Posted inଜାତୀୟ

MEAର ଚେତାବନୀ: ଭିଜା ଅବଧି ଶେଷ ହେବା ପୂର୍ବରୁ ଭାରତ ଛାଡନ୍ତୁ ପାକିସ୍ତାନୀ, ୨୯ ପରେ ମେଡିକାଲ ଭିଜା ବି…

ନୂଆଦିଲ୍ଲୀ,୨୪।୪: ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ ଭିଜା ସେବା ତୁରନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବୈଦେଶିକ ମନ୍ତ୍ରଣାଳୟ (MEA) କହିଛି ଯେ ପାକିସ୍ତାନୀ ନାଗରିକଙ୍କୁ ଜାରି କରାଯାଇଥିବା ସମସ୍ତ ଭିଜା ୨୭ ଏପ୍ରିଲରୁ ବାତିଲ ବୋଲି ବିବେଚନା କରାଯିବ। ଏହା ବ୍ୟତୀତ, ପାକିସ୍ତାନୀ ନାଗରିକଙ୍କୁ ଜାରି କରାଯାଇଥିବା ମେଡିକାଲ ଭିଜା କେବଳ ୨୯ ଏପ୍ରିଲ, ୨୦୨୫ ପର୍ଯ୍ୟନ୍ତ ବୈଧ ରହିବ।
ମନ୍ତ୍ରଣାଳୟ କହିଛି ଯେ ପରିବର୍ତ୍ତିତ ଭିଜା ସର୍ତ୍ତାବଳୀ ଅନୁଯାୟୀ ବର୍ତ୍ତମାନ ଭାରତରେ ଥିବା ପାକିସ୍ତାନୀ ନାଗରିକମାନଙ୍କୁ ସେମାନଙ୍କର ଭିଜା ମିଆଦ ଶେଷ ହେବା ପୂର୍ବରୁ ଭାରତ ଛାଡିବାକୁ ପଡିବ। ବୈଦେଶିକ ମନ୍ତ୍ରଣାଳୟ କହିଛି, ଭାରତୀୟ ନାଗରିକମାନଙ୍କୁ ପାକିସ୍ତାନ ଯାତ୍ରା ନ କରିବାକୁ କଡ଼ା ପରାମର୍ଶ ଦିଆଯାଇଛି। ବର୍ତ୍ତମାନ ପାକିସ୍ତାନରେ ଥିବା ଭାରତୀୟ ନାଗରିକମାନଙ୍କୁ ଯଥାଶୀଘ୍ର ଭାରତ ଫେରିଆସିବାକୁ ପରାମର୍ଶ ଦିଆଯାଇଛି।
ବୁଧବାର ଭାରତ ପାକିସ୍ତାନ ସହିତ କୂଟନୈତିକ ସମ୍ପର୍କକୁ ଆହୁରି ହ୍ରାସ କରିଛି ଏବଂ ଅନେକ କଠୋର ପଦକ୍ଷେପ ନେଇଛି। ଏଥିରେ ଭାରତରୁ ପାକିସ୍ତାନୀ ସେନା ଅଧିକାରୀମାନଙ୍କୁ ବହିଷ୍କାର ନିର୍ଦ୍ଦେଶ, ୧୯୬୦ ମସିହାର ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ ରଖିବା ଏବଂ ଅଟାରୀ ସୀମା ପୋଷ୍ଟ ବନ୍ଦ କରିବା ଅନ୍ତର୍ଭୁକ୍ତ। ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ସୁରକ୍ଷା କମିଟି (ସିସିଏସ) ବୈଠକରେ ଏହି ସମସ୍ତ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri