ଥାନା ଆଗରେ ଧାରଣା ଦେଲେ ଗଣମାଧ୍ୟମ ପ୍ରତିନିଧି

ଖୋର୍ଦ୍ଧା ଅଫିସ,୧।୨: ଖୋର୍ଦ୍ଧା ଜିଲା ଜଟଣୀ ସହରରେ ରବିବାର ସନ୍ଧ୍ୟାରେ ‘ଧରିତ୍ରୀ’ ଖବରଦାତା ରବୀନ୍ଦ୍ର ନାଥ ମହାକୁଡ଼ଙ୍କୁ ଗାଳିଗୁଲଜ ଓ ଆକ୍ରମଣ କରାଯିବା ଘଟଣାକୁ ନେଇ ବିଭିନ୍ନ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସୋମବାର ଏକାଧିକ ଗଣମାଧ୍ୟମ ପ୍ରତିନିଧି ଜଟଣୀ ଥାନା ଆଗରେ ଧାରଣା ଦେବା ସହ ସମ୍ମନ୍ବିତ କର୍ମଜୀବୀ ସାମ୍ବାଦିକ ସଂଘ(ଓୟୁଡବ୍ଲ୍ୟୁଜେ) ଖୋର୍ଦ୍ଧା ଜିଲା ଶାଖା ପକ୍ଷରୁ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ କୋଭିଡ୍‌ ଗାଇଡ୍‌ଲାଇନ ଉଲ୍ଲଂଘନ ନେଇ ଜଟଣୀ ରାମଚନ୍ଦ୍ରପୁର ବଜାର ସ୍ଥିତ ମୋର ସୁପରମାର୍କେଟ (ଶପିଂ ମଲ୍‌) ସିଲ୍‌ କରିବା ପାଇଁ ଦାବି ହୋଇଛି। ଏହି ଘଟଣାର ନିରପେକ୍ଷ ତଦନ୍ତ ସହ ସିସିଟିଭି ଯାଞ୍ଚ କରାଯିବ ବୋଲି ଡିସିପି ଉମାଶଙ୍କର ଦାଶ କହିଛନ୍ତି।
ଅଭିଯୋଗ ଅନୁଯାୟୀ, ରାଜ୍ୟରେ କରୋନାର ତୃତୀୟ ଲହର ଜାରି ରହିଛି। ଏନେଇ ସରକାରଙ୍କ ପକ୍ଷରୁ କୋଭିଡ୍‌ ନିୟମକୁ କଡ଼ାକଡି କରାଯାଇଛି। ମାସ୍କ ପରିଧାନ ସହ ସାମାଜିକ ଦୂରତ୍ୱକୁ ବାଧ୍ୟତାମୂଳକ କରାଯାଇଛି। କୌଣସି ବ୍ୟବସାୟିକ ପ୍ରତିଷ୍ଠାନ, ଶପିଂ ମଲରେ କୋଭିଡ ନିୟମ ଉଲ୍ଲଂଘନ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ରବିବାର ଜଟଣୀ ରାମଚନ୍ଦ୍ରପୁର ବଜାର ସ୍ଥିତ ନୂତନ ମୋର ସୁପରମାର୍କେଟ (ଶପିଂ ମଲ୍‌) ଉଦ୍‌ଘାଟନ ବେଳେ ଶତାଧିକ ଲୋକ ଜମା ହେବା ସହ କୋଭିଡ୍‌ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରିଥିଲେ। ଏହି ସମୟରେ ଖବରଦାତା ମହାକୁଡ଼ ସେଠାରେ ପହଞ୍ଚି ଫଟୋ ଉଠାଉଥିଲେ। ଏହା ଦେଖି ଶୋ’ରୁମ୍‌ ମ୍ୟାନେଜର ଉତ୍‌କ୍ଷିପ୍ତ ହୋଇ ମହାକୁଡଙ୍କୁ ଗାଳିଗୁଲଜ କରିଥିଲେ। ସଙ୍ଗେ ସଙ୍ଗେ ଉକ୍ତ ମଲ୍‌ର କେତେଜଣ ବାଉନ୍ସର ପହଞ୍ଚି ମହାକୁଡ଼ଙ୍କ କ୍ୟାମେରା ଛଡ଼ାଇନେବା ସହ ଧକ୍କା ମାରିଥିଲେ। ସେଠାରେ ଉପସ୍ଥିତ କେତେଜଣ ଗ୍ରାହକ ଏହାର ବିରୋଧ କରିଥିଲେ ମଧ୍ୟ ବାଉନ୍ସରମାନେ ଶୁଣି ନ ଥିଲେ। କାର୍ଯ୍ୟରତ ଖବରଦାତାଙ୍କ ପ୍ରତି ଏଭଳି ବ୍ୟବହାର ଗ୍ରହଣୀୟ ନୁହଁ। ତୁରନ୍ତ ସମ୍ପୃକ୍ତ ଶପିଂ ମଲ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ସଂଘ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବ ବୋଲି ଚେତାବନୀ ଦେଇଛି। ଏ ସମ୍ପର୍କରେ ଜିଲାପାଳ ମହାପାତ୍ର କହିଛନ୍ତି, ଘଟଣାର ତଦନ୍ତ କରାଯିବ ସହ କୋଭିଡ୍‌ ନିୟମ ଉଲ୍ଲଘଂନ ହୋଇଥିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri