Posted inଜାତୀୟ

ଏମସିଡି ନିର୍ବାଚନ: ଭୋଟର ଲିଷ୍ଟରୁ ଅନେକ ନାମ ଡିଲିଟ ହୋଇଥିବା ଦାବି କଲା ଭାଜପା

ନୂଆଦିଲ୍ଲୀ,୪ ।୧୨: ଦିଲ୍ଲୀ ନଗର ନିଗମ(ଏମସିଡି)ର ସମସ୍ତ ୨୫୦ ୱାର୍ଡ ପାଇଁ ରବିବାର ସକାଳ ୮ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ଦିନ ୨ଟା ପର୍ଯ୍ୟନ୍ତ ପାଖାପାଖି ୩୦ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି । ଏହି ନିର୍ବାଚନରେ ଅମ ଆଦମୀ ପାର୍ଟି(ଏଏପି), ଭାରତୀୟ ଜନତା ପାର୍ଟି(ଭାଜପା) ତଥା କଂଗ୍ରେସ ମଧ୍ୟରେ ତ୍ରିକୋଣୀୟ ମୁକାବିଲା ହେଉଛି ।

ନୂଆ ଭୋଟର ଲିଷ୍ଟ କାରଣରୁ ଅନେକେ ଭୋଟରଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି । କିଛି ସ୍ଥାନରେ ଭୋଟର ଲିଷ୍ଟରେ କେତେଜଣ ଲୋକଙ୍କ ନାଁ ନ ଥିବା ବେଳେ ଏମାନେ ଭୋଟ ନ ଦେଇ ଫେରି ଆସିଥିବା ଦେଖାଯାଇଛି ।
ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅନୀଲ ଚୌଧୁରୀଙ୍କ ନାମ ବି ଭୋଟର ଲିଷ୍ଟରେ ନଥିଲା । ଫଳରେ ସେ ଭୋଟ ଦେଇ ପାରି ନାହାନ୍ତି । ଏହାକୁ ନେଇ ଏବେ ରାଜନୀତି ଆରମ୍ଭ ହୋଇଯାଇଛି । ଦିଲ୍ଲୀ ଭାଜପାର ପୂର୍ବତନ ଅଧ୍ୟକ୍ଷ ତଥା ଏମପି ମନୋଜ ତିୱାରୀ ଆମ ଆଦମୀ ପାର୍ଟିକୁ ଟାର୍ଗେଟକୁ ନେଇ ଏହା ଏଏପିର ଷଡଯନ୍ତ୍ର ବୋଲି କହିଛନ୍ତି । ଭାଜପା ଏମପି ଦାବି କରିଛନ୍ତି ଯେ କେଜରିୱାଲ ସରକାର ଭାଜପା ସମର୍ଥକଙ୍କ ଭୋଟ କାଟି ଦେଇଛନ୍ତି । ଦଳ ୪୫୦ ଲୋକଙ୍କ ଭୋଟ କାଟି ଦେଇଛି । ତେଣୁ ଯେ ଏହି କାମ କରିଛି ତା’ର ସ୍ଥାନ ଜେଲରେ ବୋଲି ତିୱାରୀ ପ୍ରତ୍ୟେକ୍ଷ ଭାବେ ଏଏପିକୁ ଟାର୍ଗେଟ କରି କହିଛନ୍ତି ।
ଭାଜପା ଏମ୍‌ପି ଏହାକୁ ନେଇ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିଥିବା ସୂଚନା ମିଳିଛି । ଏହାସହ ଏଭଳି ଲୋକଙ୍କ ଉପରେ ଆକ୍ସନ ନିଆଯିବା ଦରକାର ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri