କୋଭିଡ୍‌ ପରିଚାଳନାରେ ଡାକ୍ତରୀ ଛାତ୍ରଙ୍କୁ ନିୟୋଜିତ କଲେ ସରକାର

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ୍‌ ଲାଗୁନି। ତେବେ ଏହାର ମୁକାବିଲା ଓ ପରିଚାଳନାରେ ରାଜ୍ୟ ସରକାର ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ନିୟୋଜିତ କରିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ୬ ଜଣ ଇଣ୍ଟର୍ନଙ୍କୁ ୧୦୪ କଲ ସେଣ୍ଟରରେ ନିୟୋଜିତ କରାଯାଇଛି। ସେମାନେ ଭୁବନେଶ୍ୱରସ୍ଥିତ ଇଡକୋ ଟାଓ୍ବାରରେ ଖୋଲା ଯାଇଥିବା ଏହି ୧୦୪ କଲ୍‌ ସେଣ୍ଟରରେ ପରାମର୍ଶଦାତା ଭାବେ କାର୍ଯ୍ୟ କରିବେ।

ଏମାନେ ହେଲେ ଡା.ଅରୁନ୍ଧତୀ ଆଚାର୍ଯ୍ୟ, ଦିବ୍ୟ ପ୍ରକାଶ ଆଚାର୍ଯ୍ୟ, ସୌରଭ ଆଚାର୍ଯ୍ୟ, ସୁମନ ସ୍ମିଥ ଅଧିକାରୀ, ପବନ ଅଗ୍ରଓ୍ବାଲ ଓ ଅନମୋଲ ଅଗ୍ରଓ୍ବାଲ।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଚଳିତମାସ ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ୧୪ ଦିନିଆ ଲକଡାଉନ୍‌ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ IAS ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୦।୭: ଦୁଇ IAS ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର। IAS ପୋମା ଟୁଡୁ ହେଲେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ଅତିରିକ୍ତ ସଚିବ। ଏହା…

ସୋନମ ୱାଙ୍ଗଚୁକଙ୍କ ସ୍ତ୍ରୀଙ୍କ ବଡ଼ ଘୋଷଣା: ଆଗକୁ ସାରା ଦେଶରେ ଭୟଙ୍କର ହେବ…

ନୂଆଦିଲ୍ଲୀ,୨୦।୭: ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗ୍ମୋ ଆଜିର ପ୍ରଦର୍ଶନ ଉପରେ କହିଛନ୍ତି ଯେ, କୌଣସି ସଂଘର୍ଷ ସହଜ ହୋଇନଥାଏ। ଏହା ପିଲାମାନଙ୍କର ସାହସ ବଢ଼ାଇବ।…

ଖେମୁଣ୍ଡି ଲୋକ ମହୋତ୍ସବ ଉଦ୍‌ଘାଟନ କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି, ୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ସୋମବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଦୁଇ ଦିନ ବ୍ୟାପି ଅନୁଷ୍ଠିତ…

‘ମାମ୍‌ ଆପଣଙ୍କର ପିଲା ହୋଇଥିଲେ କ’ଣ…’, ପୋଲିସର ଲାଠିଚାର୍ଜରେ ଭୋ ଭୋ ହୋଇ କାନ୍ଦିଲେ ଯୁବତୀ, ଦେଖନ୍ତୁ Video

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ଜନ୍ତର ମନ୍ତରଠାରେ ଆଜି ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଛି। ‘କକରୋଚ ଜନତା ପାର୍ଟି’ (CJP) ର କର୍ମକର୍ତ୍ତା ଏବଂ ସମର୍ଥକମାନେ…

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କୁ କାହିଁକି ବଞ୍ଚାଉଛନ୍ତି ସରକାର? ବଡ଼ ଖୁଲାସା କଲେ ପ୍ରିୟଙ୍କା ଚତୁର୍ବେଦୀ, ମୋଦିଙ୍କ ‘ଖାସ୍‌ ରତ୍ନ’ କହି…

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରୁ ହିଁ ଶିକ୍ଷା ବ୍ୟବସ୍ଥା ଏବଂ NEET-UG ପେପର ଲିକ୍‌ ମାମଲାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଆକ୍ରମଣାତ୍ମକ ମନୋଭାବ…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ସାପ କାମୁଡ଼ାରେ ଶାଶୁ ମୃତ, ବୋହୂ ଗୁରୁତର 

ନନ୍ଦାହାଣ୍ଡି, ୨୦।୭ (ପ୍ରତୀପ କୁମାର ଦାଶ): ଗୋଟିଏ ପରିବାରର ୨ ଜଣଙ୍କୁ ଏକ ସାପ କାମୁଡ଼ି ଦେଇଛି। ଏଥିରେ ଶାଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୂ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri