ଏମ୍‌ସିଏଲ୍‌ କୋଇଲା ଖଣିରେ ଦୁର୍ଘଟଣା: ୨ମୃତ, ୪ଗୁରୁତର

ସୁନ୍ଦରଗଡ଼/ହେମଗିରି,୧୧।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକ ମହାନଦୀ କୋଇଲା ଖଣି ଲିମିଟେଡ଼(ଏମସିଏଲ)ର ଗର୍ଜନବାହାଲ କୋଇଲା ଖଣିରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ଜଣ କର୍ମଚାରୀ ଆହତ ହୋଇଛନ୍ତି।
ଖଣି ଭିତରେ କୋଇଲା ଖନନ କାର୍ଯ୍ୟରେ ନିୟୋଜିତ ହୋଲପେକ ମେଶିିନ ଏକ ବୋଲେରୋ ଗାଡ଼ିକୁ ଧକ୍କା ଦେବା ଫଳରେ ଗାଡ଼ିଟି ପ୍ରାୟ ୧୫ ଫୁଟ ଖଣି ତଳକୁ ଖସି ପଡ଼ିଥିଲା। ତୁରନ୍ତ ବୋଲେରୋରେ ଥିବା ୬ ଜଣଙ୍କୁ ଉଦ୍ଧାର କରାଯାଇ ୪୦ କି.ମି. ଦୂର ପଡ଼ୋଶୀ ଛତିଶଗଡ଼ ରାଜ୍ୟ ରାୟଗଡ଼ ଜିନ୍ଦଲ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୪ଜଣଙ୍କୁ ସେଠାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ମୃତକ ହେଲେ ଏମ୍‌ସିଏଲର ସିଫ୍ଟ ଇନ୍‌ଚାର୍ଜ ଜଗଦୀଶ ଓରାମ ଓ ଉମାକାନ୍ତ ପଟେଲ।

ମିଳିଥିବା ସୂଚନା ମୁତାବକ, ଏକ ବୋଲେରୋ ଗାଡ଼ିରେ ୬ଜଣ କର୍ମଚାରୀ ଗର୍ଜନବାହାଲ କୋଇଲା ଖଣିକୁ କାମ କରିବାକୁ ଯାଉଥିବା ବେଳେ ଏକ ହୋଲପେକ ମେଶିିନ ଧକ୍କା ଦେଇଥିଲା। ଫଳରେ ବୋଲେରୋଟି କ୍ଷତିଗ୍ରସ୍ତ ହେବା ସହିତ ଖଣି ଭିତରେ ଖସି ପଡିଥିଲା। ଖବର ପାଇ ପୋଲିସ ଓ ଏମ୍‌ସିଏଲ ବସୁନ୍ଧରାକ୍ଷେତ୍ରର ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ପ୍ରଥମେ ବସୁନ୍ଧରା ଡାକ୍ତରଖାନା ଓ ପରେ ଛତିଶଗଡ଼ସ୍ଥିତ ଜିନ୍ଦଲ ହସ୍ପିଟାଲ ପଠାଇଥିଲେ। ଅନ୍ୟପକ୍ଷେ ଖଣିରେ ଉତ୍ତୋଳନ ଓ ପରିବହନ କାମ ବନ୍ଦ ରହିଛି। ଦୁର୍ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏପରିକି ଖଣି କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri