୨୦୨୬ ସୁଦ୍ଧା ମିଳିମିଳା-ରୁବେଲାମୁକ୍ତ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର, ୩୦।୪(ବନ୍ଦନା ସେଠୀ):୨୦୨୬ ସୁଦ୍ଧା ମିଳିମିଳା ଏବଂ ରୁବେଲାକୁ ସମ୍ପୂର୍ଣ୍ଣ ରୂପେ ପରାହତ କରିବା ପାଇଁ ଓଡ଼ିଶା ସଂକଳ୍ପବଦ୍ଧ। ସେହିପରି ଟିକାକରଣ କ୍ଷେତ୍ରରେ ଓଡ଼ିଶା ଉଲ୍ଲେଖନୀୟ ପ୍ରଦର୍ଶନ କରିଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫) ଅନୁଯାୟୀ ଓଡ଼ିଶା ୯୦.୫% ଟିକାକରଣ କଭରେଜ୍‌ ହାସଲ କରିପାରିଛି। ଏହା ଭାରତର ରାଜ୍ୟଗୁଡ଼ିକ ମଧ୍ୟରେ ସର୍ବାଧିକ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି। ମଙ୍ଗଳବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟରେ ସ୍ବାସ୍ଥ୍ୟମନ୍ତ୍ରୀ ରାଜ୍ୟରେ ମିଳିମିଳା ଏବଂ ରୁବେଲା (ଏମ୍‌ଆର୍‌) ନିରାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ଉଦ୍ଦେଶ୍ୟରେ ବିସ୍ତୃତ ସୂଚନା, ଶିକ୍ଷା ଏବଂ ଯୋଗାଯୋଗ (ଆଇଇସି) ସାମଗ୍ରୀର ଉନ୍ମୋଚନ କରିଛନ୍ତି। ଟିକାକରଣ କ୍ଷେତ୍ରରେ ଏହି ମାଇଲଖୁଣ୍ଟ ସ୍ବାସ୍ଥ୍ୟକର୍ମୀଙ୍କ ସମର୍ପିତ ମନୋଭାବ, ଗୋଷ୍ଠୀ ସମର୍ଥନ ଏବଂ ଠିକ୍‌ ଅନ୍ତଃବିଭାଗୀୟ ସମନ୍ବୟର ପ୍ରମାଣ। ଟିକାକରଣ ଦ୍ୱାରା ପ୍ରତିରୋଧ କରିହେଉଥିବା ରୋଗଠାରୁ ଶିଶୁମାନଙ୍କୁ ଦୂରେଇ ରଖିବା ସହ ଶାରରିକ ଅସୁସ୍ଥତା ଓ ମୃତ୍ୟୁହାର ହ୍ରାସ କରିବା ନିମନ୍ତେ ରାଜ୍ୟରେ ସର୍ବଦା ମହିଳା ଓ ଶିଶୁଙ୍କ ଟିକାକରଣକୁ ସର୍ବୋଚ୍ଚ ପ୍ରାଥମିକତା ପ୍ରଦାନ କରାଯାଇଛି। ରାଜ୍ୟର କୌଣସି ଶିଶୁ ଯେପରି ଟିକାକରଣରୁ ବଞ୍ଚତ୍ତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦିଆଯାଉଥିବା ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଏହାବାଦ୍‌ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ମହିଳା ଓ ଶିଶୁ ବିକାଶ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ସୂଚନା ଓ ଲୋକସମ୍ପର୍କ ଭଳି ଏକାଧିକ ସରକାରୀ ବିଭାଗର ପରସ୍ପର ସହଯୋଗୀ ଆଭିମୁଖ୍ୟ ଉପରେ ଏମ୍‌ଆର୍‌ ନିରାକରଣ ମିଶନର ସଫଳତା ନିର୍ଭର କରେ ବୋଲି ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଉତ୍ସବରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର, ରାଜ୍ୟ ଟିକାକରଣ ଅଧିକାରୀ ଡା. ତାପସ କୁମାର ପାତ୍ର, ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବିନୋଦ ବିହାରୀ ଦାସଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଟିକାକରଣ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟାନ୍ବୟନ ପାଇଁ ୧୯୭୭ରେ ଭାରତରୁ ବସନ୍ତ ରୋଗର ବିଲୋପ, ୨୦୧୪ ମାର୍ଚ୍ଚରୁ ଭାରତ ପୋଲିଓମୁକ୍ତ ଏବଂ ୨୦୧୫ ମେ’ରୁ ମାତୃ ଓ ନବଜାତ ଶିଶୁ ଟିଟାନସ୍‌ମୁକ୍ତ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri