Posted inଜାତୀୟ

ଚାଷୀଙ୍କ ଘରେ ଭୋଜନ: ଭାଜପାର ନିର୍ବାଚନୀ ଥୋପ

କୋଲକାତା,୧୫।୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଭାଜପା ପକ୍ଷରୁ ରାଜ୍ୟରୁ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରଙ୍କୁ ହଟାଇବା ପାଇଁ ବିଭିନ୍ନ ଯୋଜନା ପ୍ରସ୍ତୁତ କରାଯାଇଛି। ଫେବୃୟାରୀ ୧୮ରେ ରାଜ୍ୟର ୧,୨୬୩ ମଣ୍ଡଳରେ ଭାଜପାର କୃଷକ ମୋର୍ଚ୍ଚା ପକ୍ଷରୁ ଚାଷୀଙ୍କ ଘରେ ଭୋଜନ ଅଭିଯାନ ଆରମ୍ଭ କରାଯିବ। ଏହି ନିର୍ବାଚନୀ ଥୋପ ଦ୍ୱାରା ରାଜ୍ୟର ଚାଷୀମାନଙ୍କ ଭୋଟ ହାତେଇବା ପାଇଁ ଭାଜପା ଉଦ୍ୟମ କରୁଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଇତିମଧ୍ୟରେ ରାଜ୍ୟର ୪୮,୭୫୧ ଗାଁ ମଧ୍ୟରୁ ୪୦,୦୦୦ ଗାଁରେ କୃଷକ ସୁରକ୍ଷା ଅଭିଯାନ କାର୍ଯ୍ୟକାରୀ ହୋଇ ସାରିଛି। ରାଜ୍ୟର ୭୦ ଲକ୍ଷ ଚାଷୀଙ୍କୁ ସରକାରୀ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ଭାଜପା ପକ୍ଷରୁ ପ୍ରୟାସ ଜାରି ରହିଥିବା କୃଷକ ମୋର୍ଚ୍ଚା ସଭାପତି ମହାଦେବ ସରକାର କହିଛନ୍ତି। କୃଷକ ସୁରକ୍ଷା ଅଭିଯାନ ଅନ୍ତର୍ଗତ ରାଜ୍ୟର ୨୫ ଲକ୍ଷ ଚାଷୀଙ୍କ ନିକଟରେ ପହଞ୍ଚିବା ଲକ୍ଷ୍ୟ ନେଇ ମୋର୍ଚ୍ଚା କାର୍ଯ୍ୟ କରୁଛି। ଏହି ଅଭିଯାନରେ ୩,୩ ୫୪ ଗ୍ରାମ ପଞ୍ଚାୟତର ୭ ହଜାରରୁ ଅଧିକ ଚାଷୀଙ୍କ ଘରେ ଭୋଜନ କରାଯିବ ବୋଲି ସେ କହିଛନ୍ତି। ଏହା ସହିତ ଚାଷୀ ପରିବାରରୁ ଏକ ମୁଠା ଚାଉଳ ସଂଗ୍ରହ ମଧ୍ୟ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri