୧୭ରୁ ମେଡିକାଲ ନାମଲେଖା କାଉନ୍‌ସେଲିଂ

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ) – ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୧୭ ତାରିଖରୁ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ କାଉନ୍‌ସେଲିଂ ଆରମ୍ଭ ହେବ। ମୋଟ ୨,୨୦୦ ସିଟ୍‌ ମଧ୍ୟରୁ ୧,୭୦୦ ସିଟ୍‌ ୧୦ଟି ସରକାରୀ ମେଡିକାଲ କଲେଜ ଓ ଦୁଇଟି ଘରୋଇ ମେଡିକାଲ କଲେଜ ଏବଂ ୫୦୦ଟି ସିଟ୍‌ ଦୁଇଟି ଡିମ୍‌ଡ ୟୁନିଭର୍ସିଟିରେ ରହିଛି। ସୁନ୍ଦରଗଡ଼ ଏବଂ କେନ୍ଦୁଝର ସରକାରୀ ମେଡିକାଲ କଲେଜରେ ଚଳିତବର୍ଷ ପ୍ରଥମଥର ପାଇଁ ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ନାମଲେଖା ହେବ। ୧୦ଟି ସରକାରୀ ମେଡିକାଲ କଲେଜ ଓ ଦୁଇଟି ଘରୋଇ ମେଡିକାଲ କଲେଜର ୧,୭୦୦ଟି ସିଟ୍‌ରେ ନାମଲେଖା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପକ୍ଷରୁ କାଉନ୍‌ସେଲିଂ ହେବ। ସେହିପରି ଦୁଇଟି ଡିମ୍‌ଡ ୟୁନିଭର୍ସିଟି ନିଜସ୍ବ ପ୍ରକ୍ରିୟାରେ ନାମ ଲେଖାଇବେ। ପ୍ରଥମ ପର୍ଯ୍ୟାୟ କାଉନ୍‌ସେଲିଂ ୧୭ରୁ ୨୮ ତାରିଖ ମଧ୍ୟରେ ହେବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ କାଉନ୍‌ସେଲିଂ ନଭେମ୍ବର ୭ରୁ ୧୮ ଏବଂ ମପ୍‌-ଅପ୍‌ ରାଉଣ୍ଡ୍‌ ଡିସେମ୍ବର ୬ ରୁ ୧୨ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ।
ସୂଚନାଯୋଗ୍ୟ, କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ ଏବଂ ବ୍ରହ୍ମପୁର କଲେଜ ଆଣ୍ଡ୍‌ ହସ୍ପିଟାଲରେ ୨୫୦ଟି ଲେଖାଏ ସିଟ୍‌ ଥିବାବେଳେ ବୁର୍ଲା ଭିମ୍‌ସାରରେ ୨୦୦, କୋରାପୁଟ ଓ ବାରିପଦା ସରକାରୀ ମେଡିକାଲ କଲେଜରେ ୧୨୫ଟି ଲେଖାଏ, ବଲାଙ୍ଗୀର, ବାଲେଶ୍ୱର, ପୁରୀ, ସୁନ୍ଦରଗଡ଼ ଓ କେନ୍ଦୁଝରରେ ୧୦୦ ଲେଖାଏ ସିଟ୍‌ ରହିଛି। ଭୁବନେଶ୍ୱର ହାଇଟେକ୍‌ ମେଡିକାଲ କଲେଜରେ ୧୫୦ ଏବଂ ରାଉରକେଲା ହାଇଟେକ୍‌ ମେଡିକାଲ କଲେଜରେ ୧୦୦ ସିଟ୍‌ ରହିଛି। ସେହିପରି ଆଇଏମ୍‌ଏସ୍‌ ଆଣ୍ଡ୍‌ ସମ୍‌ ହସ୍ପିଟାଲ ଏବଂ କିମ୍ସ ଭୁବନେଶ୍ୱରରେ ୨୫୦ଟି ଲେଖାଏ ସିଟ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?