ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି, ପହଞ୍ଚିଲେ ଡାକ୍ତରୀ ଟିମ୍‌

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକର ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପିଛି। ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ବୁଧବାର ଉକ୍ତ ପଞ୍ଚାୟତରେ ଡାକ୍ତରୀ ଟିମ୍‌ ପହଞ୍ଚିଥିଲା। ମାତ୍ର ଝାଡ଼ାବାନ୍ତିରେ ମାତ୍ର କିଛି ଲୋକ ଆକ୍ରାନ୍ତ ହୋଇଛନ୍ତି। ଦୁଇ ଜଣଙ୍କ ମୃତ୍ୟୁ ହୋଇଛି ମାତ୍ର କାରଣ ଅସ୍ପଷ୍ଟ ରହିଛି। ଗ୍ରାମରେ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଥିବା ଡାକ୍ତରୀ ଟିମ୍‌ କହିଛନ୍ତି। ଏ ନେଇ ବାଲିଗୁଡ଼ା ଉପଜିଲାପାଳ ଡା.ରୀନା ପ୍ରଧାନ କହିଛନ୍ତି ଯେ, ଏହି ଘଟଣାକୁ ନେଇ ମେଡିକାଲ ଟିମ୍‌ ସହ ଗ୍ରାମ୍ୟ ପରିମଳ ବିଭାଗ ଟିମ୍‌ ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ସ୍ବାସ୍ଥ୍ୟ ପରୀକ୍ଷା କରିବେ ବୋଲି କହିଛନ୍ତି। ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ଅଭିଷେକ ନାୟକ ଓ ତାଙ୍କ ଟିମ୍‌ ଏହି ଝିରିପାଣି ପଞ୍ଚାୟତର ବରଗାଁ, ନଳକୁଟି, କୁନାବେଡ଼ା, ଘାଟିପଦର, ମାଙ୍କଡ଼ ଚୁଆଁ, ବରଗୁଡ଼ା, ସୁରାଙ୍ଗବାରୁ ଗ୍ରାମକୁ ଯାଇ ଅଧିବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ସେମାନଙ୍କୁ ଚିକିତ୍ସା କରାଇଛି। ଚିକିତ୍ସା କରି ଡାକ୍ତର ଅଭିଷେକ ପ୍ରଧାନ କହିବାନୁସାରେ, ଗାଁରେ ସୁରେନ୍ଦ୍ର ମାଝି(୧୬), ରାଡାମାରୁ ମାଝି (୬୪) କଣା ମାଝି(୨୫), କିଷାନ ମାଝି(୧୬) ସାମାନ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ଥିଲେ। କିଛିଦିନ ମଧ୍ୟରେ କୁନାବେଡ଼ା ଗାଁର ବଡ଼ଗୁଡ଼ି ମାଝି (୬୦), ମାଙ୍କଡ଼ଚୁଆଁ ଗାଁର ବାକ୍‌ଚୀ ମାଝିଙ୍କ ମୃତ୍ୟୁ ହୋଇଛି। ମାତ୍ର ଝାଡ଼ାବାନ୍ତି ନୁହେଁ ଅନ୍ୟ କୌଣସି କାରଣରୁ ମୃତ୍ୟୁ ହୋଇଥିବା ଡାକ୍ତର ଅଭିଷେକ କହିଛନ୍ତି। ଗ୍ରାମ୍ୟ ପରିମଳ ବିଭାଗର ଯନ୍ତ୍ରୀ ରାମଚନ୍ଦ୍ର ଚୌଧୁରୀ ଓ ଯନ୍ତ୍ରୀ ସ୍ନେହଲତା ପ୍ରଧାନ ଏହି ଗ୍ରାମଗୁଡ଼ିକୁ ଯାଇ ପାଣି ନେଇ ପରୀକ୍ଷା କରିଛନ୍ତି। ଗ୍ରାମବାସୀ ଯୋଗାଣ ହେଉଥିବା ବିଶୁଦ୍ଧ ଜଳ ବ୍ୟବହାର କରୁଛନ୍ତି। ଗ୍ରାମରେ କାଁ ଭାଁ ଆକ୍ରାନ୍ତ ହୋଇଛନ୍ତି। ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଔଷଧ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?