ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କ: ୧୫୬ ସ୍ଥାନରେ ପାଲେଷ୍ଟାଇନ୍‌

ରିପୋର୍ଟର୍ସ ଓ୍ବିଦାଉଟ୍‌ ବର୍ଡର୍ସ ପକ୍ଷରୁ ପ୍ରତିବର୍ଷ ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ଦିବସ ମେ’ ୩ରେ ପ୍ରେସ୍‌ ଫ୍ରିଡମ୍‌ ଇଣ୍ଡେକ୍ସ ପ୍ରକାଶ ପାଇଥାଏ। ଏଥିରେ ବିଶ୍ୱର ୧୮୦ ରାଷ୍ଟ୍ର ଓ ଭୂଖଣ୍ଡରେ ଜର୍ନାଲିଜମ୍‌ ପାଇଁ ରହିଥିବା ବାତାବରଣର ମୂଲ୍ୟାଙ୍କନ କରାଯାଇଥାଏ। ଚଳିତବର୍ଷ ଯୁଦ୍ଧ ପୂର୍ବରୁ ପ୍ରକାଶିତ ଏହି ସୂଚକାଙ୍କରେ ପାଲେଷ୍ଟାଇନ୍‌ ୧୫୬ ସ୍ଥାନରେ ରହିଥିଲା। ୨୦୨୨ରେ ୨ ଖବରଦାତାଙ୍କ ମୃତ୍ୟୁ ପରେ ଏହାର ସୁରକ୍ଷା ସୂଚକାଙ୍କ ଅତି ଦୁର୍ବଳ ରହିଥିବା ଏଥିରେ ଉଲ୍ଲେଖ କରାଯାଇଥିଲା। ଓ୍ବେଷ୍ଟ୍‌ ବ୍ୟାଙ୍କରେ ଖବରଦାତାମାନେ ଉଭୟ ପାଲେଷ୍ଟିନୀୟ କର୍ତ୍ତୃପକ୍ଷ ଓ ଇସ୍ରାଏଲୀ ଦଖଲକାରୀ ବଳଙ୍କ ଦ୍ୱାରା ଗଣମାଧ୍ୟମ ସ୍ବାଧୀନତା ଉଲ୍ଲଂଘନର ଶିକାର ହୋଇଥିଲେ। ଗାଜା ଷ୍ଟ୍ରିପ୍‌ରେ ଇସ୍ରାଏଲୀ ସାମରିକ ଆକ୍ରମଣ ଓ ହମାସ୍‌ ନୀତି ଗଣମାଧ୍ୟମ ପ୍ରତି ବିପଦ ସୃଷ୍ଟି କରିଥିବା ଉକ୍ତ ରିପୋର୍ଟରେ ଦର୍ଶାଯାଇଥିଲା। ୨୦୨୨ରେ ଇସ୍ରାଏଲୀ ଆଇନ ପ୍ରବର୍ତ୍ତନକାରୀଙ୍କ ଦ୍ୱାରା ଅଲ୍‌-ଜଜିରା ରିପୋର୍ଟର ଶିରୀନ୍‌ ଅବୁ ଆଲେଖଙ୍କ ସମେତ ଦୁଇଜଣ ମହିଳା ଖବରଦାତା ହତ୍ୟାର ଶିକାର ହୋଇଥିଲେ। ଏହି ଅପରାଧ ପାଇଁ ହତ୍ୟାକାରୀଙ୍କୁ ଏଯାଏ ଦଣ୍ଡ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri