ସ୍କୁଲକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଏଣିକି ବିନା ଅନୁମତିରେ ସ୍କୁଲ ପରିସରକୁ ଗଣମାଧ୍ୟମ ପ୍ରତିନିଧି ଯାଇପାରିବେ ନାହିଁ। କିଛି ଲୋକ କ୍ୟାମେରା ଧରି ସ୍କୁଲ ଭିତରେ ପଶି ପିଲା ଓ ଶିକ୍ଷକଙ୍କୁ ପ୍ରଶ୍ନ ପଚାରୁଛନ୍ତି। ତାକୁ ନେଇ ବୈଦ୍ୟୁତିକ ଗଣମାଧ୍ୟମରେ ପ୍ରସାରଣ ମଧ୍ୟ କରୁଛନ୍ତି। ଏହା ଗ୍ରହଣଯୋଗ୍ୟ ନୁହେଁ। ତେଣୁ ସ୍କୁଲ ଭିତରକୁ କୌଣସି ଗଣମାଧ୍ୟମ ଲୋକଙ୍କ ପ୍ରବେଶ ଉପରେ କଟକଣା ଲଗାଇଛି ଶିକ୍ଷା ବିଭାଗ। ବିଭିନ୍ନ ଜିଲାରେ ଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ଚିଠି କରାଯାଇଛି। ଅପରପକ୍ଷେ ଶିକ୍ଷା ବିଭାଗର ଏଭଳି ନିଷ୍ପତ୍ତିକୁ ଓଡ଼ିଶା ଅଭିଭାବକ ମହାସଂଘ ବିରୋଧ କରିବା ସହ ୭ଦିନ ମଧ୍ୟରେ ଏହାକୁ ପ୍ରତ୍ୟାହାର କରିବାକୁ ଦାବି କରିଛି।
ମିଳିଥିବା ସୂଚନା ଅନୁସାରେ, ଢେଙ୍କାନାଳ ଜିଲା କାମାକ୍ଷାନଗର କଙ୍କଡ଼ାହାଡ଼ ବ୍ଲକ ଶିକ୍ଷାଧିକାରୀ ସମସ୍ତ ସ୍କୁଲ ପ୍ରଧାନ ଶିକ୍ଷକଙ୍କୁ ଚିଠି ଲେଖି ବିଦ୍ୟାଳୟରେ ବିନା ଅନୁମତିରେ ପ୍ରବେଶ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଚିଠିରେ କୁହାଯାଇଛି, ସ୍କୁଲ ଭିତରେ କିଛି ଗଣମାଧ୍ୟମ ପ୍ରତିନିଧି ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କୁ ପ୍ରଶ୍ନ ପଚାରୁଛନ୍ତି। ଏହା ଅବୈଧ। ତେଣୁ ଆଗକୁ ଯେଭଳି ଗଣମାଧ୍ୟମ ପ୍ରତିନିଧି ସ୍କୁଲ ଭିତରକୁ ପ୍ରବେଶ ନ କରନ୍ତି ସେଥିପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି କେହି ଏଭଳି ଅନଧିକୃତ ପ୍ରବେଶ କରନ୍ତି ତେବେ ସମ୍ପୃକ୍ତ ଗଣମାଧ୍ୟମ ପ୍ରତିନିଧିଙ୍କ ବିରୋଧରେ ସ୍କୁଲ ପ୍ରଧାନ ଶିକ୍ଷକ ନିକଟସ୍ଥ ଥାନାରେ ପୋଲିସକୁ ଜଣାଇବା ସହିତ ଏଫ୍‌ଆଇଆର୍‌ ଦାଖଲ କରିବା ପାଇଁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ଯଦି କହି ବିଚ୍ୟୁତି କରନ୍ତି ତେବେ ଉକ୍ତ ସ୍କୁଲ ପ୍ରଧାନ ଶିକ୍ଷକ ଏବଂ ଶିକ୍ଷକଙ୍କ ବିରୋଧରେ ଏଫ୍‌ଆଇଆର୍‌ ଦାଖଲ କରାଯିବ ବୋଲି କୁହାଯାଇଛି। ଢେଙ୍କାନାଳ ଜିଲା ପ୍ରକଳ୍ପ କାର୍ଯ୍ୟାଳୟରୁ ମଧ୍ୟ ସମସ୍ତ ବ୍ଲକ ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇ କଡ଼ା ନିର୍ଦ୍ଦେଶ ପାଳନ କରିବା ପାଇଁ କୁହାଯାଇଛି। ସେହିଭଳି କେନ୍ଦ୍ରାପଡ଼ା ଜିଲା ଶିକ୍ଷାଧିକାରୀ ମଧ୍ୟ ସମସ୍ତ ସ୍କୁଲର ପ୍ରଧାନ ଶିକ୍ଷକଙ୍କୁ ଚିଠି ଲେଖି ଗଣମାଧ୍ୟମ ପ୍ରତିନିଧିଙ୍କୁ ଲୋକଙ୍କୁ ସ୍କୁଲ ଭିତରକୁ ପ୍ରବେଶ କରିବା ଉପରେ କଟକଣା ଲଗାଯିବା ଉଚିତ ବୋଲି ନିର୍ଦ୍ଦେଶ ଦେଇଛନ୍ତି।
ଅପରପକ୍ଷେ ଶିକ୍ଷା ବିଭାଗର ଏଭଳି ପଦକ୍ଷେପକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଲାଣି। ଓଡ଼ିଶା ଅଭିଭାବକ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ କହିଛନ୍ତି, ସ୍କୁଲରେ ଶିକ୍ଷକ ଅଭାବ, ମଧ୍ୟାହ୍ନଭୋଜନ ସମସ୍ୟା, ଶିକ୍ଷାଦାନର ଗୁଣବତ୍ତା ସମ୍ପର୍କରେ ବାହାରକୁ କୌଣସି ଖବର ନ ଆସୁ ତାହା ରାଜ୍ୟ ସରକାର ଚାହୁଁଛନ୍ତି। ଯେଉଁ ସ୍କୁଲରେ ଆବଶ୍ୟକ ଶିକ୍ଷକ ନାହାନ୍ତି, ସେଠାରେ ତାଲା ପକାଇ ପ୍ରତିବାଦ କରିବା ପାଇଁ ପୂର୍ବରୁ ମହାସଂଘ ପକ୍ଷରୁ ଆହ୍ବାନ ଦିଆଯାଇଥିଲା। ଫଳରେ ରାଜ୍ୟର ପ୍ରାୟ ୨୦୦ ସ୍କୁଲରେ ଏଭଳି ତାଲା ପକାଇ ଅଭିଭାବକମାନେ ପ୍ରତିବାଦ କରୁଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଉଛି। ତେଣୁ ରାଜ୍ୟ ସରକାର ଭୟ କରି ଏଭଳି ପଦକ୍ଷେପ ନେବା ସହ ଗଣମାଧ୍ୟମର କଣ୍ଠରୋଧ କରୁଛନ୍ତି। ସରକାରୀ ଶିକ୍ଷାନୁଷ୍ଠାନରେ ଗଣମାଧ୍ୟମ ପ୍ରତିନିଧିଙ୍କ ଅନୁପ୍ରବେଶକୁ ରୋକ ଲଗାଇବା ବାକ୍‌ ଅଧିକାରକୁ କ୍ଷୁଣ୍ଣ କରିବା ସଦୃଶ। ମହାସଂଘ ଏହାକୁ ଦୃଢ଼ ବିରୋଧ କରୁଛି ଏବଂ ତୁରନ୍ତ ଏହି ନିଷ୍ପତ୍ତି ପ୍ରତ୍ୟାହର କରିବା ପାଇଁ ଦାବି କରୁଛି। ଆସନ୍ତା ୭ଦିନ ଭିତରେ ଯଦି ଶିକ୍ଷା ବିଭାଗ ଏହି ନିଷ୍ପତ୍ତିକୁ ପ୍ରତ୍ୟାହର ନ କରେ ତେବେ ମହାସଂଘ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖି ଅବଗତ କରାଇବ। ଆବଶ୍ୟକ ପଡ଼ିଲେ ମହାସଂଘ କୋର୍ଟରେ ମାମଲା ରୁଜୁ କରିବ ବୋଲି ବାସୁଦେବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?