ଆଜି ଉଦ୍‌ଘାଟନ ହେବ ଏମ୍‌ସିଏଲ୍‌ର ୨୧୪୫ କୋଟିର ପ୍ରକଳ୍ପ

ଭୁବନେଶ୍ୱର,୩।୨ (ଅଭୟ ଦାଶ): ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ୨୧୪୫କୋଟି ଟଙ୍କା ବ୍ୟୟବରାଦରେ ନିର୍ମିତ ୪ଟି ପ୍ରମୁଖ ପ୍ରକଳ୍ପକୁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ସହ ଦେଶ ଉଦ୍ଦେଶ୍ୟ୍‌ରେ ଉତ୍ସର୍ଗ କରିବେ ବୋଲି ଏମ୍‌ସିଏଲ୍‌ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଏ ନେଇ ଶୁକ୍ରବାର ଏମ୍‌ସିଏଲ୍‌ ପକ୍ଷରୁ ଭୁବନେଶ୍ୱରଠାରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଏମ୍‌ସିଏଲ୍‌ର ନିର୍ଦ୍ଦେଶକ (ଫାଇନାନ୍ସ) ଅଜିତ କୁମାର ବେହୁରା ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଉଦ୍‌ଘାଟନୀ ଉତ୍ସବର ବିସ୍ତୃତ ସୂଚନା ସହ ଖରବଦାତା ସମ୍ମିଳନୀର ଆଭିମୁଖ୍ୟ ଏବଂ ଏମ୍‌ସିଏଲ୍‌ର କାରବାର ଓ ଲକ୍ଷ୍ୟ ହାସଲ ଏବଂ ଉଦ୍‌ଘାଟନ ହେବାକୁ ଥିବା ୪ ପ୍ରମୁଖ ପ୍ରକଳ୍ପ ବିଷୟରେ ମତବ୍ୟକ୍ତ କରିଥିଲେ। ସେହିଭଳି ଦିନିକିଆ ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ସିଏଲ୍‌ ଦ୍ୱାରା ନିର୍ମିତ ତଥା କୋଇଲା ଖଣି କ୍ଷେତ୍ରରେ ପରିବର୍ତ୍ତନକାରୀ ୪ଟି ପ୍ରକଳ୍ପକୁ ଉଦ୍‌ଘାଟନ କରିବେ ବୋଲି ଏମ୍‌ସିଏଲ୍‌ ପକ୍ଷରୁ କୁହାଯାଇଛି।
ଉଲ୍ଲେଖଯୋଗ୍ୟ, ଓଡ଼ିଶାର ଅନଗୋଳ ଜିଲାର ତାଳଚେର କୋଲ୍‌ଫିଲ୍ଡରେ ୩୩୫କୋଟି ଟଙ୍କା ବ୍ୟୟର ବାର୍ଷିକ ୧୦ ମିଲିୟନ ଟନ କ୍ଷମତା ବିଶିଷ୍ଟ ଭୁବନେଶ୍ୱରୀ ଫେଜ୍‌-୧ ସିଏଚ୍‌ପି ସାଇଲୋ ଏବଂ ୩୭୪ କୋଟି ଟଙ୍କା ବିନିଯୋଗର ଇବ୍‌ ଭ୍ୟାଲି କୋଲ୍‌ଫିଲ୍ଡରେ ବାର୍ଷିକ ୧୫ମିଲିୟନ ଟନ କ୍ଷମତା ବିଶିଷ୍ଟ ଲାଜକୁରା ରାପିଡ୍‌ ଲୋଡିଂ ସିଷ୍ଟମ (ଆର୍‌ଏଲ୍‌ଏସ୍‌) ନିର୍ମିତ ହୋଇଛି। ସେହିଭଳି ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟନ ହେବାକୁ ଥିବା ଅନ୍ୟ ପ୍ରକଳ୍ପ ମଧ୍ୟରେ ଇବ୍‌ ଭ୍ୟାଲି ୱାଶେରିରେ ବାର୍ଷିକ ୧୦ମିଲିୟନ ଟନ ଅଣ-କୋକିଂ କୋଇଲା ଧୋଇବାର କ୍ଷମତା ରହିଛି। ଓଡ଼ିଶାର ଝାରସୁଗୁଡା ଜିଲାରେ ମୋଟ ୫୫୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ କୋଇଲା ପ୍ରକ୍ରିୟାକରଣରେ ଗୁଣବତ୍ତା, ନୂତନତା ଓ ସ୍ଥିରତାକୁ ସୂଚିତ କରୁଛି। ଏଥିସହ ପ୍ରଧାନମନ୍ତ୍ରୀ ଶକ୍ତି ସୁରକ୍ଷା ଦିଗରେ ସ୍ଥିରତା ଅଭିଯାନର ଏକ ଅଂଶ ଭାବେ ୮୭୮କୋଟି ଟଙ୍କା ବ୍ୟୟରେ ନିର୍ମିତ ଝାରସୁଗୁଡା-ବରପାଲୀ-ସରଡେଗା ରେଳଲାଇନ ଫେଜ୍‌-୧ର ୫୦କି.ମି. ଦୀର୍ଘ ଦ୍ୱିତୀୟ ଟ୍ରାକ୍‌କୁ ମଧ୍ୟ ଦେଶ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ। ଉପରୋକ୍ତ ପ୍ରକଳ୍ପଗୁଡିକ ମଧ୍ୟରେ ଦୁଇଟି ଫାଷ୍ଟ ମାଇଲ କନେକ୍ଟିଭିଟି (ଏଫ୍‌ଏମ୍‌ସି) ପ୍ରକଳ୍ପ ଅନ୍ତର୍ଭୁକ୍ତ ରହିଛି ବୋଲି ବେହୁରା ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri