ଚିକିତ୍ସା ଅବହେଳା: ଡାକ୍ତରଖାନାରୁ ଖସି ପଳାଇ ଆସିଲେ ରୋଗୀ, ରାସ୍ତା କଡ଼ରୁ ମିଳିଲା…

ମୋରଡ଼ା,୬।୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ତଥା ବେତନଟୀ ଥାନା ଅଧୀନ ଭାଲିଆଡ଼ିହା ପଞ୍ଚାୟତର ବାରମାଇଲ ଛକ ନିକଟରେ ଶନିବାର ସକାଳ ୮ଟାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ରାମନଗର ଗ୍ରାମର ହାଡ଼ିଆ ଟୁଡୁ(୫୫)। ଚିକିତ୍ସା ଅବହେଳା ନେଇ ପରିବାର ଲୋକେ ଅଭିଯୋଗ କରିଥିବା ବେଳେ ପୋଲିସ ମାମଲା ରୁଜୁକରି ତଦନ୍ତ କରୁଛି।
ସୂଚନା ମୁତାବକ, ଝାଡ଼ାବାନ୍ତି ହେବାରୁ ହାଡ଼ିଆ ଶୁକ୍ରବାର ଅପରାହ୍ନ ୨ଟା ସମୟରେ ବାରମାଇଲ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଚିକିତ୍ସା ହେଉଥିବା ସମୟରେ ଡାକ୍ତରଖାନା କର୍ମଚାରୀଙ୍କ ଅଜାଣତରେ ସେ ଡାକ୍ତରଖାନାରୁ ଚାଲିଯାଇଥିଲେ। ତେବେ ଡାକ୍ତରଖାନା ତରଫରୁ ହାଡ଼ିଆଙ୍କ ସମ୍ପର୍କରେ ପୋଲିସକୁ ଖବର ଦିଆଯାଇଥିବା ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ହାମ୍ବିରା ମୁର୍ମୁ କହିଛନ୍ତି। ହାଡ଼ିଆଙ୍କୁ ଚିକିତ୍ସାରେ ଅବହେଳା କାରଣରୁ ସେ ଡାକ୍ତରଖାନାରୁ ପଳାଇଥିଲେ। ରାସ୍ତାକଡ଼ରେ ପଡ଼ି ତାଙ୍କର ମୃତ୍ୟୁ ଘଟିଥିବା ତାଙ୍କ ଭାଇ ସଞ୍ଜୟ ଟୁଡୁ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri