Posted inଜାତୀୟ

କେରଳରେ ବିପଦରେ ଗଣମାଧ୍ୟମ: ଥରୁର…

ଥିରୁଭାନନ୍ତପୁରମ,୧୩।୬ : କଂଗ୍ରେସ ଏମପି ତଥା ପୂର୍ବତନ ମନ୍ତ୍ରୀ ଶଶି ଥରୁର କେରଳ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ମଙ୍ଗଳବାର କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ଏମ) ସରକାର ବିରୋଧରେ ଥରୁର କହିଛନ୍ତି ରାଜ୍ୟରେ ଗଣମାଧ୍ୟମ ସ୍ବାଧୀନତା ବିପଦରେ ରହିଛି। ଯେଉଁ ଖବରଦାତାମାନେ ସେମାନଙ୍କ କାର୍ଯ୍ୟକୁ ଏକ ଉତ୍ତମ ଢଙ୍ଗରେ କରୁଛନ୍ତି ସେମାନଙ୍କ ବିରୋଧରେ ରାଜ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ।

ସୂଚନାନୁସାରେ, ମାର୍କ ତାଲିକା ବିବାଦରେ ଛାତ୍ର ନେତାଙ୍କ ଅଭିଯୋଗ ଉପରେ କେରଳ ପୋଲିସ ୫ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଥିଲା,। ଯାହା ପରେ ସରକାର ବିରୋଧୀଙ୍କ ପ୍ରଶ୍ନ ଘେରରେ ଆସିଛନ୍ତି। ମହାରାଜା ମହାବିଦ୍ୟାଳୟର ଛାତ୍ର ନେତା ପିଏମ ଅର୍ଶୋଙ୍କ ଅଭିଯୋଗ କ୍ରମେ ପୋଲିସ କଲେଜ ପ୍ରିନ୍ସପଲ ଭି.ଏସ ଜୟ, କେଏସୟୁ ରାଜ୍ୟ ସଭାପତି ଆଲୋଟିୟସ ଜାଭିୟର୍‌, ଏର୍ନାକୁଲମର ପୂର୍ବତନ ସଂଯୋଜକ ବିନୋଦ କୁମାର, ଖବରଦାତା ଫାଜିଲ ସିଏ ଏବଂ ଅଖିଲ ନନ୍ଦକୁମାରଙ୍କ ବିରୋଧରେ ଏଫଆଇଆର୍‌ କରିଥିଲା। ଏହି ପାଞ୍ଚ ଜଣଙ୍କୁ କେରଳ ପୋଲିସ ଅଧିନିୟମ ୨୦୧୧ ର ଆଇପିସି ଧାରା ୧୨୦-ବି, ୪୬୫, ୪୬୯, ୫୦୦ ଏବଂ ୧୨୦ ଅନୁଯାୟୀ ଅପରାଧିକ ଷଡଯନ୍ତ୍ର, ଜାଲିଆତି ଏବଂ ବଦନାମ ପାଇଁ ମାମଲା ଦାଏର କରାଯାଇଛି।

କଂଗ୍ରେସ ନେତା ଥରୁର ପିନାରାଇ ସରକାରଙ୍କୁ ଟୁଇଟ କରି କହିଛନ୍ତି ଉତ୍କର୍ଷତା ଏବଂ ନିରପେକ୍ଷତା ସହ କାର୍ଯ୍ୟ କରୁଥିବା ଖବରଦତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି, ମୁଁ ଏହା ଦ୍ୱାରା ଆଘାତ ପାଇଛି। ଗଣତନ୍ତ୍ର ପାଇଁ ଗଣମାଧ୍ୟମର ସ୍ବାଧୀନତା ଜରୁରୀ। ଏହା ସହିତ ସେ ଏକ ଫଟୋ ମଧ୍ୟ ଶେୟାର କରିଛନ୍ତି। ଫଟୋରେ ଜଣେ ଫରାସୀ ଲେଖକଙ୍କ ବାକ୍ୟ ଲେଖାଯାଇଛି ମୁଁ ହୁଏତ ତୁମ ସହ ଅସହମତ ହୋଇପାରେ କିନ୍ତୁ ମୃତ୍ୟୁ ପର୍ଯ୍ୟନ୍ତ ମୁଁ ତୁମର ଅଧିକାର ରକ୍ଷା କରିବି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri