Posted inଜାତୀୟ

ବିନା ଏନ୍‌ଇଇଟିରେ ଡାକ୍ତରୀ ନାମଲେଖା

ଚେନ୍ନାଇ, ୧୪ା୯: ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି) ନ ଦେଇ ସିଧାସଳଖ ଡାକ୍ତରୀ ପାଠ ପଢ଼ିବା ପାଇଁ ତାମିଲନାଡୁ ସରକାର ସୋମବାର ବିଧାନସଭାରେ ଏକ ବିଲ୍‌ ଆଣିଛନ୍ତି। ଉକ୍ତ ବିଲ୍‌ ଅନୁଯାୟୀ ଜଣେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ରଖିଥିବା ନମ୍ବର ଆଧାରରେ ମେଡିସିନ୍‌, ଡେଣ୍ଟିଷ୍ଟ୍ରି, ହୋମିଓପାଥି ଅଣ୍ଡରଗ୍ରାଜୁଏଟ୍‌ ପାଠ୍ୟକ୍ରମରେ ନାମ ଲେଖାଇ ପାରିବେ। ନାମଲେଖାରେ ସରକାରୀ ସ୍କୁଲ୍‌ ପିଲାଙ୍କ ପାଇଁ ୭.୫ ପ୍ରତିଶତ ସିଟ୍‌ ସଂରକ୍ଷିତ ରହିବ।
ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ଉକ୍ତ ବିଲ୍‌ ଆଗତ କରିଥିବାବେଳେ ମୁଖ୍ୟ ବିରୋଧୀ ଦଳ ଏଆଇଏଡିଏମ୍‌କେ, ଏହାର ସହଯୋଗୀ ପିଏମ୍‌କେ, କଂଗ୍ରେସ ସମେତ ସବୁ ବିରୋଧୀ ଦଳ ଏହାକୁ ସମର୍ଥନ କରିଥିଲେ। ଭାଜପା ସଦସ୍ୟମାନେ ବିଲ୍‌କୁ ବିରୋଧକରି କକ୍ଷତ୍ୟାଗ କରିଥିଲେ। ମାଡ୍ରାସ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଏ.କେ. ରାଜନଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟିର ସୁପାରିସ୍‌ ଆଧାରରେ ଉକ୍ତ ବିଲ୍‌ ପ୍ରସ୍ତୁତ ହୋଇଥିଲା। କମିଟି ମେଡିକାଲ ଶିକ୍ଷା ସହ ସମ୍ପୃକ୍ତ ବିଭିନ୍ନ ବର୍ଗରୁ ୮୬,୦୦୦ ଲୋକଙ୍କ ମତାମତ ସଂଗ୍ରହ କରି ରିପୋର୍ଟ ପ୍ରସ୍ତୁତ କରିଥିଲା। ଅଧିକାଂଶ ଏନ୍‌ଇଇଟି ଚାହାନ୍ତି ନାହିଁ ବୋଲି ମତ ଦେଇଥିଲେ। ଉକ୍ତ କମିଟିର ସୁପାରିସକୁ ବିଚାରକୁ ନେଇ ସମସ୍ତଙ୍କୁ ସାମାଜିକ ନ୍ୟାୟ ଦେବା ପାଇଁ ରାଜ୍ୟ ସରକାର ଏନ୍‌ଇଇଟି ଉଚ୍ଛେଦ ପାଇଁ ନିଷ୍ପତ୍ତି ନେଇଥିବା ଷ୍ଟାଲିନ୍‌ କହିଛନ୍ତି। ତାଙ୍କ କହିବା ଅନୁଯାୟୀ ଏନ୍‌ଇଇଟି ଯୋଗୁ ଏମ୍‌ବିବିଏସ୍‌ ଏବଂ ଅନ୍ୟ ଉଚ୍ଚତର ଡାକ୍ତରୀ ପାଠ୍ୟକ୍ରମରେ ସମାଜର ସବୁ ବର୍ଗର ପିଲାଙ୍କୁ ଉପଯୁକ୍ତ ପ୍ରତିନିଧିତ୍ୱ ମିଳୁନାହିଁ। ସମାଜର ପ୍ରଭାବଶାଳୀ ଏବଂ ପଇସାବାଲା ଲୋକେ ଏଥିରୁ ଫାଇଦା ଉଠାଉଥିବାବେଳେ ଅବହେଳିତ ବର୍ଗଙ୍କ ସ୍ବପ୍ନ ଅଧୁରା ରହୁଛି ବୋଲି କମିଟି ରିପୋର୍ଟରେ ଦର୍ଶାଇଥିଲା। ରବିବାର ଏନ୍‌ଇଇଟି-ୟୁଜି ପରୀକ୍ଷା ପୂର୍ବରୁ ଜଣେ ୧୯ ବର୍ଷୀୟ ମେଡିକାଲ ଶିକ୍ଷା ପ୍ରତ୍ୟାଶୀ ଆତ୍ମହତ୍ୟା କରିବା ପରେ ଏହାକୁ ନେଇ ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏହାକୁ ନେଇ ମୁଖ୍ୟ ବିରୋଧୀ ଦଳ ଏଆଇଏଡିଏମ୍‌କେ ସରକାରଙ୍କୁ ଦୋଷାରୋପ କରିଥିଲା। ଡିଏମ୍‌କେ କ୍ଷମତାକୁ ଆସିଲେ ଏନ୍‌ଇଇଟି ବାତିଲ ହେବ ବୋଲି ଷ୍ଟାଲିନ୍‌ ପ୍ରତିଶ୍ରୁତି ଦେଇଥିଲେ। ହେଲେ ସରକାର ଏପର୍ଯ୍ୟନ୍ତ ଉପଯୁକ୍ତ ନିଷ୍ପତ୍ତି ନେବାରେ ବିଫଳ ହୋଇଥିବାରୁ ଛାତ୍ରୀଛାତ୍ର ଓ ଅଭିଭାବକ ଅସହାୟ ହୋଇପଡ଼ିଛନ୍ତି ବୋଲି ବିରୋଧୀ ଦଳ ନେତା ଇ.କେ. ପଲାନିସ୍ବାମୀ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri