ଗଣମାଧ୍ୟମ ପ୍ରତିନିଧିଙ୍କୁ ନିସ୍ତୁକ ମାଡ, ଭିଡିଓ ଭାଇରାଲ: ମୁଖ୍ୟ ଅଭିଯୁକ୍ତ ଠିକାଦାର ଗଜେନ୍ଦ୍ର ଦଲେଇଙ୍କ ସହ ୪ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ବଲାଙ୍ଗୀର,୩୧।୫(ସୁନୀଲ, ବଲାଙ୍ଗୀର): ରାସ୍ତା ଗାର୍ଡୱାଲ କାମରେ ଦୁର୍ନୀତି ହୋଇଥିବା ଖବର ପରିବେଷଣ କରିବାରୁ ପୁଇଁତଲା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ସର୍ବସାଧାରଣ ସମ୍ମୁଖରେ ଗଣମାଧ୍ୟମ ପ୍ରତିନିଧି ବିଜୟ ପ୍ରଧାନଙ୍କୁ ନିସ୍ତୁକ ମାଡ଼ ମାରିବା ଓ ମାଡ ମରାଯିବା ଦୃଶ୍ୟକୁ ସାମାଜିକ ଗଣମାଧ୍ୟମରେ ଭାଇରାଲ କରାଯାଇଥିଲା। ଏହି ଘଟଣାରେ ଗିରଫ ହୋଇଥିବା ୪ ଅଭିଯୁକ୍ତଙ୍କୁ ଜିଲା କୋର୍ଟରୁ ସର୍ତମୂଳକ ଜାମିନ ମିଳିଥିବା ଜଣାପଡିଛି । ଉକ୍ତ ଜାମିନ ବଳରେ ଅଭିଯୁକ୍ତ ମାନେ ଜିଲା କାରାଗାରରୁ ଶନିବାର ବାହାରି ଥିବା ଜଣାପଡିଛି। ଏହି ମାମଲାରେ ପୁଇଁତଲା ଥାନା ଅନ୍ତର୍ଗତ କୁଲଥିପାଲି ଗାଁର ଠିକାଦାର ଗଜେନ୍ଦ୍ର ଦଳେଇଙ୍କ ସହ ୪ ଅଭିଯୁକ୍ତଙ୍କୁ କାବୁ କରିଥିଲା । ଅନ୍ୟ ଗିରଫ ଅଭିଯୁକ୍ତ ହେଲେ କୁଲଥିପାଲି ଗାଁର ଅବିନାଶ ଦଳେଇ (୨୫), ବଲାଙ୍ଗୀର ସହର ବରପାଲିପଡାର ଆଦିତ୍ୟ କୁମାର ଜେନା (୩୧) ଓ କୁଲଥିପାଲିର ଗୁମର ନାଏକ (୪୦)। ଜଣେ ୧୬ ବର୍ଷିୟ ନାବାଳକ ଅଭିଯୁକ୍ତଙ୍କୁ ପୋଲିସ ଜୁଭେନାଇଲ ଜଷ୍ଟିସ ବୋର୍ଡକୁ ପଠଇଥିଲେ ।
ଗତ ୨୩ ତାରିଖ ଗଣମାଧ୍ୟମ ପ୍ରତିନିଧି ବିଜୟ କୁମାର ପ୍ରଧାନ କୁଲଥିପାଲି ଗାଁରେ ଚାଲିଥିବା ଏକ ରାସ୍ତା ଗାର୍ଡୱାଲ କାମର ଖବର ସଂଗ୍ରହ କରିବାକୁ ଯାଇଥିଲେ । ପୂର୍ବରୁ ସେ ଉକ୍ତ ରାସ୍ତାକାମରେ ଦୁର୍ନୀତି ହୋଇଥିବା ଖବର ପ୍ରସାରଣ କରିଥିଲେ। ଶୁକ୍ରବାର ଫଲୋ ଅଫ ଖବର ପାଇଁ ଗାଁକୁ ଯାଇ ରାସ୍ତାକାମର ଭିଡିଓ ଉତ୍ତୋଳନ କରି ଲୋକଙ୍କ ପ୍ରତିକ୍ରିୟା ନେବାକୁ ଯାଉଥିବା ବେଳେ ସେଠାରେ ଥିବା ଠିକାଦାରଙ୍କ କିଛି ଗୁଣ୍ଡା ବିଜୟଙ୍କୁ ଅତର୍କିତ ଆକ୍ରମଣ କରିଥିଲେ । ବିଜୟଙ୍କ ହାତବାନ୍ଧି ଦେଇ ତାଙ୍କୁ ନିସ୍ତୁକ ମାଡ ମାରିବା ସହ ଘୋଷାଡି ଘୋଷାଡି ଗାଁ ମଝିକୁ ନେଇ ମନ୍ଦିରରେ ଖବର ପରିବେଷଣ ନ କରିବା ପାଇଁ ଶପଥ କରିବାକୁ ବାଧ୍ୟ କରିଥିଲେ । ବିଜୟଙ୍କ ହାତବାନ୍ଧି ତାଙ୍କ ମୁହଁରେ ଲାତ ମାରିବାର ଭିଡିଓ ଓ ଫଟୋ ଭାଇରାଲ କରିଥିଲେ। ଏହି ଘଟଣା ଜାତୀୟ ସ୍ତରରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏହି ଘଟଣାକୁ ନେଇ ଜାତୀୟ ମାନବିକ ଅଧିକାର କମିଶନ (ଏନଏଚଆରସି) ନିଜ ଆଡୁ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ନୋଟିସ କରି ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଚିଠି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri