Posted inଖେଳ

ପ୍ରତିଶ୍ରୁତି ରକ୍ଷା କରିବେ ମ୍ୟାକ୍‌ଡୋନାଲ୍ଡ

ସିଡ୍‌ନୀ, ୧୫।୮(ପି.ଟି.)- ଅଷ୍ଟ୍ରେଲିଆର ସିନିୟର ସହକାରୀ କୋଚ୍‌ ଆଣ୍ଡ୍ର୍ୟୁ ମ୍ୟାକଡୋନାଲ୍ଡ ଆସନ୍ତା ମାସରେ ଦଳସହ ଇଂଲଣ୍ଡ ଗସ୍ତରେ ଯାଇପାରିବେ ନାହିଁ। ପୂର୍ବ ପ୍ରତିଶ୍ରୁତି ଅନୁସାରେ ସେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ) ଫ୍ରାଞ୍ଚାଇଜ୍‌ ରାଜସ୍ଥାନ ରୟାଲ୍ସ ସହିତ ରହିବେ। ପୂର୍ବତନ ଅଷ୍ଟ୍ରେଲୀୟ ଅଲରାଉଣ୍ଡର ମ୍ୟାକ୍‌ଡୋନାଲ୍ଡ ଗତବର୍ଷ ରାଜସ୍ଥାନ ରୟାଲ୍ସର ମୁଖ୍ୟ କୋଚ୍‌ ନିଯୁକ୍ତ ହୋଇଛନ୍ତି। ପ୍ୟାଡି ଅପ୍‌ଟନଙ୍କ ସ୍ଥାନରେ ସେ ଏହି ଦାୟିତ୍ୱ ପାଇଛନ୍ତି। ଇଂଲଣ୍ଡ ଗସ୍ତରେ ଯାଇ ଅଷ୍ଟ୍ରେଲିଆ ସେପ୍ଟେମ୍ବର ୪ରୁ ୧୬ ପର୍ଯ୍ୟନ୍ତ ୩ଟି ଲେଖାଏ ଟି୨୦ ଓ ଦିନିକିଆ ମ୍ୟାଚ ଖେଳିବା କାର୍ଯ୍ୟକ୍ରମ ରହିଛି। ଆଇପିଏଲର ୧୩ତମ ସଂସ୍କରଣ ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ)ରେ ସେପ୍ଟେମ୍ବର ୧୯ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଭାଗ ନେବାପାଇଁ ରୟାଲ୍ସ ଅଗଷ୍ଟ ୨୦ ପରେ ୟୁଏଇ ଯିବାର କାର୍ଯ୍ୟକ୍ରମ ରହିଛି। ତେଣୁ ଆଇପିଏଲ ଶେଷ ହେବାପରେ ଯାଇ ମ୍ୟାକଡୋନାଲ୍ଡ ଅଷ୍ଟ୍ରେଲିଆ ଦଳ ସହିତ ଯୋଗଦେଇ ପାରିବେ। ଡେଭିଡ ଓ୍ବାର୍ନର, ବେନ୍‌ ଷ୍ଟୋକ୍ସ, ଜୋଫ୍ରା ଆର୍ଚର, ଷ୍ଟିଭ୍‌ ସ୍ମିଥ ଏବଂ ପ୍ୟାଟ୍‌ କୁମିନ୍ସଙ୍କ ସମେତ ଇଂଲଣ୍ଡ ଓ ଅଷ୍ଟ୍ରେଲିଆର ଅନେକ ଖେଳାଳି ଆଇପିଏଲର ପ୍ରଥମ ସପ୍ତାହରେ ଖେଳି ପାରିବେ ନାହିଁ। ଟୁର୍ନାମେଣ୍ଟର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସଓପି) ଅନୁସାରେ ଖେଳାଳି ଏବଂ ଅଫିସିଆଲମାନେ ୟୁଏଇରେ ପହଞ୍ଚତ୍ବାପରେ ୬ ଦିନ କ୍ୱାରାଣ୍ଟାଇନ୍‌ରେ ରହିବା ବାଧ୍ୟତାମୂଳକ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri