୨୦୩୦ ସୁଦ୍ଧା ୧୦୦ ବିଲିୟନ ଡଲାରରେ ପହଞ୍ଚିବ ମିଡିଆ କ୍ଷେତ୍ର

ନୂଆଦିଲ୍ଲୀ,୨୯।୯: ୨୦୩୦ ସୁଦ୍ଧା ଭାରତୀୟ ମିଡିଆ ଓ ମନୋରଞ୍ଜନ ଉଦ୍ୟୋଗ କ୍ଷେତ୍ରରେ କାରବାର ୧୦୦ ବିଲିୟନ ଡଲାରରେ ପହଞ୍ଚ।ଇବା ଲକ୍ଷ୍ୟ ରଖାଯାଇଛି ବୋଲି କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅପୂର୍ବ ଚନ୍ଦ୍ର ମୁମ୍ବାଇଠାରେ ଆୟୋଜିତ ଫିକି ଫ୍ରେମ୍ସ ଫାଷ୍ଟ ଟ୍ରାକ୍‌-୨୦୨୨ ସମାରୋହର ଉଦ୍‌ଘାଟନୀ ଅଧିବେଶକୁ ସମ୍ବୋଧିତ କରି ଏଭଳି ମତ ପ୍ରକାଶ କରିଛନ୍ତି। ଏପରିକି ବର୍ତ୍ତମାନଠାରୁ ଉକ୍ତ ଲକ୍ଷ୍ୟକୁ ନେଇ କାର୍ଯ୍ୟ କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି ଅପୂର୍ବ ଚନ୍ଦ୍ର ଆହ୍ବାନ କରିଛନ୍ତି।

ବିଶେଷକରି ଆସନ୍ତା ୧୦ ବର୍ଷ ମଧ୍ୟରେ ଭାରତୀୟ ଅର୍ଥବ୍ୟବସ୍ଥାର ଆକାର ୧୦ଟ୍ରିଲିୟନ ଡଲାରରେ ପହଞ୍ଚତ୍ବ ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ମିଡିଆ ଓ ମନୋରଞ୍ଜନ ଉଦ୍ୟୋଗକୁ ଆମେ ୨୦୩୦ ସୁଦ୍ଧା ୧୦୦ ବିଲିୟନ ଡଲାରରେ ପହଞ୍ଚାଇବା ଲାଗି ଲକ୍ଷ୍ୟ ରଖିବା ଉଚିତ ବୋଲି ସେ ମତବ୍ୟକ୍ତ କରିଛନ୍ତି। ସେହିଭଳି ଉକ୍ତ ଶିଳ୍ପ କ୍ଷେତ୍ରକୁ ସହାୟତା କରିବା ଲାଗି ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ସବୁ ପ୍ରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବ ବୋଲି ସେ କହିଛନ୍ତି। ଏହି ପରିପ୍ରେକ୍ଷୀରେ ଅପୂର୍ବ ଚନ୍ଦ୍ର ଘୋଷଣା କରିଥିଲେ, ଭାରତୀୟ ଚଳଚ୍ଚିତ୍ର କ୍ଷେତ୍ରରେ ଅଧିକ ବିଦେଶୀ ନିବେଶକୁ ଆକୃଷ୍ଟ କରିବା ଲାଗି ଇନ୍‌ଭେଷ୍ଟ ଇଣ୍ଡିଆରେ ରହିଥିବା ସମ୍ଭାବନାକୁ ମଧ୍ୟ ଉଜାଗର କରାଯିବ। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ଚଳଚ୍ଚିତ୍ର ୟୁନିଟ୍‌ଗୁଡ଼ିକୁ ଗୋଟିଏ ବ୍ୟବସ୍ଥା ମଧ୍ୟକୁ ଆଣିବା ଲାଗି ଆବଶ୍ୟକ ପଦକ୍ଷେପମାନ ଗ୍ରହଣ କରାଯାଉଛି।

ଅପରପକ୍ଷରେ ମୁମ୍ବାଇରେ ଥିବା ଏନ୍‌ଏଫ୍‌ଡିସି ସରକାରଙ୍କ ଚଳଚ୍ଚିତ୍ର ଶାଖାର ମୁଖ୍ୟ କେନ୍ଦ୍ର ଭାବେ କାର୍ଯ୍ୟ କରିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ଚଳଚ୍ଚିତ୍ର ସୁବିଧା ପ୍ରଦାନ କାର୍ଯ୍ୟାଳୟର ପୁନରୁଦ୍ଧାର କରିବା ଲାଗି ସବୁ ବର୍ଗର ବୁଦ୍ଧିଜୀବୀ ପ୍ରସ୍ତାବ ଦେଇଥିବା ବେଳେ ଆମେ ମଧ୍ୟ ତା’ର ବିକାଶ ଚାହୁଁଛୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାରଙ୍କ ଦ୍ବାରା ଗଠନ କରାଯାଇଥିବା ମୁଖ୍ୟ ନିବେଶ ଶାଖା, ଇନ୍‌ଭେଷ୍ଟ ଇଣ୍ଡିଆ ହାତରେ ଆମେ ଏହି ଦାୟିତ୍ୱ ଦେବାକୁ ଆଗ୍ରହୀ ଅଛୁ। ଫଳରେ ଭାରତକୁ ବିଦେଶୀ ଉଦ୍ୟୋଗମାନେ ଆକର୍ଷିତ ହୋଇ ଆସିପାରନ୍ତି ବୋଲି ଆକଳନ କରାଯାଇଛି। ବିଦେଶୀ ନିବେଶକଙ୍କୁ ଆକୃଷ୍ଟ କରିବା ଲାଗି ଆମେ ଇନ୍‌ଭେଷ୍ଟ ଇଣ୍ଡିଆ ବ୍ୟବସ୍ଥାର ଉପଯୋଗ କରିବୁ ଏବଂ ଭାରତକୁ ଆସିବା ଲାଗି ବିଦେଶୀ ଚଳଚ୍ଚିତ୍ର ନିର୍ମାତାଙ୍କ ସହ ସମ୍ପର୍କ ସ୍ଥାପନ କରିବୁ ବୋଲି ସଚିବ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri