ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ସେମାନଙ୍କୁ ଶତାଧିକ ପ୍ରଶଂସକଙ୍କ ଉପସ୍ଥିତିରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

୪୯ କେଜି କାଟେଗୋରିରେ କ୍ରମାଗତ ତୃତୀୟ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ଜିତିଥିବା ଅଲିମ୍ପିକ୍‌ ପଦକଧାରୀ ମୀରାବାଈ କହିଛନ୍ତି, ମଣିପୁରରୁ ଆସି ଦେଶ ପାଇଁ କିଛି ଭଲ କରିପାରିଥିବାରୁ ଗର୍ବିତ। ସେହିଭଳି ପୁରୁଷ ୧୧୦ରୁ ଊର୍ଦ୍ଧ୍ୱ କାଟେଗୋରିରେ ମାତ୍ର ୧ କେଜି ଓଜନ ବ୍ୟବଧାନରେ ସ୍ବର୍ଣ୍ଣ ପଦକ ହାତଛଡ଼ା କରିଥିବା ଲଭପ୍ରୀତ ସ୍ବର୍ଣ୍ଣ ପଦକ ନ ଜିତିବା ସମ୍ପର୍କରେ ପ୍ରକାଶ କରିଛନ୍ତି, ଖେଳରେ ଏମିତି ହୁଏ। କିନ୍ତୁ ମୁଁ କରିଥିବା କଠିନ ପରିଶ୍ରମର ଫଳ ମିଳିଛି। ଯେତେବେଳେ ଦୁଇ ଖେଳାଳି ମୁକାବିଲା କରନ୍ତି, ଜଣଙ୍କୁ ହାରିବାକୁ ପଡ଼େ। ମୁଁ ଏବେ ଏସିଆନ ଗେମ୍ସ ଲାଗି ପ୍ରସ୍ତୁତି କରିବି। ସ୍ବାଗତ ସମ୍ବର୍ଦ୍ଧନା ପ୍ରତି ଖୁସି ବ୍ୟକ୍ତି କରି ମହିଳା ୫୮ କେଜି ବର୍ଗରେ ବ୍ରୋଞ୍ଜ ପଦକ ଜିତିଥିବା ବିନ୍ଦ୍ୟାରାଣୀ ଦେବୀ ସୋରୋଖାଇବାମ କହିଛନ୍ତି, ସମସ୍ତେ ଆମକୁ ଏଭଳି ସ୍ବାଗତ କରୁଥିବା ଦେଖି ଖୁବ୍‌ ଖୁସି ଲାଗୁଛି। ଘର ଭଳି ଅନୁଭୂତି ଦେବା ପାଇଁ ସଭିଙ୍କୁ ଧନ୍ୟବାଦ୍‌। ଆଗାମୀ ପ୍ରତିଯୋଗିତା ପାଇଁ ମୁଁ ଏବେ ଅଧିକ କଠିନ ପରିଶ୍ରମ କରିବି।

ଉଲ୍ଲେଖଯୋଗ୍ୟ ଯେ, ଭାରତୀୟ ଭାରୋତ୍ତୋଳନମାନେ ମୋଟ ୮ଟି ପଦକ ଜିତିଛନ୍ତି, ଯେଉଁଥିରେ ୧ ସ୍ବର୍ଣ୍ଣ, ୬ ରୌପ୍ୟ ଓ ୧ ବ୍ରୋଞ୍ଜ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?