Posted inଜାତୀୟ

ୟୁକ୍ରେନ ଛାଡ଼ିଲେଣି ୧୮ହଜାର ଭାରତୀୟ

ନୂଆଦିଲ୍ଲୀ,୩।୩: ରୁଷିଆ ଓ ୟୁକ୍ରେନରେ ଜାରି ରହିଥିବା ଯୁଦ୍ଧ ଅଷ୍ଟମ ଦିନରେ ପହଞ୍ଚିଛି। ଦିନକୁ ଦିନ ୟୁକ୍ରେନରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଇତିମଧ୍ୟରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା ଲାଗି କେନ୍ଦ୍ର ସରକାର ତତ୍ପରତା ଦେଖାଇଛନ୍ତି। ଅପରେଶନ୍‌ ଗଙ୍ଗା ଅଭିଯାନକୁ ତ୍ୱରାନ୍ବିତ କରାଯାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୮ହଜାର ଭାରତୀୟ ୟୁକ୍ରେନ ଛାଡ଼ିଛନ୍ତି। ଏନେଇ ଗୁରୁବାର ବର୍ହିବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅପରେଶନ ଗଙ୍ଗା ମାଧ୍ୟମରେ ଗୋଟିଏ ଦିନରେ ୧୫ଟି ବିମାନ ମାଧ୍ୟମରେ ୩ହଜାର ଭାରତୀୟଙ୍କୁ ସ୍ବଦେଶ ଅଣାଯାଇଛି। ଗତ ୨୪ ଘଣ୍ଟାରେ ୩୦ଟି ବିମାନରୁ ୬୪୦୦ ଭାରତୀୟଙ୍କୁ ଫେରାଇ ଅଣାଯାଇଛି। ସଙ୍କଟ ସମୟରେ ସହାୟତା ପାଇଁ ୟୁକ୍ରେନ ଏବଂ ଏହାର ପଡ଼ୋଶୀ ଦେଶମାନଙ୍କୁ ଅରିନ୍ଦମ ବାଗଚି ଧନ୍ୟବାଦ ଜଣାଇଛନ୍ତି। ଆସନ୍ତାକାଲି ୧୫ଟି ଓ ଆଗାମୀ ୨୪ଘଣ୍ଟାରେ ୧୮ଟି ବିମାନ ଉଡାଣ ପାଇଁ ସ୍ଥିର ହୋଇଛି। ତେବେ ରୋମାନିଆର ଏକ ନୂତନ ସ୍ଥାନ ସୁଚିଆଭାକୁ ଚିହ୍ନଟ କରାଯାଇଛି, ଯେଉଁଠାରୁ ବିମାନରେ ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ ପ୍ରୟାସ କରାଯିବ ବୋଲି ବର୍ହିବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏତଦ୍‌ ବ୍ୟତୀତ ଭାରତୀୟଙ୍କ ପାଇଁ ଖାଦ୍ୟ ଏବଂ ରହଣି ବ୍ୟବସ୍ଥା ମଧ୍ୟ କରାଯାଉଛି। ଆସନ୍ତା ୨-୩ ଦିନ ମଧ୍ୟରେ ଅଧିକ ଲୋକଙ୍କୁ ଫେରାଇ ଅଣାଯିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଦୁର୍ଭାଗ୍ୟବଶତଃ ଯେଉଁମାନେ ୟୁକ୍ରେନର ଖାର୍କିଭରେ ରହିଯାଇଛନ୍ତି ସେମାନଙ୍କୁ ଟ୍ରେନ ଯୋଗେ ସେଠାରୁ ବାହାରିବାକୁ ନିବେଦନ କରାଯାଇଛି ବୋଲି ମୁଖପାତ୍ର ଅରିନ୍ଦମ ବାଗଚି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri