ସରଗିତଳିଆରେ ଡାକ୍ତରୀ ଟିମ୍‌

ଯୋଡ଼ା,୧୦ା୪(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅନ୍ତର୍ଗତ ୧୩ ନଂ. ୱାର୍ଡର ସରଗିତଳିଆରେ ୩୦ରୁ ଊଦ୍ଧର୍‌ବ ଶିଶୁ ଅପପୁଷ୍ଟିର ଶିକାର ଆଶଙ୍କା ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି। ରବିବାର ଏକ ଡାକ୍ତରୀ ଟିମ୍‌ ଉକ୍ତ ଗାଁକୁ ଯାଇ ଶିଶୁମାନଙ୍କର ସ୍ବାସ୍ଥ୍ୟ ଅବସ୍ଥା ଅନୁଧ୍ୟାନ କରିଛନ୍ତି। ଅଞ୍ଚଳରେ ଟିକାକରଣ କେନ୍ଦ୍ର ଖୋଲିବା ଓ ଶିଶୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନେଇ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି।
ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଅଧିକାରୀ ଡାକ୍ତର ଲକ୍ଷ୍ମୀକାନ୍ତ ସିଂହଙ୍କ ସୂଚନା ଅନୁଯାୟୀ, ଉକ୍ତ ଗାଁର ଶିଶୁମାନେ ଟିକାଦାନ ନେଇ ସମସ୍ୟାର ସମ୍ମୁଖୀନ ହୋଇଆସୁଛନ୍ତି। ଟିକାକରଣ ପାଇଁ ପ୍ରାୟ ୬ ରୁ ୭ କିଲୋମିଟର ଦୂର ଯିବା ପାଇଁ ପଡୁଥିବାରୁ ଅଧିକାଂଶ ଶିଶୁ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି। ଏଥିପାଇଁ ଆସନ୍ତା ଏକ ସପ୍ତାହ ମଧ୍ୟରେ ଉକ୍ତ ଗାଁରେ ଟିକାକରଣ କେନ୍ଦ୍ର କରାଯିବା ସହିତ ସମସ୍ତ ଶିଶୁଙ୍କର ସ୍ବାସ୍ଥ୍ୟ ଅବସ୍ଥା ଯାଞ୍ଚ କରାଯିବ। ପୁଷ୍ଟିହୀନ ଶିଶୁ ଚିହ୍ନଟ ହେଲେ ପୁଷ୍ଟିସାଧନ କେନ୍ଦ୍ରକୁ ପଠାଯିବ ବୋଲି ସେ କହିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତରୀ ଟିମ ସହିତ ବାସୁଦେବପୁର ସ୍ବାସ୍ଥ୍ୟ କେନ୍ଦ୍ର ଡାକ୍ତରୀ ଟିମ୍‌ ଓ ଯୋଡ଼ା ପୌରପାଳିକା ଅଧିକାରୀମାନେ ଅନୁଧ୍ୟାନ କରିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟର ଆଡିସିନାଲ ଡିଷ୍ଟ୍ରିକ୍ଟ ପବ୍ଲିକ ହେଲ୍‌ଥ ଅଫିସର (ଏଡିପିଏଚଓ) ଡାକ୍ତର ପ୍ରଣତିନୀ ନାଏକ, ବାସୁଦେବପୁର ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସକ ଡା. ଏଲ୍‌କେ ସିଂହଙ୍କ ସହ ଟିମ୍‌ ଶିଶୁମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଅନୁଧ୍ୟାନ କରିଥିଲେ। ପୌରପାଳିକା ପକ୍ଷରୁ ଖେପା ସିଂହ, ରାମଚନ୍ଦ୍ର ପାତ୍ର, ଖୁଣ୍ଟପାଣି ଅଙ୍ଗନୱାଡ଼ି କର୍ମୀ ଚୁଡ଼ାମଣି ବାରିକ ଓ ସ୍ଥାନୀୟ ଆଶା ଦିଦି ଉପସ୍ଥିତ ରହିଥିଲେ। ମାସର ଗୋଟିଏ ଦିନ ଏହି ଅଞ୍ଚଳରେ ଟିକାକରଣ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri