ଏମ୍‌ସିଏଲ୍‌ କୋଇଲା ଖଣିରେ ଦୁର୍ଘଟଣା: ୨ମୃତ, ୪ଗୁରୁତର

ସୁନ୍ଦରଗଡ଼/ହେମଗିରି,୧୧।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକ ମହାନଦୀ କୋଇଲା ଖଣି ଲିମିଟେଡ଼(ଏମସିଏଲ)ର ଗର୍ଜନବାହାଲ କୋଇଲା ଖଣିରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ଜଣ କର୍ମଚାରୀ ଆହତ ହୋଇଛନ୍ତି।
ଖଣି ଭିତରେ କୋଇଲା ଖନନ କାର୍ଯ୍ୟରେ ନିୟୋଜିତ ହୋଲପେକ ମେଶିିନ ଏକ ବୋଲେରୋ ଗାଡ଼ିକୁ ଧକ୍କା ଦେବା ଫଳରେ ଗାଡ଼ିଟି ପ୍ରାୟ ୧୫ ଫୁଟ ଖଣି ତଳକୁ ଖସି ପଡ଼ିଥିଲା। ତୁରନ୍ତ ବୋଲେରୋରେ ଥିବା ୬ ଜଣଙ୍କୁ ଉଦ୍ଧାର କରାଯାଇ ୪୦ କି.ମି. ଦୂର ପଡ଼ୋଶୀ ଛତିଶଗଡ଼ ରାଜ୍ୟ ରାୟଗଡ଼ ଜିନ୍ଦଲ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୪ଜଣଙ୍କୁ ସେଠାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ମୃତକ ହେଲେ ଏମ୍‌ସିଏଲର ସିଫ୍ଟ ଇନ୍‌ଚାର୍ଜ ଜଗଦୀଶ ଓରାମ ଓ ଉମାକାନ୍ତ ପଟେଲ।

ମିଳିଥିବା ସୂଚନା ମୁତାବକ, ଏକ ବୋଲେରୋ ଗାଡ଼ିରେ ୬ଜଣ କର୍ମଚାରୀ ଗର୍ଜନବାହାଲ କୋଇଲା ଖଣିକୁ କାମ କରିବାକୁ ଯାଉଥିବା ବେଳେ ଏକ ହୋଲପେକ ମେଶିିନ ଧକ୍କା ଦେଇଥିଲା। ଫଳରେ ବୋଲେରୋଟି କ୍ଷତିଗ୍ରସ୍ତ ହେବା ସହିତ ଖଣି ଭିତରେ ଖସି ପଡିଥିଲା। ଖବର ପାଇ ପୋଲିସ ଓ ଏମ୍‌ସିଏଲ ବସୁନ୍ଧରାକ୍ଷେତ୍ରର ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ପ୍ରଥମେ ବସୁନ୍ଧରା ଡାକ୍ତରଖାନା ଓ ପରେ ଛତିଶଗଡ଼ସ୍ଥିତ ଜିନ୍ଦଲ ହସ୍ପିଟାଲ ପଠାଇଥିଲେ। ଅନ୍ୟପକ୍ଷେ ଖଣିରେ ଉତ୍ତୋଳନ ଓ ପରିବହନ କାମ ବନ୍ଦ ରହିଛି। ଦୁର୍ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏପରିକି ଖଣି କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri