ଶଗଡ଼ରେ ପହଞ୍ଚିଲେ ଡାକ୍ତରୀ ଦଳ

ରାୟଗଡ଼ା ଅଫିସ,୨୨ା୧୦-ରାୟଗଡ଼ା ଜିଲାକୁ କରୋନାମୁକ୍ତ କରିବାକୁ ପ୍ରଶାସନର ଉଦ୍ୟମ ଜାରି ରହିଛି। ଆର୍‌ଆର୍‌ଟି ଟିମ୍‌ ଗ୍ରାମାଞ୍ଚଳକୁ ଯାଇ ଲୋକଙ୍କ କରୋନା ପରୀକ୍ଷା କରୁଛନ୍ତି। ତେବେ ରାୟଗଡ଼ା ବ୍ଲକ କେରେଡ଼ା ପଞ୍ଚାୟତର ଅଣିଜା ଗ୍ରାମକୁ ରାସ୍ତା ନ ଥିବାବେଳେ ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲିଛି। ତେଣୁ ଶୁକ୍ରବାର ଏକ ଡାକ୍ତରୀ ଟିମ୍‌ ଶଗଡ଼ ଗାଡି ସାହାଯ୍ୟରେ ନାଗାବଳୀ ନଦୀ ପାରହୋଇ ଗାଁରେ ପହଞ୍ଚି ଲୋକଙ୍କ ସ୍ବାବ୍‌ ସଂଗ୍ରହ କରି ଆଣ୍ଟିଜେନ୍‌ ଏବଂ ଆର୍‌ଟି-ପିସିଆର୍‌ ପରୀକ୍ଷା କରିଛନ୍ତି। ଜେମାଦେଇ ପେଣ୍ଠ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ସୁନୀଲ ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ଆର୍‌ଟି-ପିସିଆର୍‌ ଓ ଆଣ୍ଟିଜେନ ଟେଷ୍ଟ କ୍ୟାମ୍ପ ଆୟୋଜନ କରାଯାଇଥିଲା। ଏଥିରେ ୧୦୦ ଜଣଙ୍କର ଆର୍‌ଟି-ପିସିଆର୍‌ ଏବଂ ୫୩ ଜଣଙ୍କର ଆଣ୍ଟିଜେନ ପରୀକ୍ଷା କରାଯାଇଥିଲା। ସମସ୍ତଙ୍କ ରିପୋର୍ଟ ନେଗେଟିଭ ଥିବା ଜଣାପଡ଼ିଛି। ଏହି ସମୟରେ କେରେଡ଼ା ସରପଞ୍ଚ ଗୋବର୍ଦ୍ଧନ କଣ୍ଡାଗୋରି, ପିଇଓ ଗୌରାଙ୍ଗ ପାଣିଗ୍ରାହୀ, ଡିଇଓ ସୀମାଦ୍ରି ମନୋଜ, ଏଲ୍‌ଟି- କେ. ଦୁର୍ଗା ପ୍ରସାଦ, ଏଲ୍‌ଟି-ଶେଫାଳି ବଢ଼େଇ, ଏଲ୍‌ଟି-ମମତା ପ୍ରଧାନ, ଫାର୍ମାସିଷ୍ଟ ରେଣୁକା ସାହୁ, ସିଦ୍ଧାର୍ଥ ଖରା, ଅଙ୍ଗଦ ପାଲାକାଙ୍କ ସମେତ ଗ୍ରାମର ଆଶା ଓ ଅଙ୍ଗନଓ୍ବାଡି କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?