ଛାତ ଉପରେ ଖତ ଖାଉଛି ଟିଏମ୍‌ସି ସାମଗ୍ରୀ

ପଟ୍ଟାମୁଣ୍ଡାଇ,୧୭।୭ (କଳ୍ପତରୁ ନାୟକ): ୨୦୨୦ରେ ଆସିଥିବା ମହାମାରୀ କରୋନାର ମୁକାବିଲା ଲାଗି ରାଜ୍ୟ ସରକାର ପ୍ରତି ପଞ୍ଚାୟତ ଓ ପୌରାଞ୍ଚଳରେ ଡେଡିକେଟେଡ୍‌ କୋଭିଡ୍‌ ହସ୍ପିଟାଲ, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର(ଟିଏମ୍‌ସି) ଖୋଲିଥିଲେ। ଏଥିନେଇ ଖଟିଆ, ଗଦି, ବେଡଶିଟ୍‌, ତକିଆ, ଫ୍ୟାନ୍‌, ଆକ୍ୱାଗାର୍ଡ, ବାଲ୍‌ଟି, ଏସି ଇତ୍ୟାଦି କୋଟିକୋଟି ଟଙ୍କା ବ୍ୟୟରେ କିଣା ଯାଇଥିଲା। ହେଲେ କୋଭିଡ୍‌ ପ୍ରକୋପ କମିବା ପରେ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ଯେଉଁସବୁ ଭିତ୍ତିଭୂମି ସୃଷ୍ଟି କରାଯାଇଥିଲା। ତାହା ଅନ୍ୟତ୍ର ବ୍ୟବହାର କରା ନ ଯାଇ ପଞ୍ଚାୟତ ଗୋଦାମ ଆଉ ସରକାରୀ କାର୍ଯ୍ୟାଳୟ ଛାତ ଉପରେ ଖତ ଖାଉଥିବା ଦେଖିବାକୁ ମିଳିଛି। ପ୍ରଶାସନ ଏ ଦିଗରେ କୌଣସି ପଦକ୍ଷେପ ନେଉ ନ ଥିବାରୁ ଏହା ନଷ୍ଟ ହେଉଛି, ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ଆଇନଜୀବୀ ଆଲୋକ ନାୟକ କହିଛନ୍ତି, ମହାମାରୀ କରୋନାର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ୨୦୨୦ ମାର୍ଚ୍ଚ ୨୨ରେ ଜନତା କର୍ଫ୍ୟୁ ଘୋଷଣା କଲେ। ୨୦୨୦ ମାର୍ଚ୍ଚ ୨୫ରୁ କେନ୍ଦ୍ର ସରକାର ସମଗ୍ର ଦେଶରେ ଲକ୍‌ଡାଉନ ଘୋଷଣା କଲେ। ସମଗ୍ର ବିଶ୍ୱର ବିଭିନ୍ନ ଦେଶରେ କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଲୋକମାନଙ୍କ ଉପସ୍ଥିତି ଥିବାରୁ କରୋନା ସଂକ୍ରମଣ ପାଇଁ ଅତ୍ୟନ୍ତ ସମବେଦନଶୀଳ ଅଞ୍ଚଳ ଭାବେ ସରକାରୀସ୍ତରରେ ଚିହ୍ନଟ କରାଗଲା। ଲକ୍‌ଡାଉନ ଥିବାରୁ ବିଭିନ୍ନ ଦେଶ ଓ ରାଜ୍ୟରୁ ପ୍ରବାସୀମାନଙ୍କ ଗୃହ ଆଗମନ ହୋଇଥିଲା। ପ୍ରବାସୀମାନଙ୍କ ଆଗମନରେ ସଂକ୍ରମଣ ବଢ଼ିବାକୁ ଲକ୍ଷ୍ୟ କରି ପ୍ରଶାସନିକ ତତ୍ପରତା ବଢ଼ିବା ସହ ସରକାରଙ୍କ ନିଷ୍ପତ୍ତିକ୍ରମେ ପଟ୍ଟାମୁଣ୍ଡାଇ ଅଞ୍ଚଳର ପ୍ରତ୍ୟେକ ପଞ୍ଚାୟତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ତଥା ସଙ୍ଗରୋଧ କେନ୍ଦ୍ର (ଟିଏମ୍‌ସି) ଖୋଲାଯିବା ସହ ପୌରାଞ୍ଚଳରେ କୋଭିଡ୍‌ କେୟାର ସେଣ୍ଟର ଖୋଲାଯାଇଥିଲା। କରୋନା ମହାମାରୀ କମିଲା ପରେ ଏହିସବୁ କେନ୍ଦ୍ର ବନ୍ଦ କରି ଦିଆଯାଇଛି। ଏହି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଲାଗି କିଣାଯାଇଥିବା ଖଟ, ସାନିଟାଇଜର ମେଶିନ୍‌, ଏସି ଏବଂ ଆନୁଷଙ୍ଗିକ ସାମଗ୍ରୀ ଏବେ ବିଭିନ୍ନ ଗୋଦାମରେ ଖତ ଖାଉଛି। ଏଭଳି କି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଲାଗି କିଣା ଯାଇଥିବା କେତେକ ଜିନିଷପତ୍ରର ପତ୍ତା ମିଳୁନାହିଁ। ବୁଦ୍ଧିଜୀବୀ ପ୍ରବୀର ନାୟକ କହିଛନ୍ତି, ପଟ୍ଟାମୁଣ୍ଡାଇ ଅଞ୍ଚଳରେ ୧୬୬ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ଲାଗି ପ୍ରସ୍ତୁତ କରାଯାଇ ସେଥିରେ ସମୁଦାୟ ୭ ହଜାର ପାଖାପାଖି ବେଡ୍‌ ରଖାଯାଇଥିଲା। ପ୍ରତ୍ୟେକ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ର ପାଇଁ ଖଟ, ବେଡ୍‌ଶିଟ୍‌, ତକିଆ, ଇନଭର୍ଟର, ପାନୀୟ ଜଳ ପାଇଁ ଆକ୍ୱାଗାର୍ଡ, ଡଷ୍ଟବିନ୍‌, ବିଶୋଧନ ଲାଗି ସାନିଟାଇଜର ଯନ୍ତ୍ର କିଣାଯାଇଥିଲା। ସେହିପରି ୨ଟି କୋଭିଡ୍‌ କେୟାର ସେଣ୍ଟର ଓ ଡେଡିକେଟେଡ କୋଭିଡ୍‌ ହସ୍ପିଟାଲ ପ୍ରତିଷ୍ଠା କରାଯାଇ ୧୦୦ ଶଯ୍ୟାର ବ୍ୟବସ୍ଥା କରାଯାଇଥିଲା। ଡେଡିକେଟେଡ କୋଭିଡ୍‌ ହସ୍ପିଟାଲରେ ପାଇଁ ଏସି, ଆକ୍ୱାଗାର୍ଡ, ଖଟ ଅନ୍ୟାନ୍ୟ ମେଡିକାଲ ସାମଗ୍ରୀ କିଣାଯାଇଥିଲା। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲଗାଯାଇଥିବା ଏସି, ଇନ୍‌ଭର୍ଟର ଓ ଆକ୍ୱାଗାର୍ଡ ଏବେ ଶିକ୍ଷାକେନ୍ଦ୍ରଗୁଡ଼ିକରେ ଲାଗିଥିବା ଶିକ୍ଷା ବିଭାଗର ଜଣେ ଅଧିକାରୀ ପ୍ରକାଶ କରିଛନ୍ତି। ପଟ୍ଟାମୁଣ୍ଡାଇ କଲେଜ ପରିସରରେ ଥିବା ଓବିସି ହଷ୍ଟେଲରେ ଉତ୍ସର୍ଗୀକୃତ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ପଟ୍ଟାମୁଣ୍ଡାଇ, ଆଳି, ରାଜନଗର, ରାଜକନିକା ଆଦି ଅଞ୍ଚଳର କୋଭିଡ୍‌ ଆକ୍ରାନ୍ତଙ୍କୁ ଚିକିତ୍ସା ଯୋଗାଇ ଦିଆଯାଉଥିଲା। ତେବେ ୨ ବର୍ଷରୁ ଊର୍ଦ୍ଧ୍ୱ ହେବ ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ ହେବା ପରେ ୨୦୨୨ରେ ପୌର ଓ କଲେଜ କର୍ତ୍ତୃପକ୍ଷଙ୍କୁ ହଷ୍ଟେଲ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ସେଠାରୁ କୋଭିଡ୍‌ ଜିନିଷ ସ୍ଥାନାନ୍ତର କରି ନ ଥିବାରୁ ହଷ୍ଟେଲରେ ଛାବି ଝୁଲି ରହିଛି ବୋଲି କଲେଜ ପକ୍ଷରୁ ସୂଚନା ମିଳିଛି। ଦୀର୍ଘ ୨ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ହଷ୍ଟେଲ ତାଲା ପଡି ରହିବାରୁ ସେଥିରେ ଲାଗିଥିବା ମୂଲ୍ୟବାନ ଜିନିଷପତ୍ର ନଷ୍ଟ ହେବାକୁ ବସିଲାଣି ବୋଲି କଲେଜ ଅଧ୍ୟକ୍ଷ ଦିଲିପ ଭୁୟଁା କହିଛନ୍ତି। ବନ୍ଦ ରହିଥିବାରୁ କବାଟ, ଝରକାଗୁଡ଼ିକ ଉଇ ଖାଇ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି ବୋଲି ଅଧ୍ୟକ୍ଷ କହିଛନ୍ତି। ଅନ୍ୟପକ୍ଷରେ ପଟ୍ଟାମୁଣ୍ଡାଇ କଲେଜରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ସଂଖ୍ୟା ଦୃଷ୍ଟିରୁ ଶ୍ରେଣୀଗୃହ ଅଭାବ ଥିବାରୁ ଏହି ଓବିସି ହଷ୍ଟେଲର ୩ ମହଲା କୋଠାରେ ପାଠପଢ଼ା ପାଇଁ ବ୍ୟବସ୍ଥା କରାଯାଇପାରନ୍ତା ବୋଲି ପ୍ରାଧ୍ୟାପକମାନେ ମତବ୍ୟକ୍ତ କରିଛନ୍ତି। ଏ ନେଇ ପୌର ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ଗିରିଙ୍କୁ ପଚାରିବାରେ କୋଭିଡ ସ୍ବାସ୍ଥ୍ୟକେନ୍ଦ୍ର ଚାଲୁ ନ ଥିବାବେଳେ କାହିଁକି ତାଲା ପଡ଼ି ରହିଛି କହିପାରିବି ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri