ସ୍ପିଡ ବାଇକ ଧକ୍କାରେ ଗୁରୁତର ଡାକ୍ତରୀ ଛାତ୍ରୀ ମୃତ, ବଢ଼ିଲା ଛାତ୍ର ଅଶାନ୍ତି

ବଲାଙ୍ଗୀର,୯।୩, ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ଜଣେ ଛାତ୍ରୀଙ୍କୁ ରବିବାର କଲେଜ ସମ୍ମୁଖରେ ଏକ ସ୍ପିଡ ବାଇକ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଛାତ୍ରୀ ଜଣକ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ସେଠାରୁ ଉଦ୍ଧାର କରାଯାଇ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବରଗଡ଼ ବିକାଶ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବିଳମ୍ବିତ ରାତିରେ ଗୁରୁତର ଆହତ ଛାତ୍ରୀଙ୍କ ମୃତ୍ୟୁ ହୋଇଯାଇଥିବା ଜଣାପଡ଼ିଛି। ମୃତ ଛାତ୍ରୀ ଜଣକ ହେଲେ ସିମରନ ଷଡ଼ଙ୍ଗୀ ଓ ତାଙ୍କ ଘର କୋରାପୁଟ ଜିଲା ବୋଲି ଜଣାପଡ଼ିଛି। ସେ ବଲାଙ୍ଗୀର ସରକାରୀ ଆୟୁର୍ବେଦ କଲେଜ ଓ ହସ୍ପିଟାଲର ପ୍ରଥମ ବର୍ଷର ଛାତ୍ରୀ ଭାବେ ପାଠ ପଢୁଥିଲେ। ବଲାଙ୍ଗୀର ଟାଉନ ଥାନା ପୋଲିସ ଦୁର୍ଘଟଣା ଘଟାଇଥିବା ସ୍ପିଡ ବାଇକରଙ୍କୁ ଥାନାକୁ ନେଇ ଅଟକ ରଖିଥିଲା। ବଲାଙ୍ଗୀର ସହରରେ ସ୍ପିଡ ବାଇକର ଓ ନିଶାଖୋର ଅମାନିଆ ମାନେ ବେପରୁଆ ଗାଡ଼ି ଚାଳନ କରୁଥିବାରୁ ବାରମ୍ବାର ଦୁର୍ଘଟଣା ଘଟୁଛି । ବିଶେଷକରି ଆୟୁର୍ବେଦିକ କଲେଜ ସମ୍ମୁଖ ଭିଆଇପି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ହାନୀ ହେଉଛି। ଏହାସତ୍ତ୍ୱେ ପୋଲିସ କୌଣସି ପ୍ରତିକାର ବ୍ୟବସ୍ଥା କରୁନଥିବାରୁ ଜନଅସନ୍ତୋଷ ବଢୁଛି । ଡାକ୍ତରୀ ଛାତ୍ରୀ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବଲାଙ୍ଗୀର ଆୟୁର୍ବେଦିକ କଲେଜ ଓ ହସ୍ପିଟାଲରେ ଦୁଃଖର ଛାୟା ଖେଳିଯାଇଛି l ଦୁର୍ଘଟଣାକୁ ନେଇ ଡାକ୍ତରୀ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ସଜବାଜ ହେଉଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?