୨୦୩୦ ସୁଦ୍ଧା ୧୦୦ ବିଲିୟନ ଡଲାରରେ ପହଞ୍ଚିବ ମିଡିଆ କ୍ଷେତ୍ର

ନୂଆଦିଲ୍ଲୀ,୨୯।୯: ୨୦୩୦ ସୁଦ୍ଧା ଭାରତୀୟ ମିଡିଆ ଓ ମନୋରଞ୍ଜନ ଉଦ୍ୟୋଗ କ୍ଷେତ୍ରରେ କାରବାର ୧୦୦ ବିଲିୟନ ଡଲାରରେ ପହଞ୍ଚ।ଇବା ଲକ୍ଷ୍ୟ ରଖାଯାଇଛି ବୋଲି କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅପୂର୍ବ ଚନ୍ଦ୍ର ମୁମ୍ବାଇଠାରେ ଆୟୋଜିତ ଫିକି ଫ୍ରେମ୍ସ ଫାଷ୍ଟ ଟ୍ରାକ୍‌-୨୦୨୨ ସମାରୋହର ଉଦ୍‌ଘାଟନୀ ଅଧିବେଶକୁ ସମ୍ବୋଧିତ କରି ଏଭଳି ମତ ପ୍ରକାଶ କରିଛନ୍ତି। ଏପରିକି ବର୍ତ୍ତମାନଠାରୁ ଉକ୍ତ ଲକ୍ଷ୍ୟକୁ ନେଇ କାର୍ଯ୍ୟ କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି ଅପୂର୍ବ ଚନ୍ଦ୍ର ଆହ୍ବାନ କରିଛନ୍ତି।

ବିଶେଷକରି ଆସନ୍ତା ୧୦ ବର୍ଷ ମଧ୍ୟରେ ଭାରତୀୟ ଅର୍ଥବ୍ୟବସ୍ଥାର ଆକାର ୧୦ଟ୍ରିଲିୟନ ଡଲାରରେ ପହଞ୍ଚତ୍ବ ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ମିଡିଆ ଓ ମନୋରଞ୍ଜନ ଉଦ୍ୟୋଗକୁ ଆମେ ୨୦୩୦ ସୁଦ୍ଧା ୧୦୦ ବିଲିୟନ ଡଲାରରେ ପହଞ୍ଚାଇବା ଲାଗି ଲକ୍ଷ୍ୟ ରଖିବା ଉଚିତ ବୋଲି ସେ ମତବ୍ୟକ୍ତ କରିଛନ୍ତି। ସେହିଭଳି ଉକ୍ତ ଶିଳ୍ପ କ୍ଷେତ୍ରକୁ ସହାୟତା କରିବା ଲାଗି ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ସବୁ ପ୍ରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବ ବୋଲି ସେ କହିଛନ୍ତି। ଏହି ପରିପ୍ରେକ୍ଷୀରେ ଅପୂର୍ବ ଚନ୍ଦ୍ର ଘୋଷଣା କରିଥିଲେ, ଭାରତୀୟ ଚଳଚ୍ଚିତ୍ର କ୍ଷେତ୍ରରେ ଅଧିକ ବିଦେଶୀ ନିବେଶକୁ ଆକୃଷ୍ଟ କରିବା ଲାଗି ଇନ୍‌ଭେଷ୍ଟ ଇଣ୍ଡିଆରେ ରହିଥିବା ସମ୍ଭାବନାକୁ ମଧ୍ୟ ଉଜାଗର କରାଯିବ। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ଚଳଚ୍ଚିତ୍ର ୟୁନିଟ୍‌ଗୁଡ଼ିକୁ ଗୋଟିଏ ବ୍ୟବସ୍ଥା ମଧ୍ୟକୁ ଆଣିବା ଲାଗି ଆବଶ୍ୟକ ପଦକ୍ଷେପମାନ ଗ୍ରହଣ କରାଯାଉଛି।

ଅପରପକ୍ଷରେ ମୁମ୍ବାଇରେ ଥିବା ଏନ୍‌ଏଫ୍‌ଡିସି ସରକାରଙ୍କ ଚଳଚ୍ଚିତ୍ର ଶାଖାର ମୁଖ୍ୟ କେନ୍ଦ୍ର ଭାବେ କାର୍ଯ୍ୟ କରିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ଚଳଚ୍ଚିତ୍ର ସୁବିଧା ପ୍ରଦାନ କାର୍ଯ୍ୟାଳୟର ପୁନରୁଦ୍ଧାର କରିବା ଲାଗି ସବୁ ବର୍ଗର ବୁଦ୍ଧିଜୀବୀ ପ୍ରସ୍ତାବ ଦେଇଥିବା ବେଳେ ଆମେ ମଧ୍ୟ ତା’ର ବିକାଶ ଚାହୁଁଛୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାରଙ୍କ ଦ୍ବାରା ଗଠନ କରାଯାଇଥିବା ମୁଖ୍ୟ ନିବେଶ ଶାଖା, ଇନ୍‌ଭେଷ୍ଟ ଇଣ୍ଡିଆ ହାତରେ ଆମେ ଏହି ଦାୟିତ୍ୱ ଦେବାକୁ ଆଗ୍ରହୀ ଅଛୁ। ଫଳରେ ଭାରତକୁ ବିଦେଶୀ ଉଦ୍ୟୋଗମାନେ ଆକର୍ଷିତ ହୋଇ ଆସିପାରନ୍ତି ବୋଲି ଆକଳନ କରାଯାଇଛି। ବିଦେଶୀ ନିବେଶକଙ୍କୁ ଆକୃଷ୍ଟ କରିବା ଲାଗି ଆମେ ଇନ୍‌ଭେଷ୍ଟ ଇଣ୍ଡିଆ ବ୍ୟବସ୍ଥାର ଉପଯୋଗ କରିବୁ ଏବଂ ଭାରତକୁ ଆସିବା ଲାଗି ବିଦେଶୀ ଚଳଚ୍ଚିତ୍ର ନିର୍ମାତାଙ୍କ ସହ ସମ୍ପର୍କ ସ୍ଥାପନ କରିବୁ ବୋଲି ସଚିବ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri