ଦଳ ପଛେ, ମାଟି ଆଗ: ସବୁ ଦଳର ନେତାଙ୍କୁ ଏକାଠି କଲା ମିଡ଼ିଆ କ୍ଲବ

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ମିଡ଼ିଆ କ୍ଲବ ରବିବାର ଗାୟତ୍ରୀ ମନ୍ଦିର ନିକଟରେ ମେଗା ରକ୍ତଦାନ ଶିବିର ଆୟୋଜନ କରିଥିଲା । ଶିବିରରୁ ୧୧୬ ପ୍ୟାକେଟ ରକ୍ତ ସଂଗୃହୀତ ହୋଇଥିଲା। ଭଞ୍ଜନଗର ବ୍ଲଡ ବ୍ୟାଙ୍କ କର୍ମଚାରୀ ରକ୍ତ ସଂଗୃହୀତ କରିଥିଲେ। ମିଡ଼ିଆ କ୍ଲବ ଆଜିର କାର୍ଯ୍ୟକ୍ରମକୁ ଭଞ୍ଜନଗରର ପ୍ରମୁଖ ୩ ଦଳ ଯଥା ଭାଜପା, ବିଜେଡି, କଂଗ୍ରେସ ଦଳର ନେତାଙ୍କୁ ଅତିଥି ଭାବେ ଡାକି ଏକାଠି କରିଥିଲା। ମିଡ଼ିଆ କ୍ଲବର ଏହିଭଳି କାର୍ଯ୍ୟକ୍ରମ ଆଜି ଭଞ୍ଜନଗରରେ ଚର୍ଚ୍ଚାର ବିଷୟ ହୋଇଛି। ଅପରପକ୍ଷେ ମିଡ଼ିଆ କ୍ଲବର ଏହିଭଳି କାର୍ଯ୍ୟକ୍ରମକୁ କଂଗ୍ରେସ ତାର ସୋସିଆଲ ମିଡିଆରେ ଲେଖିଛି ମାଟି ଆଗ, ଦଳ ପଛ। ସେହିଭଳି ଭାଜପାର ଜଣେ ନେତା କହିଛନ୍ତି ଯେ ରକ୍ତଦାନ ଏକ ମହାନ କାର୍ଯ୍ୟ। ଏଠି ରାଜନୀତି କରିବା ଠିକ ନୁହେଁ। ଲୋକଙ୍କ ସେବା କାର୍ଯ୍ୟ ଯେ କଲା ଆମେ ତାଙ୍କୁ ଉତ୍ସାହିତ କରିବା ହେଉଛି ଆମର ଧର୍ମ। ବିଜେଡି ନେତା ତଥା ଏନ ଏ ସି ଅଧକ୍ଷ ଗୋପବନ୍ଧୁ ମହାପାତ୍ର ମଧ୍ୟ କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିଛନ୍ତି। ଶିବିରକୁ ଭଞ୍ଜନଗର ଭାଜପା ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଭଞ୍ଜନଗର ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହାର କିଛି ସମୟ ପରେ କଂଗ୍ରେସ ନେତା କୁଲୁ ଭୂୟାଁ ଏବଂ ସାମାଜିକ କର୍ମୀ ତଥା ଯୁବନେତା ଆଯୋଧ୍ୟାନାଥ ମହାପାତ୍ର ରକ୍ତଦାନ ଶିବିର ପରିଦର୍ଶନ କରି ରକ୍ତଦାତା ଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ କ୍ଲବ ପକ୍ଷରୁ ବିଧାୟକ ସମେତ ସମସ୍ତ ଅତିଥିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସଭାପତି ପ୍ରଦୀପ ସାଇଁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ କ୍ଲବର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ…

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri