Posted inଖେଳ

୩୭ତମ ଜାତୀୟ କ୍ରୀଡାରେ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧିତ

ଭୁବନେଶ୍ୱର,୨୫ା୧୧(ସରୋଜ ଜେନା): ଗୋଆରେ ଅନୁଷ୍ଠିତ ୩୭ତମ ଜାତୀୟ କ୍ରୀଡାରେ ପଦକ ବିଜେତା ଖେଳାଳିମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ଆର୍ଥତ୍କ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ଓଡ଼ିଶା କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ କ୍ରୀଡା ନିର୍ଦ୍ଦେଶକ ସିଦ୍ଧାର୍ଥ ଶଙ୍କର ଦାସ ଯୋଗ ଦେଇଥିଲେ। ଓଡ଼ିଶା ଖେଳାଳିମାନେ ଶ୍ରେଷ୍ଠ ପ୍ରଦର୍ଶନ କରିବା ସହିତ ୧୧ ସ୍ବର୍ଣ୍ଣ, ୧୮ ରୌପ୍ୟ ଓ ୩୧ ବ୍ରୋଞ୍ଜ ସହ ମୋଟ ୬୦ ପଦକ ଜିତିଥିଲେ।

ପୂର୍ବରୁ ସରକାର ସ୍ବର୍ଣ୍ଣ ପଦକ ପାଇଁ ୫ ଲକ୍ଷ, ରୌପ୍ୟ ପଦକ ପାଇଁ ୩ ଲକ୍ଷ ଓ ବ୍ରୋଞ୍ଜ ପଦକ ପାଇଁ ୨ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ଶୁକ୍ରବାର ୧୬୯ ଜଣ ଖେଳାଳିଙ୍କୁ ସମୁଦାୟ ୫ କୋଟି ୩୧ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯାଇଛି। ସ୍ବର୍ଣ୍ଣ ବିଜୟୀ ମହିଳା ଫୁଟବଲ ଦଳକୁ ୧.୦୫ କୋଟି ଟଙ୍କାର ପୁରସ୍କାର ଦିଆଯାଇଥିଲା। ଖୋ ଖୋ ମହିଳା ଓ ପୁରୁଷ ଦଳକୁ ୪୫ ଲକ୍ଷ ଟଙ୍କା ପୁରସ୍କାର ମିଳିଥିବା ବେଳେ ପୁରୁଷ ରଗ୍‌ବୀ ଦଳକୁ ୨୪ ଲକ୍ଷ ଟଙ୍କା ମିଳିଥିଲା। ତେବେ ବ୍ୟକ୍ତିଗତ ବର୍ଗରେ ମହିଳା ଜିମ୍ନାଷ୍ଟ ପ୍ରଣତି ନାୟକ ସର୍ବାଧିକ ୨୩ ଲକ୍ଷ ଟଙ୍କାର ଆର୍ଥତ୍କ ପୁରସ୍କାର ହାସଲ କରିଥିଲେ। ଚଳିତ ବର୍ଷ ଜାତୀୟ କ୍ରୀଡାରେ ରାଜ୍ୟ ଏହାର ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ବେଳେ ଚମତ୍କାର ପ୍ରଦର୍ଶନ ପାଇଁ ମୁଁ ସମସ୍ତ ଆଥଲେଟଙ୍କୁ ଶୁଭେଚ୍ଛା ଜଣାଇବାକୁ ଚାହୁଁଛି ବୋଲି କହିଥିଲେ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା। ଏହା ରାଜ୍ୟରେ କ୍ରୀଡା ଓ କ୍ରୀଡାବିତ୍‌ଙ୍କ ଉନ୍ନତିରେ ସହାୟକ ହେଉଛି ବୋଲି ସେ ମତ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri