ଶଗଡ଼ରେ ପହଞ୍ଚିଲେ ଡାକ୍ତରୀ ଦଳ

ରାୟଗଡ଼ା ଅଫିସ,୨୨ା୧୦-ରାୟଗଡ଼ା ଜିଲାକୁ କରୋନାମୁକ୍ତ କରିବାକୁ ପ୍ରଶାସନର ଉଦ୍ୟମ ଜାରି ରହିଛି। ଆର୍‌ଆର୍‌ଟି ଟିମ୍‌ ଗ୍ରାମାଞ୍ଚଳକୁ ଯାଇ ଲୋକଙ୍କ କରୋନା ପରୀକ୍ଷା କରୁଛନ୍ତି। ତେବେ ରାୟଗଡ଼ା ବ୍ଲକ କେରେଡ଼ା ପଞ୍ଚାୟତର ଅଣିଜା ଗ୍ରାମକୁ ରାସ୍ତା ନ ଥିବାବେଳେ ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲିଛି। ତେଣୁ ଶୁକ୍ରବାର ଏକ ଡାକ୍ତରୀ ଟିମ୍‌ ଶଗଡ଼ ଗାଡି ସାହାଯ୍ୟରେ ନାଗାବଳୀ ନଦୀ ପାରହୋଇ ଗାଁରେ ପହଞ୍ଚି ଲୋକଙ୍କ ସ୍ବାବ୍‌ ସଂଗ୍ରହ କରି ଆଣ୍ଟିଜେନ୍‌ ଏବଂ ଆର୍‌ଟି-ପିସିଆର୍‌ ପରୀକ୍ଷା କରିଛନ୍ତି। ଜେମାଦେଇ ପେଣ୍ଠ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ସୁନୀଲ ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ଆର୍‌ଟି-ପିସିଆର୍‌ ଓ ଆଣ୍ଟିଜେନ ଟେଷ୍ଟ କ୍ୟାମ୍ପ ଆୟୋଜନ କରାଯାଇଥିଲା। ଏଥିରେ ୧୦୦ ଜଣଙ୍କର ଆର୍‌ଟି-ପିସିଆର୍‌ ଏବଂ ୫୩ ଜଣଙ୍କର ଆଣ୍ଟିଜେନ ପରୀକ୍ଷା କରାଯାଇଥିଲା। ସମସ୍ତଙ୍କ ରିପୋର୍ଟ ନେଗେଟିଭ ଥିବା ଜଣାପଡ଼ିଛି। ଏହି ସମୟରେ କେରେଡ଼ା ସରପଞ୍ଚ ଗୋବର୍ଦ୍ଧନ କଣ୍ଡାଗୋରି, ପିଇଓ ଗୌରାଙ୍ଗ ପାଣିଗ୍ରାହୀ, ଡିଇଓ ସୀମାଦ୍ରି ମନୋଜ, ଏଲ୍‌ଟି- କେ. ଦୁର୍ଗା ପ୍ରସାଦ, ଏଲ୍‌ଟି-ଶେଫାଳି ବଢ଼େଇ, ଏଲ୍‌ଟି-ମମତା ପ୍ରଧାନ, ଫାର୍ମାସିଷ୍ଟ ରେଣୁକା ସାହୁ, ସିଦ୍ଧାର୍ଥ ଖରା, ଅଙ୍ଗଦ ପାଲାକାଙ୍କ ସମେତ ଗ୍ରାମର ଆଶା ଓ ଅଙ୍ଗନଓ୍ବାଡି କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri