ହାଥରସ ଗଣବଳାତ୍କାର ଘଟଣା: ଆସିଲା ମେଡିକାଲ ରିପୋର୍ଟ, ହୋଇନି ବଳାତ୍କାର, ଜାଣନ୍ତୁ କ’ଣ ରହିଛି କାରଣ

ଲକ୍ଷ୍ନୌ,୧ା୧୦: ହାଥରସ ଯୁବତୀ ବଳାତ୍କାର ଘଟଣାର ମେଡିକାଲ ରିପୋର୍ଟ ଆସିଛି। ଏହି ରିପୋର୍ଟ ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେବା ଭଳି ଆସିଛି। ରିପୋର୍ଟରେ ଯୁବତୀଙ୍କୁ ଗଣବଳାତ୍କାର ହୋଇ ନ ଥିବା ଦର୍ଶାଯାଇଛି। ଯାହା ଅଭିଯୁକ୍ତମାନଙ୍କୁ ସୁହାଇବ। ଯୁବତୀ ଆଖି ବୁଜିବା ପୂର୍ବରୁ ପୋଲିସକୁ ବୟାନ ଦେଇଥିଲେ। ଏହି ବୟାନ ଆଧାରରେ ଏଫଆଇଆର ଦାୟର କରାଯାଇଥିଲା। ଅଭିଯୁକ୍ତମାନଙ୍କ ନାମରେ ଗଣବଳାତ୍କାର ଧାରା ଲଗାଯାଇଥିଲା। ମାତ୍ର ମେଡିକାଲ ରିପୋର୍ଟରେ ଗଣବଳାତ୍କାର ହୋଇ ନ ଥିବା ଜଣାପଡ଼ିବା ପରେ ଅଭିଯୁକ୍ତମାନେ ଖଲାସ ପାଇଯିବାର ଆଶଙ୍କା ସୃଷ୍ଟି ହୋଇଛି। ରିପୋର୍ଟରେ ଗଳାର ହାଡ଼ ଭାଙ୍ଗିଥିବା ଯୋଗୁ ମୃତ୍ୟୁ ଘଟିଥିବା ଦର୍ଶାଯାଇଛି।


ଅନ୍ୟପକ୍ଷରେ ସମାଜବାଦୀ ପାର୍ଟି ୟୁପି ଛାତ୍ରନେତା ଅତୁଲ ପ୍ରଧାନ ଦାବି କରିଛନ୍ତି ଯେ, ପୀଡ଼ିତାଙ୍କ ମୃତଦେହ ଜାଳିବା ପାଇଁ ପୋଲିସ ଥିନରର ବ୍ୟବହାର କରିଥିଲା। ଅତୁଲଙ୍କ କହିବା କଥା ପୀଡ଼ିତାଙ୍କ ଜୁଇ ନିକଟରୁ ଏକ କ୍ୟାନ୍‌ ମିଳିଛି। ଯାହାକି ଥିନର କ୍ୟାନ୍‌। ସେ ଏହି ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ହାଥରସ ଯିବା ପାଇଁ ଦିଲ୍ଲୀରୁ ବାହାରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri