ଝାରସୁଗୁଡ଼ାରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର,୨୯।୩(ବ୍ୟୁରୋ): ଝାରସୁଗୁଡ଼ାରେ ପ୍ରସ୍ତାବିତ ୧୦୦ ଆସନ ବିଶିଷ୍ଟ ଶ୍ରୀ ଶ୍ରୀ ରବିଶଙ୍କର ମେଡିକାଲ କଲେଜ ଓ ୱେଲ୍‌ନେସ୍‌ ସେଣ୍ଟର ପ୍ରତିଷ୍ଠା ହେବାକୁ ଯୋଜନା ଚାଲିଛି। ଏ ନେଇ ସୋମବାର ଲୋକସେବା ଭବନରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଓ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମାଙ୍କ ଉପସ୍ଥିତିରେ ଏହି ବୈଠକ ହୋଇଥିଲା। ସରକାରୀ ଓ ଘରୋଇ ସହଭାଗିତାରେ ପ୍ରତିଷ୍ଠା ହେବାକୁ ଥିବା ଏହି ମେଡିକାଲ କଲେଜ ପାଇଁ ଖୁବ୍‌ଶୀଘ୍ର ବିସ୍ତୃତ ପ୍ରକଳ୍ପ ବିବରଣୀ (ଡିପିଆର୍‌) ଉପସ୍ଥାପନ କରାଯିବ। ପରବର୍ତ୍ତୀ ସମୟରେ ଡାଇରେକ୍ଟୋରେଟ ଅଫ୍‌ ମେଡିକାଲ ଏଜୁକେଶନ ଆଣ୍ଡ ଟ୍ରେନିଂ(ଡିଏମ୍‌ଇଟି)ର ଅନୁମୋଦନ ପାଇବା ପରେ ସରକାରୀ ସ୍ତରରେ ଏଥିପାଇଁ ନିଷ୍ପତ୍ତି ନିଆଯିବ। ପ୍ରାୟ ୫୦ ଏକର ଜମିରେ ପ୍ରସ୍ତାବିତ ୱେଲ୍‌ନେସ୍‌ ସେଣ୍ଟର ମଧ୍ୟରେ ଆୟୁର୍ବେଦ, ନେଚରୋପାଥି, ଯୋଗ, ପଞ୍ଚକର୍ମ ଓ ମାନସିକ ସ୍ବାସ୍ଥ୍ୟ ଭଳି ବିଭିନ୍ନ ସୁବିଧା ରହିବ ବୋଲି ବୈଠକରୁ ସୂଚନା ମିଳିଛି। ବୈଠକର ଆଲୋଚନା ଅନୁସାରେ ମେଡିକାଲ କଲେଜ ଓ ୱେଲ୍‌ନେସ୍‌ ସେଣ୍ଟର ଅଲଗା ସ୍ଥାନରେ ନିର୍ମାଣ କରାଯିବ। ୧୦୦ ଆସନ ବିଶିଷ୍ଟ ମେଡିକାଲ କଲେଜରେ କ୍ଲିନିକାଲ ସୁବିଧା ସହ ଏଠାରେ ଡାକ୍ତରୀ ପାଠ ପଢ଼ିବାକୁ ଥିବା ଛାତ୍ରୀଛାତ୍ରଙ୍କ ପାଇଁ ମେଡିକାଲ ପାଠ୍ୟକ୍ରମର ବ୍ୟବସ୍ଥା ରହିବ। ଏହି ବୈଠକରେ ଡିଏମ୍‌ଇଟି, ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକ, ଆୟୁଷ ନିର୍ଦ୍ଦେଶକ ସାମିଲ ଥିବାବେଳେ ପ୍ରସ୍ତାବିତ ମେଡିକାଲ କଲେଜ ପକ୍ଷରୁ ଅଶୋକ ଗାନ୍ଧୀ, ପୱନ୍‌ ସୁଲତାନିଆଙ୍କ ସହ ଏକ ପ୍ରତିନିଧିମଣ୍ଡଳୀ ବୈଠକରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri