୪ ଜିଲାରେ ୫୫୦ ଶଯ୍ୟା ଲାଗି ଏମ୍‌ସିଏଲ୍‌କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟରେ ମେଡିକାଲ ଭିତ୍ତିଭୂମିର ନିର୍ମାଣ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିଥିବା ଅନୁରୋଧକୁ ପ୍ରାଥମିକତା ଦେଇ ସକାରାତ୍ମକ ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଷୀ ମହାନଦୀ କୋଲ ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌)କୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ୭ ତାରିଖରେ ଜୋଷୀଙ୍କୁ ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ୫୫୦ଟି ବେଡ୍‌ ସହ ଅକ୍ସିଜେନ୍‌ ସଂଯୁକ୍ତ ବେଡ୍‌଼, ଆଇସିୟୁ, ଭେଣ୍ଟିଲେଟର ତଥା ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଅନୁରୋଧ କରିଥିଲେ। କେନ୍ଦ୍ରମନ୍ତ୍ରୀ ଜୋଷୀ ଏହି ଚିଠିର ପ୍ରତ୍ୟୁତ୍ତରରେ ଧର୍ମେନ୍ଦ୍ରଙ୍କ ଅନୁରୋଧକୁ ପ୍ରାଥମିକତା ଦେଇ ପଦକ୍ଷେପ ନେବାକୁ ଏମ୍‌ସିଏଲ୍‌କୁ ନିର୍ଦ୍ଦେଶ ଦେଇଥିବା ଉଲ୍ଲେଖ କରିଛନ୍ତି। ଏହି ସଙ୍କଟ ସମୟରେ ଓଡ଼ିଶାରେ ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ ଦେଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ରମନ୍ତ୍ରୀ ଜୋଷୀଙ୍କୁ ଧର୍ମେନ୍ଦ୍ର ଧନ୍ୟବାଦ ଜଣାଇଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ର ଖଣିମନ୍ତ୍ରୀଙ୍କୁ ଚିଠି ଲେଖି ଧର୍ମେନ୍ଦ୍ର ସମ୍ବଲପୁର ଠାରେ ୧୫୦ଟି ଅକ୍ସିଜେନ୍‌ ସଂଯୁକ୍ତ ବେଡ୍‌, ଆଇସିୟୁ ଏବଂ ଭେଣ୍ଟିଲେଟର ସୁବିଧା ସହ ଅସ୍ଥାୟୀ ଭାବେ ସୁପର ସ୍ପେଶିଆଲିଟି ହସ୍ପିଟାଲ ପ୍ରତିଷ୍ଠା, ସୁନ୍ଦରଗଡ଼ ଜିଲାର ଏମ୍‌ସିଏଲ୍‌ର ବସୁନ୍ଧରା ଏବଂ ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର ଅଞ୍ଚଳରେ ଥିବା କୋଭିଡ୍‌ ହସ୍ପିଟାଲରେ ୫୦ଟି ଲେଖାଏ ଅକ୍ସିଜେନ୍‌ ସଂଯୁକ୍ତ ବେଡ୍‌ ସହ ଆଇସିୟୁ ଏବଂ ଭେଣ୍ଟିିଲେଟର ସୁବିଧା ପ୍ରଦାନ କରିବାକୁ ଅନୁରୋଧ କରିଥିଲେ। ଅନୁରୂପ ଭାବେ ଝାରସୁଗୁଡ଼ା ଜିଲା ଲଖନପୁର ଏବଂ ଅନୁଗୋଳ ଜିଲା ତାଳଚେର ସ୍ଥିତ ଏମ୍‌ସିଏଲ୍‌ର କୋଭିଡ୍‌ ହସ୍ପିଟାଲଠାରେ ୧୫୦ ଲେଖାଏ ଅକ୍ସିଜେନ୍‌ ସଂଯୁକ୍ତ ବେଡ୍‌, ଆଇସିୟୁ ଏବଂ ଭେଣ୍ଟିଲେଟରର ବ୍ୟବସ୍ଥା କରିବାକୁ ଅନୁରୋଧ କରିଥିଲେ। ଧର୍ମେନ୍ଦ୍ରଙ୍କ ଅନୁରୋଧ ପରେ ଏବେ ଝାରସୁଗୁଡା ଜିଲାର ଲଖନପୁର ହସ୍ପିଟାଲରେ ଏମ୍‌ସିଏଲ୍‌ ଦ୍ୱାରା ୨୦ଟି ଆଇସିୟୁ ସମେତ ୧୨୦ଟି ବେଡ୍‌ ବ୍ୟବସ୍ଥା କରାଯାଉଛି। ସେହିପରି ପୂର୍ବରୁ ତାଳଚେର ଏମ୍‌ସିଏଲ୍‌ ହସ୍ପିଟାଲରେ ୧୨୦ଟି ବେଡ୍‌ ସହ ଭେଣ୍ଟିଲେଟର ଓ ଆଇସିୟୁର ବ୍ୟବସ୍ଥା ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri