ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍‌): ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦ ହଜାର ଟଙ୍କାର ଦୁଇ ଜଣ ଜାମିନଦାର ବଦଳରେ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ। ସାକ୍ଷୀମାନଙ୍କୁ ପ୍ରଭାବିତ ନ କରିବାକୁ ସର୍ତ୍ତ ରଖିଛନ୍ତି ହାଇକୋର୍ଟ। ଗତ ଜୁନ୍‌ ୪ରେ ଚନ୍ଦ୍ରିକାଙ୍କ ମୃତଦେହ କାଠଯୋଡ଼ିରେ ଭାସୁଥିବାର ଦେଖିଥିଲେ ଲୋକେ। ଖବର ପାଇ ବାରଙ୍ଗ ଥାନା ପୋଲିସ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ଚନ୍ଦ୍ରିକାଙ୍କ ପରିବାର ତରଫରୁ ଏତଲା ଦିଆଯାଇଥିଲା। ଏହି ଘଟଣାରେ ବାରଙ୍ଗ ଥାନା ପୋଲିସ ମାମଲା ରୁଜୁ କରିବା ସହିତ ଜୁନ୍‌ ୧୩ରେ ଅଭିଯୁକ୍ତ ଭୀମସେନ ଟୁଡୁଙ୍କୁ ମୟୂରଭଞ୍ଜରୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପ୍ରଥମେ ବାରଙ୍ଗ ଥାନା ପୋଲିସ ବିଏନ୍‌ଏସ୍‌ର ଧାରା ୧୦୮, ୩(୫)ରେ ମାମଲା ରୁଜୁ କରିଥିବା ବେଳେ ପରବର୍ତ୍ତୀ ସମୟରେ ଧାରା ୬୯ ଭୀମସେନଙ୍କ ନାଁରେ ଯୋଡ଼ିଥିଲା ପୋଲିସ। ପୂର୍ବରୁ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇଥିବା ଭୀମସେନଙ୍କ ଜାମିନ ଆବେଦନ ନିମ୍ନ ଅଦାଲତରେ ଖାରଜ ହୋଇଥିଲା। ଘଟଣାର ତଦନ୍ତ ପ୍ରାରମ୍ଭିକ ପର୍ଯ୍ୟାୟରେ ଥିବା ଜାମିନରେ ଛାଡ଼ ପାଇବା ପରେ ଅଭିଯୁକ୍ତ ତଦନ୍ତରେ ଅସହଯୋଗ କରିବାର ଓ ସାକ୍ଷୀଙ୍କୁ ପ୍ରଭାବିତ କରିବାର ସମ୍ଭାବନାକୁ ବିଚାରକୁ ନେଇ କଟକ ଦ୍ୱିତୀୟ ଅତିରିକ୍ତ ଦୌରା ଜଜ୍‌ ଭୀମସେନଙ୍କ ଜାମିନ ଆବଦେନକୁ ଖାରଜ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିବା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି ।…

ମଝି ଆକାଶରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ପାଇଲଟ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୩।୯: ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନ 6E 1302 ଗୁରୁବାର ମସ୍କଟରେ ସୁରକ୍ଷିତ ଜରୁରୀକାଳୀନ ଅବତରଣ କରିଛି। ଯାତ୍ରା ସମୟରେ ପାଇଲଟ ହଠାତ୍‌ ଅସୁସ୍ଥ ହୋଇପଡ଼ିବା…

ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

ରୋହିତ ଶର୍ମାଙ୍କ ଉପରେ ଝୁଲୁଛି ଖଣ୍ଡା: ସବୁ ନିଷ୍ପତି ନେବ BCCI

ମୁମ୍ବାଇ,୩।୯: BCCI ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଯାଉଛି । ଏଠାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ଅଛି। ଆୟରଲାଣ୍ଡ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri