Posted inଜାତୀୟ

‘ଆଭ୍ୟନ୍ତରୀଣ ମାମଲାରେ କରୁଛନ୍ତି ହସ୍ତକ୍ଷେପ’, ୪୧ କାନାଡୀୟ କୂଟନୀତିଜ୍ଞ ଭାରତ ଛାଡିବା ଉପରେ କହିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୦।୧୦: ଖାଲିସ୍ତାନ ସମର୍ଥକ ହରଦୀପ ସିଂ ନିଜାରଙ୍କ ହତ୍ୟାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ବିବାଦ ଜାରି ରହିଛି। ଏହି ସମୟରେ, କୂଟନୀତିଜ୍ଞଙ୍କ ସମ୍ପର୍କରେ କାନାଡାର ବିବୃତ୍ତି ଉପରେ ଶୁକ୍ରବାର ଭାରତ ସରକାର ପ୍ରତିକ୍ରିୟା ଦେଇଛନ୍ତି।

ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ, ଅକ୍ଟୋବର ୧୯(ଗୁରୁବାର)ରେ କୂଟନୀତିଜ୍ଞଙ୍କ ବିଷୟରେ କାନାଡା ସରକାର ଦେଇଥିବା ବିବୃତ୍ତିକୁ ଆମେ ଦେଖିଛୁ। ଭାରତରେ ଅଧିକ କାନାଡିୟ କୂଟନୀତିଜ୍ଞ ଅଛନ୍ତି। ସେମାନେ କ୍ରମାଗତ ଭାବରେ ଆମର ଆଭ୍ୟନ୍ତରୀଣ କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି।

ଏହି ବିବୃତ୍ତିରେ ଆହୁରି ମଧ୍ୟ କୁହାଯାଇଛି, ନୂଆଦିଲ୍ଲୀ ଏବଂ ଓଟାଓ୍ବାରେ ପାରସ୍ପରିକ କୂଟନୈତିକ ଉପସ୍ଥିତିରେ ସମାନତା ନିଶ୍ଚିତ ହୋଇଛି। ଗତ ମାସରୁ ଆମେ କାନାଡିୟ ଦଳ ସହିତ ଏ ବିଷୟରେ କଥାବାର୍ତ୍ତା କରୁଛୁ। ଏହି ସମାନତାକୁ କାର୍ଯ୍ୟକାରୀ କରିବା ଦିଗରେ ଆମର ପଦକ୍ଷେପ ଠିକ, ଆମେ ଯାହା କରିଛୁ ଭିଏନା ସମ୍ମିଳନୀର ଧାରା ୧୧.୧ ଅନୁଯାୟୀ । ତେଣୁ, ଏହାକୁ ଅନ୍ତର୍ଜାତୀୟ ନିୟମର ଉଲ୍ଲଂଘନ ଭାବରେ ଚିତ୍ରଣ କରିବାକୁ ଯେକୌଣସି ପ୍ରୟାସକୁ ଆମେ ଆମେ ଅସ୍ବୀକର କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦୌଡ଼ରାଣୀଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧: ଭାରତୀୟ ଅଲିମ୍ପିକ ଆସୋସିଏସନର ସଭାପତି ଏବଂ ରାଜ୍ୟ ସଭା ସଦସ୍ୟ ପି.ଟି. ଉଷାଙ୍କ ସ୍ବାମୀ ଭି. ଶ୍ରୀନିବାସନଙ୍କ ଶୁକ୍ରବାର ସକାଳେ ଦେହାନ୍ତ ହୋଇଛି। ପରିବାର ସୂତ୍ରରୁ…

T20 World Cup 2026: ICC-ବାଂଲାଦେଶ ବିବାଦକୁ ନେଇ ମୁହଁ ଖୋଲିଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୩୦।୧: ୨୦୨୬ ଟି୨୦ ବିଶ୍ୱକପ ନେଇ ଆଇସିସି ଏବଂ ବାଂଲାଦେଶ ମଧ୍ୟରେ ବିବାଦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ପ୍ରମୁଖ ପ୍ରସଙ୍ଗ ପାଲଟିଛି। ଭାରତ, ପାକିସ୍ତାନ ଏବଂ ବାଂଲାଦେଶ…

OISF ଯବାନଙ୍କ ବସ୍‌କୁ ଧକ୍କା ଦେଲା ଟ୍ରକ, ୨୬ ଜଣ ଯବାନ ଆହତ

କେନ୍ଦୁଝର,୩୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନାର ୫୨୦ ନମ୍ବର ଜାତୀୟ ରାଜପଥର ତଡୁଆବାହାଳ ନିକଟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ଓଆଇଏସଏଫ୍) ଯବାନଙ୍କୁ…

Budget 2026: କରଦାତାଙ୍କୁ ମିଳିବ ବଡ଼ ଆଶ୍ବସ୍ତି! ଏହି ନିୟମରେ ପରିବର୍ତ୍ତନ କରିପାରନ୍ତି ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୩୦।୧: ବଜେଟ୍ ୨୦୨୬ ପାଇଁ କାଉଣ୍ଟଡାଉନ୍ ଆରମ୍ଭ ହୋଇଯାଇଛି ଏବଂ ପ୍ରତି ବର୍ଷ ପରି, ଦେଶବ୍ୟାପୀ ଲକ୍ଷ ଲକ୍ଷ କରଦାତା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପରେ ନଜର…

ବଡ଼ ଖବର! କାକାଙ୍କ ସହ ଏକାଠି ହେବାକୁ ଯାଉଥିଲେ ଅଜିତ, ହେଲେ ବିଧିର ବିଧାନ ଥିଲା କିଛି ଅଲଗା

ମୁମ୍ବାଇ,୩୦।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଅକାଳ ମୃତ୍ୟୁ ପରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି। ଏହି ସମୟରେ, ସୂତ୍ରଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଖବର ପ୍ରକାଶ କରୁଛନ୍ତି।…

ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…

ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା…

ଆଣ୍ଡ୍ରଏଡ୍ ସ୍କାମ୍ ଉପରେ କେନ୍ଦ୍ର ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ସାଇବର ଠକେଇ ସତର୍କତା ଜାରି

ନୂଆଦିଲ୍ଲୀ,୩୦।୧: ସାଇବର ଅପରାଧ ବିରୋଧରେ କେନ୍ଦ୍ର ସରକାର ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ‘ୱିଙ୍ଗୋ’ ନାମକ ଏକ ଆଣ୍ଡ୍ରଏଡ୍ ଆପ୍ ଜରିଆରେ ଚାଲିଥିବା ବ୍ୟାପକ ଠକେଇକୁ…

ଶେଖ ହାସିନାଙ୍କ ଭାଷଣକୁ ନେଇ ନିଆଁବାଣ ହେଲା ବାଂଲାଦେଶ, ଭାରତ ବିରୋଧରେ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଢାକା,୩୦।୧: ବାଂଲାଦେଶ ଚଟ୍ଟୋଗ୍ରାମର ମିରସରାଇରେ ଭାରତୀୟ ଅର୍ଥନୈତିକ କ୍ଷେତ୍ର ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବାତିଲ କରିଛି। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ ଅର୍ଥନୈତିକ କ୍ଷେତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri