଣ ପାଇଁ ଅତ୍ୟନ୍ତ ସମବେଦନଶୀଳ ଅଞ୍ଚଳ ଭାବେ ସରକାରୀସ୍ତରରେ ଚିହ୍ନଟ କରାଗଲା। ଲକ୍‌ଡାଉନ ଥିବାରୁ ବିଭିନ୍ନ ଦେଶ ଓ ରାଜ୍ୟରୁ ପ୍ରବାସୀମାନଙ୍କ ଗୃହ ଆଗମନ ହୋଇଥିଲା। ପ୍ରବାସୀମାନଙ୍କ ଆଗମନରେ ସଂକ୍ରମଣ ବଢ଼ିବାକୁ ଲକ୍ଷ୍ୟ କରି ପ୍ରଶାସନିକ ତତ୍ପରତା ବଢ଼ିବା ସହ ସରକାରଙ୍କ ନିଷ୍ପତ୍ତିକ୍ରମେ ପଟ୍ଟାମୁଣ୍ଡାଇ ଅଞ୍ଚଳର ପ୍ରତ୍ୟେକ ପଞ୍ଚାୟତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ତଥା ସଙ୍ଗରୋଧ କେନ୍ଦ୍ର (ଟିଏମ୍‌ସି) ଖୋଲାଯିବା ସହ ପୌରାଞ୍ଚଳରେ କୋଭିଡ୍‌ କେୟାର ସେଣ୍ଟର ଖୋଲାଯାଇଥିଲା। କରୋନା ମହାମାରୀ କମିଲା ପରେ ଏହିସବୁ କେନ୍ଦ୍ର ବନ୍ଦ କରି ଦିଆଯାଇଛି। ଏହି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଲାଗି କିଣାଯାଇଥିବା ଖଟ, ସାନିଟାଇଜର ମେଶିନ୍‌, ଏସି ଏବଂ ଆନୁଷଙ୍ଗିକ ସାମଗ୍ରୀ ଏବେ ବିଭିନ୍ନ ଗୋଦାମରେ ଖତ ଖାଉଛି। ଏଭଳି କି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଲାଗି କିଣା ଯାଇଥିବା କେତେକ ଜିନିଷପତ୍ରର ପତ୍ତା ମିଳୁନାହିଁ। ବୁଦ୍ଧିଜୀବୀ ପ୍ରବୀର ନାୟକ କହିଛନ୍ତି, ପଟ୍ଟାମୁଣ୍ଡାଇ ଅଞ୍ଚଳରେ ୧୬୬ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ଲାଗି ପ୍ରସ୍ତୁତ କରାଯାଇ ସେଥିରେ ସମୁଦାୟ ୭ ହଜାର ପାଖାପାଖି ବେଡ୍‌ ରଖାଯାଇଥିଲା। ପ୍ରତ୍ୟେକ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ର ପାଇଁ ଖଟ, ବେଡ୍‌ଶିଟ୍‌, ତକିଆ, ଇନଭର୍ଟର, ପାନୀୟ ଜଳ ପାଇଁ ଆକ୍ୱାଗାର୍ଡ, ଡଷ୍ଟବିନ୍‌, ବିଶୋଧନ ଲାଗି ସାନିଟାଇଜର ଯନ୍ତ୍ର କିଣାଯାଇଥିଲା। ସେହିପରି ୨ଟି କୋଭିଡ୍‌ କେୟାର ସେଣ୍ଟର ଓ ଡେଡିକେଟେଡ କୋଭିଡ୍‌ ହସ୍ପିଟାଲ ପ୍ରତିଷ୍ଠା କରାଯାଇ ୧୦୦ ଶଯ୍ୟାର ବ୍ୟବସ୍ଥା କରାଯାଇଥିଲା। ଡେଡିକେଟେଡ କୋଭିଡ୍‌ ହସ୍ପିଟାଲରେ ପାଇଁ ଏସି, ଆକ୍ୱାଗାର୍ଡ, ଖଟ ଅନ୍ୟାନ୍ୟ ମେଡିକାଲ ସାମଗ୍ରୀ କିଣାଯାଇଥିଲା। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲଗାଯାଇଥିବା ଏସି, ଇନ୍‌ଭର୍ଟର ଓ ଆକ୍ୱାଗାର୍ଡ ଏବେ ଶିକ୍ଷାକେନ୍ଦ୍ରଗୁଡ଼ିକରେ ଲାଗିଥିବା ଶିକ୍ଷା ବିଭାଗର ଜଣେ ଅଧିକାରୀ ପ୍ରକାଶ କରିଛନ୍ତି। ପଟ୍ଟାମୁଣ୍ଡାଇ କଲେଜ ପରିସରରେ ଥିବା ଓବିସି ହଷ୍ଟେଲରେ ଉତ୍ସର୍ଗୀକୃତ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ପଟ୍ଟାମୁଣ୍ଡାଇ, ଆଳି, ରାଜନଗର, ରାଜକନିକା ଆଦି ଅଞ୍ଚଳର କୋଭିଡ୍‌ ଆକ୍ରାନ୍ତଙ୍କୁ ଚିକିତ୍ସା ଯୋଗାଇ ଦିଆଯାଉଥିଲା। ତେବେ ୨ ବର୍ଷରୁ ଊର୍ଦ୍ଧ୍ୱ ହେବ ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ ହେବା ପରେ ୨୦୨୨ରେ ପୌର ଓ କଲେଜ କର୍ତ୍ତୃପକ୍ଷଙ୍କୁ ହଷ୍ଟେଲ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ସେଠାରୁ କୋଭିଡ୍‌ ଜିନିଷ ସ୍ଥାନାନ୍ତର କରି ନ ଥିବାରୁ ହଷ୍ଟେଲରେ ଛାବି ଝୁଲି ରହିଛି ବୋଲି କଲେଜ ପକ୍ଷରୁ ସୂଚନା ମିଳିଛି। ଦୀର୍ଘ ୨ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ହଷ୍ଟେଲ ତାଲା ପଡି ରହିବାରୁ ସେଥିରେ ଲାଗିଥିବା ମୂଲ୍ୟବାନ ଜିନିଷପତ୍ର ନଷ୍ଟ ହେବାକୁ ବସିଲାଣି ବୋଲି କଲେଜ ଅଧ୍ୟକ୍ଷ ଦିଲିପ ଭୁୟଁା କହିଛନ୍ତି। ବନ୍ଦ ରହିଥିବାରୁ କବାଟ, ଝରକାଗୁଡ଼ିକ ଉଇ ଖାଇ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି ବୋଲି ଅଧ୍ୟକ୍ଷ କହିଛନ୍ତି। ଅନ୍ୟପକ୍ଷରେ ପଟ୍ଟାମୁଣ୍ଡାଇ କଲେଜରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ସଂଖ୍ୟା ଦୃଷ୍ଟିରୁ ଶ୍ରେଣୀଗୃହ ଅଭାବ ଥିବାରୁ ଏହି ଓବିସି ହଷ୍ଟେଲର ୩ ମହଲା କୋଠାରେ ପାଠପଢ଼ା ପାଇଁ ବ୍ୟବସ୍ଥା କରାଯାଇପାରନ୍ତା ବୋଲି ପ୍ରାଧ୍ୟାପକମାନେ ମତବ୍ୟକ୍ତ କରିଛନ୍ତି। ଏ ନେଇ ପୌର ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ଗିରିଙ୍କୁ ପଚାରିବାରେ କୋଭିଡ ସ୍ବାସ୍ଥ୍ୟକେନ୍ଦ୍ର ଚାଲୁ ନ ଥିବାବେଳେ କାହିଁକି ତାଲା ପଡ଼ି ରହିଛି କହିପାରିବି ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri