୨୦୨୬ ସୁଦ୍ଧା ମିଳିମିଳା-ରୁବେଲାମୁକ୍ତ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର, ୩୦।୪(ବନ୍ଦନା ସେଠୀ):୨୦୨୬ ସୁଦ୍ଧା ମିଳିମିଳା ଏବଂ ରୁବେଲାକୁ ସମ୍ପୂର୍ଣ୍ଣ ରୂପେ ପରାହତ କରିବା ପାଇଁ ଓଡ଼ିଶା ସଂକଳ୍ପବଦ୍ଧ। ସେହିପରି ଟିକାକରଣ କ୍ଷେତ୍ରରେ ଓଡ଼ିଶା ଉଲ୍ଲେଖନୀୟ ପ୍ରଦର୍ଶନ କରିଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫) ଅନୁଯାୟୀ ଓଡ଼ିଶା ୯୦.୫% ଟିକାକରଣ କଭରେଜ୍‌ ହାସଲ କରିପାରିଛି। ଏହା ଭାରତର ରାଜ୍ୟଗୁଡ଼ିକ ମଧ୍ୟରେ ସର୍ବାଧିକ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି। ମଙ୍ଗଳବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟରେ ସ୍ବାସ୍ଥ୍ୟମନ୍ତ୍ରୀ ରାଜ୍ୟରେ ମିଳିମିଳା ଏବଂ ରୁବେଲା (ଏମ୍‌ଆର୍‌) ନିରାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ଉଦ୍ଦେଶ୍ୟରେ ବିସ୍ତୃତ ସୂଚନା, ଶିକ୍ଷା ଏବଂ ଯୋଗାଯୋଗ (ଆଇଇସି) ସାମଗ୍ରୀର ଉନ୍ମୋଚନ କରିଛନ୍ତି। ଟିକାକରଣ କ୍ଷେତ୍ରରେ ଏହି ମାଇଲଖୁଣ୍ଟ ସ୍ବାସ୍ଥ୍ୟକର୍ମୀଙ୍କ ସମର୍ପିତ ମନୋଭାବ, ଗୋଷ୍ଠୀ ସମର୍ଥନ ଏବଂ ଠିକ୍‌ ଅନ୍ତଃବିଭାଗୀୟ ସମନ୍ବୟର ପ୍ରମାଣ। ଟିକାକରଣ ଦ୍ୱାରା ପ୍ରତିରୋଧ କରିହେଉଥିବା ରୋଗଠାରୁ ଶିଶୁମାନଙ୍କୁ ଦୂରେଇ ରଖିବା ସହ ଶାରରିକ ଅସୁସ୍ଥତା ଓ ମୃତ୍ୟୁହାର ହ୍ରାସ କରିବା ନିମନ୍ତେ ରାଜ୍ୟରେ ସର୍ବଦା ମହିଳା ଓ ଶିଶୁଙ୍କ ଟିକାକରଣକୁ ସର୍ବୋଚ୍ଚ ପ୍ରାଥମିକତା ପ୍ରଦାନ କରାଯାଇଛି। ରାଜ୍ୟର କୌଣସି ଶିଶୁ ଯେପରି ଟିକାକରଣରୁ ବଞ୍ଚତ୍ତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦିଆଯାଉଥିବା ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଏହାବାଦ୍‌ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ମହିଳା ଓ ଶିଶୁ ବିକାଶ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ସୂଚନା ଓ ଲୋକସମ୍ପର୍କ ଭଳି ଏକାଧିକ ସରକାରୀ ବିଭାଗର ପରସ୍ପର ସହଯୋଗୀ ଆଭିମୁଖ୍ୟ ଉପରେ ଏମ୍‌ଆର୍‌ ନିରାକରଣ ମିଶନର ସଫଳତା ନିର୍ଭର କରେ ବୋଲି ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଉତ୍ସବରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର, ରାଜ୍ୟ ଟିକାକରଣ ଅଧିକାରୀ ଡା. ତାପସ କୁମାର ପାତ୍ର, ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବିନୋଦ ବିହାରୀ ଦାସଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଟିକାକରଣ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟାନ୍ବୟନ ପାଇଁ ୧୯୭୭ରେ ଭାରତରୁ ବସନ୍ତ ରୋଗର ବିଲୋପ, ୨୦୧୪ ମାର୍ଚ୍ଚରୁ ଭାରତ ପୋଲିଓମୁକ୍ତ ଏବଂ ୨୦୧୫ ମେ’ରୁ ମାତୃ ଓ ନବଜାତ ଶିଶୁ ଟିଟାନସ୍‌ମୁକ୍ତ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri