Posted inରାଜ୍ୟ

ଡାକ୍ତରୀ ପାଠ୍ୟକ୍ରମ: ଆଜି ସରିବ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୧୩।୨(ବ୍ୟୁରୋ): ରାଜ୍ୟରେ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କାଉନ୍‌ସେଲିଂ ପ୍ରକ୍ରିୟା ଚାଲିଛି। ଗତ ୮ ତାରିଖରୁ ଆରମ୍ଭ ହୋଇଥିବା ଏହି ପର୍ଯ୍ୟାୟ ନାମଲେଖା ରବିବାର ଶେଷ ହେଉଛି। ତେବେ ପ୍ରଥମଥର ଲାଗି ପୁରୀସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜ (ଏସ୍‌ଜେଏମ୍‌ସି) ପାଇଁ ୧୦୦ ସିଟ୍‌ରେ ନାମଲେଖାକୁ ଅନୁମତି ମିଳିଥିବାବେଳେ ଓଜେଇଇ ୮୫ଟି ସିଟ୍‌ ପାଇଁ ଆଡ୍‌ମିଶନ କରିଛି। ବଳକା ୧୫ ସିଟ୍‌ରେ ଏନ୍‌ଇଇଟି ମାଧ୍ୟମରେ ଅଲ୍‌ ଇଣ୍ଡିଆ କୋଟାରେ ନାମାଲେଖା ହେବ। ଓଜେଇଇ ପକ୍ଷରୁ ରାଜ୍ୟର ୯ଟି ସରକାରୀ ଓ ୩ଟି ଘରୋଇ ମେଡିକାଲ କଲେଜର ମୋଟ ୧,୩୧୨ ଏମ୍‌ବିବିଏସ୍‌ ଓ ୧୫୪ ବିଡିଏସ୍‌ ସିଟ୍‌ ପାଇଁ ନାମଲେଖା ହେଉଛି। ଚଳିତବର୍ଷ ହାଇଟେକ୍‌ ମେଡିକାଲ କଲେଜରେ ୫୦ ନୂଆ ସିଟ୍‌ ପାଇଁ ଆଡ୍‌ମିଶନ କରାଯାଉଛି। ରବିବାର ଏଥିପାଇଁ ନାମଲେଖା ହେବ। ଏହାପରେ ୧୪ ତାରିଖରେ ବଳକା ସିଟ୍‌ ତାଲିକା ପ୍ରକାଶ ପାଇବ। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଲାଗି ଆସନ୍ତା ୧୫ ଓ ୧୬ ତାରିଖରେ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ କରିବେ। ତେବେ ପ୍ରଥମ ପର୍ଯ୍ୟାୟ କାଉନସେଲିଂ ପ୍ରକ୍ରିୟାରେ ମାତ୍ର ୮୦୭ଜଣ ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri