ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ   ସ୍ବାସ୍ଥ୍ୟସେବା ଗୁରୁତର ଭାବେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଓମସା ଆକ୍ସନ କମିଟିର ଆହୱାନକ୍ରମେ ବୁଧବାର, ଜୁଲାଇ ୧ ତାରିଖଠାରୁ ସମସ୍ତ ସରକାରୀ ଚିକିତ୍ସାଳୟର ଡାକ୍ତରମାନେ ଅର୍ନିଦ୍ଦିଷ୍ଟକାଳୀନ କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହୋଇଛନ୍ତି।

ସବୁଠାରୁ ଚିନ୍ତାଜନକ ବିଷୟ ହେଉଛି, ଏହି ଆନ୍ଦୋଳନ ସମୟରେ ସାଧାରଣ ଚିକିତ୍ସା ସେବା ସହିତ ଜରୁରୀକାଳୀନ ସେବାକୁ ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ ରଖାଯାଇଛି। ଫଳରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଉଦ୍ବେଗ ଓ ଆତଙ୍କ ସୃଷ୍ଟି ହୋଇଛି। ଓମସା ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ, ଡାକ୍ତରମାନଙ୍କର ଦୀର୍ଘଦିନର ନ୍ୟାୟସଙ୍ଗତ ଓ ବୈଧ ଦାବି ପ୍ରତି ସରକାର ଏବଂ ପ୍ରଶାସନ କ୍ରମାଗତ ଭାବେ ଅବହେଳା କରିଆସୁଛନ୍ତି। ବାରମ୍ବାର ଦାବି ଜଣାଇବା ସତ୍ତ୍ୱେ କୌଣସି ସକାରାତ୍ମକ ପଦକ୍ଷେପ ନିଆଯାଇ ନଥିବାରୁ ବାଧ୍ୟ ହୋଇ ସଂଘ ଏହି ଚରମ ନିଷ୍ପତ୍ତି ନେଇଥିବା କହିଛି।

ସଂଘର କହିବା ଅନୁସାରେ, ଡାକ୍ତରମାନଙ୍କ ପାଇଁ ଉତ୍ତମ କାର୍ଯ୍ୟ ପରିବେଶ, ସମ୍ମାନଜନକ କାର୍ଯ୍ୟ ପରିସ୍ଥିତି ଏବଂ ରୋଗୀଙ୍କୁ ସୁରକ୍ଷିତ ଓ ଗୁଣାତ୍ମକ ସୱାସ୍ଥ୍ୟସେବା ଯୋଗାଇବା ଲକ୍ଷ୍ୟରେ ଏହି ଆନ୍ଦୋଳନ ଜାରି ରହିବ।

ଆନ୍ଦୋଳନ ଯୋଗୁଁ ରାଜ୍ୟର ସମସ୍ତ ସରକାରୀ ଚିକିତ୍ସା ପ୍ରତିଷ୍ଠାନରେ ଓପିଡି (ବାହ୍ୟ ରୋଗୀ ବିଭାଗ), ଆଇପିଡି (ଆନ୍ତଃରୋଗୀ ବିଭାଗ), ର୍ନିଦ୍ଧାରିତ ଅସ୍ତ୍ରୋପଚାର (Elective Surgery), ବିଭିନ୍ନ ନିଦାନମୂଳକ ସେବା (ଯଥା ରକ୍ତ ପରୀକ୍ଷା, ଏକ୍ସ-ରେ, ସ୍କାନିଂ ଆଦି) ଏବଂ ଜରୁରୀକାଳୀନ ସେବା ସମ୍ପୂର୍ଣ୍ଣ ବନ୍ଦ ରହିବ ବୋଲି ଓମସା ସ୍ପଷ୍ଟ କରିଛି।

ଆନ୍ଦୋଳନ ଯୋଗୁ ଜନସାଧାରଣ ଓ ରୋଗୀମାନଙ୍କୁ ହେଉଥିବା ଅସୁବିଧା ପାଇଁ ଓମସା ପକ୍ଷରୁ ଦୁଃଖ ପ୍ରକାଶ କରାଯାଇଛି। ସେହିପରି ନିଜର ନ୍ୟାୟସଙ୍ଗତ ଦାବି ଏବଂ   ସ୍ବାସ୍ଥ୍ୟସେବାର ମାନ ରକ୍ଷା ପାଇଁ ଚାଲିଥିବା ଏହି ଆନ୍ଦୋଳନକୁ ସମର୍ଥନ କରିବାକୁ ରାଜ୍ୟବାସୀଙ୍କୁ ସଂଘ ନିବେଦନ କରିଛି।

ମୟୂରଭଞ୍ଜ ଜିଲାର ଦୂରଦୂରାନ୍ତ ଓ ଗ୍ରାମାଞ୍ଚଳରୁ ଜିଲା ମୁଖ୍ୟ ଚିକିତ୍ସାଳୟ ଉପରେ ନିର୍ଭର କରୁଥିବା ଶହ ଶହ ଗରିବ ରୋଗୀ ଏହି କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି। ବିଶେଷକରି ଜରୁରୀକାଳୀନ ସେବା ବନ୍ଦ ରହିଥିବାରୁ ପରିସ୍ଥିତି ଅଧିକ ସଙ୍କଟଜନକ ହେବାର ଆଶଙ୍କା ପ୍ରକାଶ ପାଇଛି। ଏଭଳି ପରିସ୍ଥିତିରେ ସରକାର ଓମସା ସହ ଆଲୋଚନା କରି କେବେ ଓ କିପରି ସମସ୍ୟାର ସମାଧାନ କରୁଛନ୍ତି, ସେଥିପ୍ରତି ରୋଗୀ, ସାଧାରଣ ଜନତା ଏବଂ   ସ୍ବାସ୍ଥ୍ୟ ମହଲର ନଜର ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri