ମେଡିକାଲ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଥିବା ମେଡିକାଲ କଲେଜଗୁଡ଼ିକର ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ପୂର୍ବରୁ ଆବେଦନର ସମୟ ସୀମା ୧୮ ତାରିଖ ଥିବାବେଳେ ଏବେ ୨୩ ତାରିଖ ରାତି ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। କରୋନା ପରିସ୍ଥିତି ଲାଗି ବହୁ ସଂଖ୍ୟାରେ ଛାତ୍ରୀଛାତ୍ର ନାମ ପଞ୍ଜୀକରଣ କରି ନ ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ନଭେମ୍ବର ୨୧ ପରିବର୍ତ୍ତେ ୨୬ ତାରିଖରେ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ୨୬ ତାରିଖ ପୂର୍ବାହ୍ନ ୧୦ଟାରୁ ୨୭ ତାରିଖ ରାତି ୧୧ଟା ୫୯ ମଧ୍ୟରେ ଛାତ୍ରୀଛାତ୍ର ଚଏସ୍‌ ଫିଲିଂ ଓ ଲକିଂ କରିପାରିବେ। ୨୯ ତାରିଖରେ ପ୍ରଥମ ରାଉଣ୍ଡ୍‌ ନାମଲେଖା ତାଲିକା ପ୍ରକାଶ ପାଇବ। ଡିସେମ୍ବର ୨ରେ ଅଲ୍‌ ଇଣ୍ଡିଆ କୋଟାରୁ ଏମ୍‌ବିବିଏସ୍‌ ଓ ବିଡିଏସ୍‌ ସିଟ୍‌ଗୁଡ଼ିକ ବଳକା ରହିବା ପରେ ୩ ତାରିଖରେ ଖାଲି ସିଟ୍‌ ତାଲିକା ପ୍ରକାଶ କରାଯିବ। ଏଥିପାଇଁ ପୁଣିଥରେ କାଉନ୍‌ସେଲିଂ ଅନୁଷ୍ଠିତ ହେବ। ଡିସେମ୍ବର ୪ ପୂର୍ବାହ୍ନ ୧୧ଟାରୁ ୫ ତାରିଖ ରାତି ମଧ୍ୟରେ ଦ୍ବିତୀୟ ରାଉଣ୍ଡ୍‌ ନାମ ପଞ୍ଜୀକରଣ ଓ ଅନ୍‌ଲାଇନ୍‌ ଡକ୍ୟୁମେଣ୍ଟ ଯାଞ୍ଚ ହେବ। ୬ ତାରିଖରେ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବା ପରେ ସେହିଦିନ ରାତି ୭ଟା ରୁ ୭ ତାରିଖ ରାତି ୧୧ଟା ୫୯ ମଧ୍ୟରେ ନୂତନ ଭାବେ ପଞ୍ଜୀକରଣ କରିଥିବା ଛାତ୍ରୀଛାତ୍ର ଚଏସ୍‌ ଫିଲିଂ ଓ ଲକିଂ କରିପାରିବେ। ଡିସେମ୍ବର ୧୫ରେ ସ୍ପଟ୍‌ କାଉନ୍‌ସେଲିଂ ଅନୁଷ୍ଠିତ ହେବ ବୋଲି ଓଜେଇଇ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri