Posted inଜାତୀୟ

ଖବର ପ୍ରକାଶନ ପୂର୍ବରୁ ସାବଧାନ ରହୁ ଗଣମାଧ୍ୟମ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୨: ସୁପ୍ରିମକୋର୍ଟ ବୁଧବାର ଏକ ମାମଲାର ଶୁଣାଣିକରି ସମାଜରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ଗୁରୁତ୍ୱାରୋପ କରିଛନ୍ତି। ୨୦୧୪ ଜୁନ୍‌ ୨୭ରେ ଏକ ପେଣ୍ଟିଂ ନିଲାମକାରୀ ସଂସ୍ଥାକୁ ନେଇ ଜାତୀୟ ସ୍ତରୀୟ ଖବରକାଗଜ ଟାଇମ୍ସ ଇଣ୍ଡିଆର ସମ୍ପାଦକୀୟରେ ଅପମାନଜନକ ଲେଖା ପ୍ରକାଶିତ କରାଯାଇଥିବା ଅଭିଯୋଗକରି ଖବରକାଗଜର ସମ୍ପାଦକୀୟ ନିର୍ଦ୍ଦେଶକ ଜୟଦୀପ ବୋଷ ଏବଂ ଅନ୍ୟ ସାମ୍ବାଦିକଙ୍କ ବିରୋଧରେ ଆପରାଧିକ ମାନହାନି ମାମଲା ରୁଜୁ କରାଯାଇଥିଲା। ବୁଧବାର ସୁପ୍ରିମକୋର୍ଟ ଉକ୍ତ ମାନହାନି ମାମଲାକୁ ଖାରଜ କରିଦେଇଛନ୍ତି। ଶୁଣାଣି ବେଳେ ଷ୍ଟିସ୍‌ ଜେ.ବି. ପାର୍ଡିଓ୍ବାଲା ଏବଂ ଜଷ୍ଟିସ୍‌ ଜେ.ବି. ଆର୍‌ ମହାଦେବନଙ୍କ ଖଣ୍ଡପୀଠ କହିଛନ୍ତି, ଜନତାଙ୍କର ମତକୁ ଆକାର ଦେବାରେ ଗଣମାଧ୍ୟମର ପ୍ରମୁଖ ଭୂମିକା ରହିଛି। ତେଣୁ ବେପରୁଆ ସାମ୍ବାଦିକତା ସମାଜ ପାଇଁ ଭୟାବହ ଏବଂ ଏହାର ଦୀର୍ଘକାଳୀନ ପାରିଣାମ ପଡ଼ିପାରେ। ଖବରଦାତାମାନଙ୍କୁ କୌଣସି ଖବର କିମ୍ବା ମନ୍ତବ୍ୟ ପ୍ରକାଶ କରିବା ପୂର୍ବରୁ ଏହାର ସତ୍ୟତା ଏବଂ ନିରପେକ୍ଷତାକୁ ସୁନିଶ୍ଚିତ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri