କୋଦଳା, ବେଗୁନିଆପଡ଼ାରେ ଚିକିତ୍ସା ବ୍ୟବସ୍ଥା ବିପର୍ଯ୍ୟସ୍ତ

କୋଦଳା,୧୫ା୧(ଅମିତ୍‌ କୁମାର ପଟ୍ଟନାୟକ): ରାଜ୍ୟ ସରକାର ୫-ଟି ଜରିଆରେ ବିଭିନ୍ନ ଚିକିତ୍ସାକେନ୍ଦ୍ରକୁ କୋଟି କୋଟି ଟଙ୍କା ବିନିମୟରେ ବହୁ ଉନ୍ନୟନ କାର୍ଯ୍ୟ କରୁଥିବା ବେଳେ ରୋଗୀଙ୍କ ଚିକିତ୍ସା ପାଇଁ ଡାକ୍ତରମରୁଡ଼ି ଦେଖାଦେଇଛି। ଏହିପରି ଅବସ୍ଥାରେ ଡାକ୍ତର ନ ଥିବା ବେଳେ ସାମାନ୍ୟ ରୋଗରେ ପୀଡ଼ିତ ଦୂରଦୂରାନ୍ତ ଚିକିତ୍ସାଳୟ କିମ୍ବା ବେସରକାରୀ ଚିକିତ୍ସା ଉପରେ ନିର୍ଭରକରି ଖର୍ଚ୍ଚାନ୍ତ ହେଉଥିବା ଦେଖିବାକୁ ମିଳୁଛି, ଯାହାର ଜ୍ୱଳନ୍ତ ଉଦାହରଣ ପାଲଟିଛି କୋଦଳା ଏନ୍‌ଏସିରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ବେଗୁନିଆପଡ଼ା ବ୍ଲକରେ ଥିବା ସୁମଣ୍ଡଳ ଚିକିତ୍ସାକେନ୍ଦ୍ର ଏବଂ ବେଗୁନିଆପଡ଼ା ଚିକିତ୍ସାକେନ୍ଦ୍ର। ଏହିସବୁ ଚିକିତ୍ସା କେନ୍ଦ୍ରରେ ମୋଟ ୨୩ ଡାକ୍ତରଙ୍କ ଆବଶ୍ୟକ ଥିବା ବେଳେ ଚିକିତ୍ସା କରୁଛନ୍ତି ମାତ୍ର ଦୁଇଜଣ। ଡାକ୍ତର ଆଇପିହେଚ୍‌ଏସ୍‌ ଅନୁସାରେ କୋଦଳା ଚିକିତ୍ସାକେନ୍ଦ୍ରରେ ପାଞ୍ଚଜଣ ଏମ୍‌ବିବିଏସ୍‌, ଜଣେ ଶିଶୁରୋଗ ବିଶେଷଜ୍ଞ, ଜଣେ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ, ଔଷଧ ବିଶେଷଜ୍ଞ, ଅସ୍ତ୍ରୋପଚାର ବିଶେଷଜ୍ଞ ଏବଂ ଅନ୍ୟ ଜଣେ ବିଶେଷଜ୍ଞ ସହ ମୁଖ୍ୟ ଚିକିତ୍ସା ଅଧିକାରୀ ରହିବା କଥା। ତେବେ ୧୧ ଜଣ ଚିକିତ୍ସକ ଆବଶ୍ୟକ ଥିବା ବେଳେ କେହିବି ସ୍ଥାୟୀ ଚିକିତ୍ସକ ନାହାନ୍ତି। ଫଳରେ ୩ ଜଣଙ୍କୁ ଆସନ୍ତା ୧୬ ତାରିଖ ଯାଏ ଡେପୁଟେଶନ ହୋଇଛି। ସେହିପରି ମୁଖ୍ୟ ଚିକିତ୍ସାଧିକାରୀ ନ ଥିବାରୁ ବେଗୁନିଆପଡା ଡାକ୍ତରଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ଏବଂ ବେଗୁନିଆପଡାରେ ଜଣେ ଆୟୁଷ ଡାକ୍ତରଙ୍କ ଭରସାରେ ଛାଡ଼ି ଦିଆଯାଇଛି। କୋଦଳା ଚିକିତ୍ସା କେନ୍ଦ୍ରରେ ଫାର୍ମାସିଷ୍ଟ ୩ଜଣ ସ୍ଥାନରେ ଅଛନ୍ତି ଜଣେ, ଆଟେଣ୍ଡାଣ୍ଟ ୪ ସ୍ଥାନରେ ଦୁଇଜଣ, ନର୍ସ ୧୨ ସ୍ଥାନରେ ମାତ୍ର ୬ ଜଣ ରହିଛନ୍ତି। ସେହିପରି କୋଦଳା ପରି ସୁମଣ୍ଡଳ ଚିକିତ୍ସାକେନ୍ଦ୍ରରେ ସମାନ ସଂଖ୍ୟକ ଡାକ୍ତରଙ୍କ ଆବଶ୍ୟକତା ଥିବା ବେଳେ ଜଣେମାତ୍ର ସର୍ଜରି ଡାକ୍ତରଙ୍କ ଭରସାରେ ଚାଲିଛି। ଏଠାରେ ନର୍ସ ୮ ଜଣ ଆବଶ୍ୟକ ଥିବା ବେଳେ ମାତ୍ର ଦୁଇଜଣ ରହିଛନ୍ତି। ସେପଟେ ବେଗୁନିଆପଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଅନ୍ୟ କେହି ଷ୍ଟାଫ୍‌ ନ ଥିବା ବେଳେ ଜଣେମାତ୍ର ଆୟୁଷ ଡାକ୍ତର ଚିକିତ୍ସାକେନ୍ଦ୍ର ଚଳାଉଛନ୍ତି, ଯାହା ରୋଗୀଙ୍କ ଜୀବନ ଉପରେ ପ୍ରଭାବ ପକାଉଛି। କୋଦଳା ଏବଂ ବେଗୁନିଆପଡ଼ା ଅଞ୍ଚଳର ଲକ୍ଷାଧିକ ଲୋକ ଉକ୍ତ ଡାକ୍ତରଖାନା ଉପରେ ନିର୍ଭର କରୁଥିବାରୁ ରାଜ୍ୟ ସରକାର ତୁରନ୍ତ ଡାକ୍ତର ପଦବୀ ପୂରଣ ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?