Posted inଜାତୀୟ

ଏମ୍‌ସିଡି ଷ୍ଟାଣ୍ଡିଂ କମିଟି ପୁନଃ ନିର୍ବାଚନ ଅଟକିଲା

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍‌ସିଡି) ଷ୍ଟାଣ୍ଡିଂ କମିଟିର ୬ ସଦସ୍ୟଙ୍କ ପୁନଃ ନିର୍ବାଚନ ଉପରେ ଦିଲ୍ଲୀ ହାଇକୋର୍ଟ ଶନିବାର ସ୍ଥଗିତାଦେଶ ଲଗାଇଛନ୍ତି। ଫଳରେ ଶାସକ ଏଏପିକୁ ଶକ୍ତ ଝଟକା ଲାଗିଛି। ନିର୍ବାଚନ ନିୟମାବଳୀ ୫୧ରେ ଷ୍ଟାଣ୍ଡିଂ କମିଟି ନିର୍ବାଚନକୁ ବାତିଲ ଘୋଷଣା କରିବା ଅଧିକାର ମେୟରଙ୍କର ରହିଥିବା ଉଲ୍ଲେଖ କରାଯାଇ ନାହିଁ ବୋଲି ହାଇକୋର୍ଟ କହିଥିଲେ। ଶୁକ୍ରବାର ଏମ୍‌ସିଡି ଷ୍ଟାଣ୍ଡିଂ କମିଟି ନିର୍ବାଚନରେ ଗୋଟିଏ ଭୋଟକୁ ମେୟର ଶେଲି ଓବେରୟ ଅବୈଧ ଘୋଷଣା କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ଭାଜପା କାଉନସିଲର ଶିଖା ରାୟ ଏବଂ କମଲଜିତ୍‌ ସେହରାଓ୍ବତ୍‌ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଉକ୍ତ ପିଟିଶନ ଉପରେ ହାଇକୋର୍ଟ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ଏବଂ ମେୟର ଓବେରୟଙ୍କୁ ନୋଟିସ ଜାରି କରିଛନ୍ତି। ବାଲଟ ପେପର, ସିସିଟିଭି ଫୁଟେଜ ଏବଂ ଭୋଟିଂ ସମୟର ଅନ୍ୟାନ୍ୟ ତଥ୍ୟ ପ୍ରମାଣକୁ ସଂରକ୍ଷିତ ରଖିବା ଲାଗି ମେୟରଙ୍କୁ କୁହାଯାଇଛି। ସୂଚନାଯୋଗ୍ୟ, ଏମ୍‌ସିଡି ଷ୍ଟାଣ୍ଡିଂ କମିଟି ସଦସ୍ୟ ନିର୍ବାଚନରେ ଭୋଟ ପୁନଃଗଣନାକୁ ମେୟର ଶୁକ୍ରବାର ବନ୍ଦ କରିବା ପରେ ଏହାକୁ ନେଇ ଗୃହରେ ରଣକ୍ଷେତ୍ର ପାଲଟିଥିଲା। ଏଏପି ଏବଂ ଭାଜପା କାଉନସିଲରମାନେ ପରସ୍ପରକୁ ମୁଥ ଓ ଗୋଇଠା ମାରିବା ସହ ଚୁଟି ଘୋଷାଡିଥିଲେ। ଏହି ସଂଘର୍ଷ ବେଳେ କେତେଜଣଙ୍କ କୁର୍ତ୍ତା ଚିରିବା ସହ ଦୁଇଜଣ ସଦସ୍ୟ ତଳେ ପଡ଼ିଯାଇଥିଲେ। ଏପରିକି ମହିଳା ସଦସ୍ୟମାନେ ମଧ୍ୟ ଆକ୍ରମଣରୁ ବାଦ୍‌ ପଡ଼ି ନ ଥିଲେ। ମେୟର ଓବେରୟଙ୍କୁ ମଧ୍ୟ ଭାଜପା ଗୁଣ୍ଡାମାନେ ଆକ୍ରମଣ କରିଥିବା ଏଏପି ଅଭିଯୋଗ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri