ମେଡିକାଲ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଥିବା ମେଡିକାଲ କଲେଜଗୁଡ଼ିକର ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ପୂର୍ବରୁ ଆବେଦନର ସମୟ ସୀମା ୧୮ ତାରିଖ ଥିବାବେଳେ ଏବେ ୨୩ ତାରିଖ ରାତି ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। କରୋନା ପରିସ୍ଥିତି ଲାଗି ବହୁ ସଂଖ୍ୟାରେ ଛାତ୍ରୀଛାତ୍ର ନାମ ପଞ୍ଜୀକରଣ କରି ନ ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ନଭେମ୍ବର ୨୧ ପରିବର୍ତ୍ତେ ୨୬ ତାରିଖରେ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ୨୬ ତାରିଖ ପୂର୍ବାହ୍ନ ୧୦ଟାରୁ ୨୭ ତାରିଖ ରାତି ୧୧ଟା ୫୯ ମଧ୍ୟରେ ଛାତ୍ରୀଛାତ୍ର ଚଏସ୍‌ ଫିଲିଂ ଓ ଲକିଂ କରିପାରିବେ। ୨୯ ତାରିଖରେ ପ୍ରଥମ ରାଉଣ୍ଡ୍‌ ନାମଲେଖା ତାଲିକା ପ୍ରକାଶ ପାଇବ। ଡିସେମ୍ବର ୨ରେ ଅଲ୍‌ ଇଣ୍ଡିଆ କୋଟାରୁ ଏମ୍‌ବିବିଏସ୍‌ ଓ ବିଡିଏସ୍‌ ସିଟ୍‌ଗୁଡ଼ିକ ବଳକା ରହିବା ପରେ ୩ ତାରିଖରେ ଖାଲି ସିଟ୍‌ ତାଲିକା ପ୍ରକାଶ କରାଯିବ। ଏଥିପାଇଁ ପୁଣିଥରେ କାଉନ୍‌ସେଲିଂ ଅନୁଷ୍ଠିତ ହେବ। ଡିସେମ୍ବର ୪ ପୂର୍ବାହ୍ନ ୧୧ଟାରୁ ୫ ତାରିଖ ରାତି ମଧ୍ୟରେ ଦ୍ବିତୀୟ ରାଉଣ୍ଡ୍‌ ନାମ ପଞ୍ଜୀକରଣ ଓ ଅନ୍‌ଲାଇନ୍‌ ଡକ୍ୟୁମେଣ୍ଟ ଯାଞ୍ଚ ହେବ। ୬ ତାରିଖରେ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବା ପରେ ସେହିଦିନ ରାତି ୭ଟା ରୁ ୭ ତାରିଖ ରାତି ୧୧ଟା ୫୯ ମଧ୍ୟରେ ନୂତନ ଭାବେ ପଞ୍ଜୀକରଣ କରିଥିବା ଛାତ୍ରୀଛାତ୍ର ଚଏସ୍‌ ଫିଲିଂ ଓ ଲକିଂ କରିପାରିବେ। ଡିସେମ୍ବର ୧୫ରେ ସ୍ପଟ୍‌ କାଉନ୍‌ସେଲିଂ ଅନୁଷ୍ଠିତ ହେବ ବୋଲି ଓଜେଇଇ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri