ସରଗିତଳିଆରେ ଡାକ୍ତରୀ ଟିମ୍‌

ଯୋଡ଼ା,୧୦ା୪(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅନ୍ତର୍ଗତ ୧୩ ନଂ. ୱାର୍ଡର ସରଗିତଳିଆରେ ୩୦ରୁ ଊଦ୍ଧର୍‌ବ ଶିଶୁ ଅପପୁଷ୍ଟିର ଶିକାର ଆଶଙ୍କା ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି। ରବିବାର ଏକ ଡାକ୍ତରୀ ଟିମ୍‌ ଉକ୍ତ ଗାଁକୁ ଯାଇ ଶିଶୁମାନଙ୍କର ସ୍ବାସ୍ଥ୍ୟ ଅବସ୍ଥା ଅନୁଧ୍ୟାନ କରିଛନ୍ତି। ଅଞ୍ଚଳରେ ଟିକାକରଣ କେନ୍ଦ୍ର ଖୋଲିବା ଓ ଶିଶୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନେଇ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି।
ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଅଧିକାରୀ ଡାକ୍ତର ଲକ୍ଷ୍ମୀକାନ୍ତ ସିଂହଙ୍କ ସୂଚନା ଅନୁଯାୟୀ, ଉକ୍ତ ଗାଁର ଶିଶୁମାନେ ଟିକାଦାନ ନେଇ ସମସ୍ୟାର ସମ୍ମୁଖୀନ ହୋଇଆସୁଛନ୍ତି। ଟିକାକରଣ ପାଇଁ ପ୍ରାୟ ୬ ରୁ ୭ କିଲୋମିଟର ଦୂର ଯିବା ପାଇଁ ପଡୁଥିବାରୁ ଅଧିକାଂଶ ଶିଶୁ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି। ଏଥିପାଇଁ ଆସନ୍ତା ଏକ ସପ୍ତାହ ମଧ୍ୟରେ ଉକ୍ତ ଗାଁରେ ଟିକାକରଣ କେନ୍ଦ୍ର କରାଯିବା ସହିତ ସମସ୍ତ ଶିଶୁଙ୍କର ସ୍ବାସ୍ଥ୍ୟ ଅବସ୍ଥା ଯାଞ୍ଚ କରାଯିବ। ପୁଷ୍ଟିହୀନ ଶିଶୁ ଚିହ୍ନଟ ହେଲେ ପୁଷ୍ଟିସାଧନ କେନ୍ଦ୍ରକୁ ପଠାଯିବ ବୋଲି ସେ କହିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତରୀ ଟିମ ସହିତ ବାସୁଦେବପୁର ସ୍ବାସ୍ଥ୍ୟ କେନ୍ଦ୍ର ଡାକ୍ତରୀ ଟିମ୍‌ ଓ ଯୋଡ଼ା ପୌରପାଳିକା ଅଧିକାରୀମାନେ ଅନୁଧ୍ୟାନ କରିଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟର ଆଡିସିନାଲ ଡିଷ୍ଟ୍ରିକ୍ଟ ପବ୍ଲିକ ହେଲ୍‌ଥ ଅଫିସର (ଏଡିପିଏଚଓ) ଡାକ୍ତର ପ୍ରଣତିନୀ ନାଏକ, ବାସୁଦେବପୁର ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଚିକିତ୍ସକ ଡା. ଏଲ୍‌କେ ସିଂହଙ୍କ ସହ ଟିମ୍‌ ଶିଶୁମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଅନୁଧ୍ୟାନ କରିଥିଲେ। ପୌରପାଳିକା ପକ୍ଷରୁ ଖେପା ସିଂହ, ରାମଚନ୍ଦ୍ର ପାତ୍ର, ଖୁଣ୍ଟପାଣି ଅଙ୍ଗନୱାଡ଼ି କର୍ମୀ ଚୁଡ଼ାମଣି ବାରିକ ଓ ସ୍ଥାନୀୟ ଆଶା ଦିଦି ଉପସ୍ଥିତ ରହିଥିଲେ। ମାସର ଗୋଟିଏ ଦିନ ଏହି ଅଞ୍ଚଳରେ ଟିକାକରଣ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri