ଦଳ ପଛେ, ମାଟି ଆଗ: ସବୁ ଦଳର ନେତାଙ୍କୁ ଏକାଠି କଲା ମିଡ଼ିଆ କ୍ଲବ

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ମିଡ଼ିଆ କ୍ଲବ ରବିବାର ଗାୟତ୍ରୀ ମନ୍ଦିର ନିକଟରେ ମେଗା ରକ୍ତଦାନ ଶିବିର ଆୟୋଜନ କରିଥିଲା । ଶିବିରରୁ ୧୧୬ ପ୍ୟାକେଟ ରକ୍ତ ସଂଗୃହୀତ ହୋଇଥିଲା। ଭଞ୍ଜନଗର ବ୍ଲଡ ବ୍ୟାଙ୍କ କର୍ମଚାରୀ ରକ୍ତ ସଂଗୃହୀତ କରିଥିଲେ। ମିଡ଼ିଆ କ୍ଲବ ଆଜିର କାର୍ଯ୍ୟକ୍ରମକୁ ଭଞ୍ଜନଗରର ପ୍ରମୁଖ ୩ ଦଳ ଯଥା ଭାଜପା, ବିଜେଡି, କଂଗ୍ରେସ ଦଳର ନେତାଙ୍କୁ ଅତିଥି ଭାବେ ଡାକି ଏକାଠି କରିଥିଲା। ମିଡ଼ିଆ କ୍ଲବର ଏହିଭଳି କାର୍ଯ୍ୟକ୍ରମ ଆଜି ଭଞ୍ଜନଗରରେ ଚର୍ଚ୍ଚାର ବିଷୟ ହୋଇଛି। ଅପରପକ୍ଷେ ମିଡ଼ିଆ କ୍ଲବର ଏହିଭଳି କାର୍ଯ୍ୟକ୍ରମକୁ କଂଗ୍ରେସ ତାର ସୋସିଆଲ ମିଡିଆରେ ଲେଖିଛି ମାଟି ଆଗ, ଦଳ ପଛ। ସେହିଭଳି ଭାଜପାର ଜଣେ ନେତା କହିଛନ୍ତି ଯେ ରକ୍ତଦାନ ଏକ ମହାନ କାର୍ଯ୍ୟ। ଏଠି ରାଜନୀତି କରିବା ଠିକ ନୁହେଁ। ଲୋକଙ୍କ ସେବା କାର୍ଯ୍ୟ ଯେ କଲା ଆମେ ତାଙ୍କୁ ଉତ୍ସାହିତ କରିବା ହେଉଛି ଆମର ଧର୍ମ। ବିଜେଡି ନେତା ତଥା ଏନ ଏ ସି ଅଧକ୍ଷ ଗୋପବନ୍ଧୁ ମହାପାତ୍ର ମଧ୍ୟ କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିଛନ୍ତି। ଶିବିରକୁ ଭଞ୍ଜନଗର ଭାଜପା ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଭଞ୍ଜନଗର ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହାର କିଛି ସମୟ ପରେ କଂଗ୍ରେସ ନେତା କୁଲୁ ଭୂୟାଁ ଏବଂ ସାମାଜିକ କର୍ମୀ ତଥା ଯୁବନେତା ଆଯୋଧ୍ୟାନାଥ ମହାପାତ୍ର ରକ୍ତଦାନ ଶିବିର ପରିଦର୍ଶନ କରି ରକ୍ତଦାତା ଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ କ୍ଲବ ପକ୍ଷରୁ ବିଧାୟକ ସମେତ ସମସ୍ତ ଅତିଥିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସଭାପତି ପ୍ରଦୀପ ସାଇଁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ କ୍ଲବର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri